Posted inRasifala

ରାଶିଫଳ: ଶନିବାର, ଅଗଷ୍ଟ ୧୩ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପଡ଼ିବ । ସାମାନ୍ୟ ଚେଷ୍ଟା ଦ୍ୱାରା ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ପାଇବେ। ପରିବହନ କ୍ଷେତ୍ରରେ ସମସ୍ୟାଗୁଡ଼ିକର ସମାପ୍ତି ଘଟାଇବେ। ଫେରନ୍ତା ରାସ୍ତାରେ ମିତ୍ରତା ସ୍ଥାପନ କରିବାର ସୁଯୋଗ ପାଇବେ ।
ବୃଷ
ବୃଷ
କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ଅନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ପାରନ୍ତି। ଘରୋଇ କ୍ଷେତ୍ରରେ ସନ୍ତାନ ହେତୁକ ପୀଡ଼ା ଅନୁଭବ କରିବେ। ଆଗାମୀ ଆନୁଷ୍ଠାନିକ କାମ ସୁବିଧାରେ ହାସଲ ସକାଶେ ବ୍ୟସ୍ତ ରହିପାରନ୍ତି ।
ମିଥୁନ
ମିଥୁନ
ପାରିବାରିକ ଅସ୍ଥିରତାରେ ଅନ୍ୟକୁ ଦାୟୀକରି ସମାଲୋଚିତ ହେବେ। କୌଣସି ବ୍ୟକ୍ତିଙ୍କୁ କଟୁ ସତ୍ୟ କହି ସେମାନଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଆଇନ, ଅଦାଲତ, ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ ।
କର୍କଟ
କର୍କଟ
ଆକସ୍ମିକ ଭାବେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି। ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା ବୃଦ୍ଧି ପାଇପାରେ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ। କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।
ସି˚ହ
ସି˚ହ
ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି କାମ କରି ପରେ ଅନୁତାପ କରିପାରନ୍ତି। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। କଚେରି ମାମଲାର ଶୁଣାଣିରୁ ମନ ଖୁସି ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ ହୋଇଯିବ ା
କନ୍ୟା
ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ। କର୍ମକ୍ଷେତ୍ରରେ ଆଳସ୍ୟ ଯୋଗୁ ବନ୍ଧୁ ମହଲରେ ଅପମାନିତ ହୋଇ ପାରନ୍ତି। ଆଲୋଚନା କାଳରେ କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ତୁଳା
ତୁଳା
ଅନ୍ୟମାନଙ୍କ କଥାରେ ମୁଣ୍ଡ ପୂରାଇ ନିଜ କାମ ସମ୍ପନ୍ନରେ ବ୍ୟସ୍ତତା ବଢ଼ିଯାଇପାରେ । ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ, ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିଯିବ। ସତ୍‌ସଙ୍ଗ, ଧର୍ମଚର୍ଚ୍ଚା କିମ୍ବା ଆନୁଷ୍ଠାନିକ ଦିଗକୁ ମନ ବଳାଇବେ।
ବିଛା
ବିଛା
ଯାହା ଦୀର୍ଘଦିନ ହେଲା ହୋଇପାରି ନ ଥିଲା ଆତ୍ମୀୟଙ୍କ ସାହାଯ୍ୟରେ ତାହା ହୋଇଯିବ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯତ୍ନ କରିପାରନ୍ତି। ନିଜ ପରିବାର ସଦସ୍ୟଙ୍କଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ। ଘରୋଇ ବ୍ୟାପାରରେ ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ।
ଧନୁ
ଧନୁ
କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗିରହିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ। ଅଫିସରେ ସହକର୍ମୀଙ୍କ ସହ ଖୁସିରେ ସମୟ କଟିଯିବ। ପିଲାମାନଙ୍କ ଶିକ୍ଷାର ସଫଳତାରେ ଆନନ୍ଦ ଅନୁଭବ କରିବେ।
ମକର
ମକର
ଆଜି ହଠାତ୍‌ ଜଣେ ବନ୍ଧୁ ଅର୍ଥ ଓ ସମ୍ମାନ ପ୍ରଦାନ କରିବେ। କୌଣସି ବ୍ୟକ୍ତିଠାରୁ ହଠାତ୍‌ କାୈଣସି ଖବର ପାଇ ବିଚଳିତ ବୋଧ କରିବେ। ଉପରିସ୍ଥ ଅଧିକାରୀମାନେ କାମ ହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ି ପାରନ୍ତି। ଶତ୍ରୁମାନେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ।
କୁମ୍ଭ
କୁମ୍ଭ
ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁମାନଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି । ତର୍କ, ବିତର୍କ କାରଣରୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। କଳା, କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି ।
ମୀନମୀନ
ପାରିବାରିକ ସ୍ତରରେ ପିଲାମାନଙ୍କ ପାଇଁ ମନ ଅସ୍ଥିର ରହିବ। ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପରିସ୍ଥିତିବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇନେବାକୁ ବାଧ୍ୟ ହେବେ । କୌଣସି କଥା ଭଲ ରୂପେ ନ ବୁଝି ଅନ୍ୟ ଉପରେ ଦୋଷ ଲଦିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri