Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୧୩ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ବନ୍ଧୁ ଓ ପରିବାର ଦିଗରୁ ମଧ୍ୟ ସମୟ ଅନୁକୂଳ ନୂହେଁ, ବରଂ ପ୍ରତିକୂଳତାର ଝଲକ ଦେଖିବାକୁ ପାଇବେ। ସବୁ ସମୟରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପରିବହନ କ୍ଷେତ୍ରରେ ସମସ୍ୟାଗୁଡ଼ିକର ସମାପ୍ତି ଘଟାଇବେ।
ବୃଷ
ବୃଷ
ଦୂରଭିସନ୍ଧି ରଖି ପାଖ ପଡ଼ୋଶୀମାନେ ସହଯୋଗର ହାତ ବଢ଼ାଇପାରନ୍ତି। ଅଫିସ୍‌ରେ କିମ୍ବା ଆଲୋଚନା କ୍ଷେତ୍ରରେ ମନ ଅସ୍ଥିର ରହିବ। କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ଅନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି।
ମିଥୁନ
ମିଥୁନ
ପାରିବାରିକ ଅସ୍ଥିରତା କାରଣରୁ ମନର ଅଶାନ୍ତି ଓ ରାଗକୁ ନିୟନ୍ତ୍ରଣରେ ରଖିବା କଷ୍ଟକର ହେବ। କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ଓ କାମଟି ମଧ୍ୟ କରିବେ। ଆଇନ, ଅଦାଲତ, ରାଜନୀତି, ସଙ୍ଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।
କର୍କଟ
କର୍କଟ
ଭାଇ,ବନ୍ଧୁ ଓ କୁଟୁମ୍ବ ଲୋକଙ୍କ ସହ ସାଧାରଣ କଥାରେ ପାଟିତୁଣ୍ଡ ହୋଇପାରେ। ଆକସ୍ମିକ ଭାବରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆମତ୍ବିଭୋର ହୋଇପାରନ୍ତି। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ। କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।
ସି˚ହ
ସି˚ହ
ସମସ୍ୟା ସମାଧାନ କରିବାର ରାସ୍ତା ଖୋଜି ପାଇ ପାରିବେ ନାହିଁ। ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି କାମ କରି ପରେ ଅନୁତାପ କରିପାରନ୍ତି। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ ହୋଇଯିବ।
କନ୍ୟା
ଆଜି ଦିନଟିରେ କିଛି ପାଇବାର ଆଶା ରଖିଲେ କିଛି ଦେବା ପାଇଁ ଚେଷ୍ଟା କରନ୍ତୁ। ଶତ୍ରୁତା କରୁଥିବା ଲୋକଟି ଆପଣଙ୍କ ମନକୁ ବାଧିଲା ଭଳି କଥା କହିପାରେ। କର୍ମକ୍ଷେତ୍ରରେ ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି। ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଯୋଜନା ବିହୀନ କାମରେ ମୁଣ୍ଡ ପୂରାନ୍ତୁ ନାହିଁ।
ତୁଳା
ତୁଳା
ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ ହେବ, ନତୁବା ହଇରାଣ ହେବାକୁ ପଡ଼ିପାରେ। ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ, ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିଯିବ। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା କିମ୍ବା ଆନୁଷ୍ଠାନିକ ଦିଗକୁ ମନ ବଳାଇବେ। ଅପରାହ୍ନେ ଶୁଭ ଖବର ପାଇବେ।
ବିଛା
ବିଛା
ଯାହ ଦୀର୍ଘଦିନ ହେଲା ହୋଇ ପାରିନଥିଲା ଆଜି ତାହା ଆକସ୍ମିକ ଭାବରେ ହୋଇପାରିବ। ପରିବହନ, ଶିଳ୍ପ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରି ସଫଳ ହେବେ। ଜମିଜମା କିଣାବିକା କ୍ଷେତ୍ରରେ ନିଜ ପରିବାରର ସଦସ୍ୟ ତରଫରୁ ସମସ୍ୟା ଆସିପାରେ। ଘରୋଇ ବ୍ୟାପାରରେ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ।
ଧନୁ
ଧନୁ
କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ, ଅବଶ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ। ପିଲାମାନଙ୍କ ଶିକ୍ଷାର ସଫଳତାରେ ଆନନ୍ଦ ଅନୁଭବ କରିବେ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ।
ମକର
ମକର
କର୍ମକ୍ଷେତ୍ରରେ ଥିବା ସମୟରେ କୌଣସି ବ୍ୟକ୍ତିଠାରୁ ହଠାତ୍‌ କିଛି ଖବର ପାଇ ବିଚଳିତ ବୋଧ କରିବେ। ଉପରିସ୍ଥ ଅଧିକାରୀମାନେ କାମ ହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ପରିବାରରେ ଛୋଟ କଥାକୁ ନେଇ ବିବାଦ ବଢ଼ାନ୍ତୁ ନାହିଁ। ଶିଳ୍ପ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି ପ୍ରଭୃତିରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ଆଜିର କାମ ଓ କଥାରେ ସଂଯମ ରକ୍ଷା କରିବା ଭଲ ନତୁବା କଳହ, ଧନହାନି ଘଟିପାରେ। ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି। ତର୍କ, ବିତର୍କ କାରଣରୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହେବ। କଳା, କ୍ରୀଡ଼ା, ସଙ୍ଗୀତ, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ମୀନମୀନ

ପାରିବାରିକ ସ୍ତରରେ ପିଲାମାନଙ୍କ ପାଇଁ ଅସ୍ଥିରତା ଜନିତ ମାନସିକ ବ୍ୟଥା ଅନୁଭବ କରିବେ। ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି, ବାସ୍ତବରେ ସେପରି କିଛି ହେବନି। ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହେବେ ସିନା କିଛି ଲାଭ ହେବନି। କୌଣସି କଥା ଭଲ ରୂପେ ନବୁଝି ଅନ୍ୟ ଉପରେ ଦୋଷ ଲଦି ପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri