Posted inRasifala

ରାଶିଫଳ: ସୋମବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ
ଆଜି ମନରେ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଯାତ୍ରା, ବନ୍ଧୁମିଳନ ଜନିତ ଦିନଟି ଉପଭୋଗ୍ୟ ରହିବ। ପାରିବାରିକ ଓ କର୍ମ କ୍ଷେତ୍ରରେ ଅନୁକୂଳତା ପ୍ରାପ୍ତ ହେବ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା ଓ ବନ୍ଧୁଙ୍କ ସୁପରାମର୍ଶ ମନୋବଳ ବୃଦ୍ଧି କରିବ। ସାମୟିକ ଦ୍ୱନ୍ଦ୍ୱ ଓ ତର୍କବିତର୍କ କ୍ଷେତ୍ରରେ ମନ ବୁଝତ୍ଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ।
ବୃଷ
ବୃଷ
ମାନସିକ ସ୍ବାସ୍ଥ୍ୟହାନି ସାଙ୍ଗକୁ ପିଲାଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ବ୍ୟସ୍ତତା ପରିଲକ୍ଷିତ ହେବ। ବନ୍ଧୁଙ୍କ ସହ ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ କିନ୍ତୁ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। ଆଗାମୀ ମାଙ୍ଗଳିକ କାମ ସକାଶେ ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି।
ମିଥୁନ
ମିଥୁନ
ସ୍ବାସ୍ଥ୍ୟରେ ଉନ୍ନତି ଓ ଆର୍ଥିକ ଅଭିବୃଦ୍ଧି ସାଙ୍ଗକୁ ବନ୍ଧୁବର୍ଗଙ୍କ ସମାଗମରେ ମନ ଭାବନାରାଇଜରେ ଉଡିବୁଲିବ। ଭାବୁଥିବା କାମ କରି ନ ପାରି ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ଅଗ୍ରଗତି ଦ୍ରୁତ ହେବ। ମେଶିନାରି ଜିନିଷ ତଥା ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ।
କର୍କଟ
କର୍କଟ
ଆଜି ଆପଣ ଦ୍ୱନ୍ଦ୍ୱରେ ପଡ଼ି କ’ଣ କରିବେ କିମ୍ବା ନ କରିବା ଉଚିତ ହେବ ତାହା ଠିକ୍‌ କରିପାରିବେ ନାହିଁ। ତଥାପି ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ,ଏଣୁ ସାବଧାନତା ଆବଶ୍ୟକ। ପ୍ରତ୍ୟୁଷ ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ସାଧନ କରିପାରନ୍ତି। ଆଲୋଚନା ପରିସରରେ ଉଚ୍ଚବର୍ଗର ବ୍ୟକ୍ତିଙ୍କ ଦ୍ୱାରା ସହଯୋଗ ପାଇବେ। ବହୁତ ଦିନରୁ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ କିନ୍ତୁ କୌଣସି କାମ ଅଟକିବ ନାହିଁ। ଆଶା ପୂରଣ କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ଓ ସହେଯାଗରୁ ଉତ୍ସାହିତ ହେବେ। କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ସମ୍ଭାବନା ରହିଛି। ଘର ଲୋକଙ୍କୁ ଉପେକ୍ଷା କରି ପରକଥାରେ ପଡ଼ି ଭୁଲ ମାର୍ଗ ଅନୁସରଣ କରିପାରନ୍ତି।
ତୁଳା
ତୁଳା
ବିଭିନ୍ନ କାମରେ ଅନୁପ୍ରବେଶ କରି ସଫଳତା ହାସଲ କାରଣରୁ ମାନସିକ ସ୍ଥିତି ଭଲ ରହିବ। କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହିବା ଭଲ। ତର୍କବିତର୍କ ଜନିତ ପାରିବାରିକ ଅଶାନ୍ତି ହେତୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ।
ବିଛା
ବିଛା
ଅତୀତ ଘଟଣା କିମ୍ବା ବିଭିନ୍ନ ସମସ୍ୟା ଚିନ୍ତାକରି ମନ ଭାରାକାନ୍ତ ରହିବ। ଅନାବଶ୍ୟକ କଥାର ପୁନରାବୃତ୍ତିରୁ ଦୂରେଇ ରହିବା ଭଲ। ଅପରିହାର୍ଯ୍ୟ ଆବଶ୍ୟକତା ଉପଲବ୍ଧ ିକରି ବନ୍ଧୁଙ୍କୁ ଅନୁନୟ ବିନୟପୂର୍ବକ ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ଆଜି ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ। ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ସଂଗଠନ, ନିର୍ମାଣ, ସଭାସମିତି ତଥା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ମକର
ମକର
ଆଜି ଘରର କେତେକ ଅତ୍ୟାବଶ୍ୟକ ଜିନିଷ ଆଣିବାକୁ ଭୁଲିଯାଇ ଚିନ୍ତିତ ରହିପାରନ୍ତି। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ଅଫିସ୍‌ କାମରେ ବିଭିନ୍ନ ସମସ୍ୟା ନିରାକରଣ ପାଇଁ ଚେଷ୍ଟିତ ହେବେ। ଯାତ୍ରା, ମାଙ୍ଗଳିକ କାମ ଓ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହେବାରେ ବନ୍ଧୁବର୍ଗ ସାହାଯ୍ୟ, ସହଯୋଗ କରିବେ। କିନ୍ତୁ କୌଣସି ଆତ୍ମୀୟଙ୍କ ନକାରାତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ। ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଦୀର୍ଘ ଦିନର ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
ମୀନମୀନ
ସକାଳୁ ଦୂରଯାତ୍ରା ସକାଶେ ପ୍ରସ୍ତୁତିପର୍ବ ଶେଷ କରିବାକୁ ବାଧ୍ୟ ହେବେ। କୌଣସି ବନ୍ଧୁଙ୍କର ଆସିବାର ବିଳମ୍ବତାକୁ ଲକ୍ଷ୍ୟକରି ବିଚଳିତବୋଧ କରିପାରନ୍ତି। ଏଣେ ଜମା ଭଲ ପଡୁନଥିବା ପାଖ ପଡ଼ୋଶୀଙ୍କ ଟୀକାଟିପ୍ପଣୀ ମନକୁ ଦ୍ୱିଧାଗ୍ରସ୍ତ କରିପାରେ। ଅର୍ଥ ସମ୍ପର୍କକୁ ନେଇ ବିବାଦଗ୍ରସ୍ତ ହେବେ କିମ୍ବା ନିଜ ଲୋକଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri