Posted inRasifala

ରାଶିଫଳ: ସୋମବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ
ଆଜି ମନରେ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଯାତ୍ରା, ବନ୍ଧୁମିଳନ ଜନିତ ଦିନଟି ଉପଭୋଗ୍ୟ ରହିବ। ପାରିବାରିକ ଓ କର୍ମ କ୍ଷେତ୍ରରେ ଅନୁକୂଳତା ପ୍ରାପ୍ତ ହେବ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା ଓ ବନ୍ଧୁଙ୍କ ସୁପରାମର୍ଶ ମନୋବଳ ବୃଦ୍ଧି କରିବ। ସାମୟିକ ଦ୍ୱନ୍ଦ୍ୱ ଓ ତର୍କବିତର୍କ କ୍ଷେତ୍ରରେ ମନ ବୁଝତ୍ଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ।
ବୃଷ
ବୃଷ
ମାନସିକ ସ୍ବାସ୍ଥ୍ୟହାନି ସାଙ୍ଗକୁ ପିଲାଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ବ୍ୟସ୍ତତା ପରିଲକ୍ଷିତ ହେବ। ବନ୍ଧୁଙ୍କ ସହ ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ କିନ୍ତୁ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। ଆଗାମୀ ମାଙ୍ଗଳିକ କାମ ସକାଶେ ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି।
ମିଥୁନ
ମିଥୁନ
ସ୍ବାସ୍ଥ୍ୟରେ ଉନ୍ନତି ଓ ଆର୍ଥିକ ଅଭିବୃଦ୍ଧି ସାଙ୍ଗକୁ ବନ୍ଧୁବର୍ଗଙ୍କ ସମାଗମରେ ମନ ଭାବନାରାଇଜରେ ଉଡିବୁଲିବ। ଭାବୁଥିବା କାମ କରି ନ ପାରି ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ଅଗ୍ରଗତି ଦ୍ରୁତ ହେବ। ମେଶିନାରି ଜିନିଷ ତଥା ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ।
କର୍କଟ
କର୍କଟ
ଆଜି ଆପଣ ଦ୍ୱନ୍ଦ୍ୱରେ ପଡ଼ି କ’ଣ କରିବେ କିମ୍ବା ନ କରିବା ଉଚିତ ହେବ ତାହା ଠିକ୍‌ କରିପାରିବେ ନାହିଁ। ତଥାପି ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ,ଏଣୁ ସାବଧାନତା ଆବଶ୍ୟକ। ପ୍ରତ୍ୟୁଷ ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ସାଧନ କରିପାରନ୍ତି। ଆଲୋଚନା ପରିସରରେ ଉଚ୍ଚବର୍ଗର ବ୍ୟକ୍ତିଙ୍କ ଦ୍ୱାରା ସହଯୋଗ ପାଇବେ। ବହୁତ ଦିନରୁ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ କିନ୍ତୁ କୌଣସି କାମ ଅଟକିବ ନାହିଁ। ଆଶା ପୂରଣ କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ଓ ସହେଯାଗରୁ ଉତ୍ସାହିତ ହେବେ। କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ସମ୍ଭାବନା ରହିଛି। ଘର ଲୋକଙ୍କୁ ଉପେକ୍ଷା କରି ପରକଥାରେ ପଡ଼ି ଭୁଲ ମାର୍ଗ ଅନୁସରଣ କରିପାରନ୍ତି।
ତୁଳା
ତୁଳା
ବିଭିନ୍ନ କାମରେ ଅନୁପ୍ରବେଶ କରି ସଫଳତା ହାସଲ କାରଣରୁ ମାନସିକ ସ୍ଥିତି ଭଲ ରହିବ। କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହିବା ଭଲ। ତର୍କବିତର୍କ ଜନିତ ପାରିବାରିକ ଅଶାନ୍ତି ହେତୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ।
ବିଛା
ବିଛା
ଅତୀତ ଘଟଣା କିମ୍ବା ବିଭିନ୍ନ ସମସ୍ୟା ଚିନ୍ତାକରି ମନ ଭାରାକାନ୍ତ ରହିବ। ଅନାବଶ୍ୟକ କଥାର ପୁନରାବୃତ୍ତିରୁ ଦୂରେଇ ରହିବା ଭଲ। ଅପରିହାର୍ଯ୍ୟ ଆବଶ୍ୟକତା ଉପଲବ୍ଧ ିକରି ବନ୍ଧୁଙ୍କୁ ଅନୁନୟ ବିନୟପୂର୍ବକ ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ଆଜି ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ। ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ସଂଗଠନ, ନିର୍ମାଣ, ସଭାସମିତି ତଥା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ମକର
ମକର
ଆଜି ଘରର କେତେକ ଅତ୍ୟାବଶ୍ୟକ ଜିନିଷ ଆଣିବାକୁ ଭୁଲିଯାଇ ଚିନ୍ତିତ ରହିପାରନ୍ତି। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ଅଫିସ୍‌ କାମରେ ବିଭିନ୍ନ ସମସ୍ୟା ନିରାକରଣ ପାଇଁ ଚେଷ୍ଟିତ ହେବେ। ଯାତ୍ରା, ମାଙ୍ଗଳିକ କାମ ଓ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହେବାରେ ବନ୍ଧୁବର୍ଗ ସାହାଯ୍ୟ, ସହଯୋଗ କରିବେ। କିନ୍ତୁ କୌଣସି ଆତ୍ମୀୟଙ୍କ ନକାରାତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ। ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଦୀର୍ଘ ଦିନର ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
ମୀନମୀନ
ସକାଳୁ ଦୂରଯାତ୍ରା ସକାଶେ ପ୍ରସ୍ତୁତିପର୍ବ ଶେଷ କରିବାକୁ ବାଧ୍ୟ ହେବେ। କୌଣସି ବନ୍ଧୁଙ୍କର ଆସିବାର ବିଳମ୍ବତାକୁ ଲକ୍ଷ୍ୟକରି ବିଚଳିତବୋଧ କରିପାରନ୍ତି। ଏଣେ ଜମା ଭଲ ପଡୁନଥିବା ପାଖ ପଡ଼ୋଶୀଙ୍କ ଟୀକାଟିପ୍ପଣୀ ମନକୁ ଦ୍ୱିଧାଗ୍ରସ୍ତ କରିପାରେ। ଅର୍ଥ ସମ୍ପର୍କକୁ ନେଇ ବିବାଦଗ୍ରସ୍ତ ହେବେ କିମ୍ବା ନିଜ ଲୋକଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୂଚନା ରହିଛି। ଦ୍ୱିଜା ନକ୍ଷତ୍ରର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭଲ ସମ୍ପର୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri