Posted inRasifala

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଅନୁକୂଳତା ପ୍ରାପ୍ତ ହେବ। ତଥାପି ସାମୟିକ ଦ୍ୱନ୍ଦ୍ୱ ଓ ତର୍କବିତର୍କ କ୍ଷେତ୍ରରେ ସମୟ ଅତିବାହିତ ହୋଇପାରେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ କେତେକାଂଶରେ ଅନୁକୂଳ ଫଳ ପାଇବେ। ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ।
ବୃଷ
ବୃଷ
ନୂତନ ଯୋଜନା ପାଇଁ ପରିବାରରୁ ଆବଶ୍ୟକ ସହଯୋଗ ପ୍ରାପ୍ତ ହେବେ। ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତାରେ ବ୍ୟସ୍ତତା ପରିଲକ୍ଷିତ ହେବ । ମଧ୍ୟାହ୍ନରେ ବନ୍ଧୁଙ୍କଠାରୁ ଉସତ୍ାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ଆଗାମୀ ମାଙ୍ଗଳିକ କାମ ସକାଶେ ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି।
ମିଥୁନ
ମିଥୁନ
ଆଜି ଆପଣ ମନେ ମନେ ଭାବୁଥିବେ ଗୋଟିଏ କଥା କିନ୍ତୁ କଲା ବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ। ସହକର୍ମୀଙ୍କ ସହଯୋଗରୁ କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ। ମେଶିନାରି ଜିନିଷ ତଥା ଯାନବାହନ ଚାଳନାରେ ସତର୍କ ରହିବା ଭଲ। ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି ।
କର୍କଟ
କର୍କଟ
ଆଜି ଆପଣ ଦ୍ୱନ୍ଦ୍ୱରେ ପଡ଼ି କ’ଣ କରିବେ କିମ୍ବା ନ କରିବା ଉଚିତ ହେବ ତାହା ଠିକ୍‌ କରିପାରିବେ ନାହିଁ। ତଥାପି ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉସତ୍ାହିତ ହେବେ। ପ୍ରତ୍ୟୁଷ ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ । ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
ସି˚ହ
ସି˚ହ
ଆଲୋଚନା ପରିସରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ବହୁଦିନରୁ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ, ଫଳରେ ଆନନ୍ଦର ସୀମା ଲଙ୍ଘନ କରିବ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ । ବ୍ୟବସାୟ ଓ ପରିବହନରେ ହଠାତ୍‌ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
କନ୍ୟା
ପାରିବାରିିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ, କିନ୍ତୁ କୌଣସି କାମ ଅଟକିବ ନାହିଁ । ଅପୂରଣୀୟ ଆଶା ପୂରଣ କ୍ଷେତ୍ରରେ ବନ୍ଧୁ ମାନଙ୍କ ସାହାଯ୍ୟ ଓ ସହେଯାଗରୁ ଉସତ୍ାହିତ ହେବେ। କର୍ମକ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବା ସମ୍ଭାବନା ରହିଛି। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି।
ତୁଳା
ତୁଳା
ବନ୍ଧୁଙ୍କ ସମ୍ମୁଖରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇଯାଇପାରନ୍ତି। ମାନସିକ ଅବସାଦ ଯୋଗୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ। ଆଜି ଦିନଟି କାର୍ଯ୍ୟବ୍ୟସ୍ତତାର ସମୟ କହିଲେ ଅତ୍ୟୁକ୍ତି ହେବନାହିଁ।
ବିଛା
ବିଛା
ବିଭିନ୍ନ ପ୍ରକାର ସମସ୍ୟା ଚିନ୍ତାକରି ମନ ଭାରାକାନ୍ତ ରହିବ। କିନ୍ତୁ କଥାରେ କଥାରେ ବାକ୍‌ବିଳାସର ଶ୍ରୁତିରୋଚକତା ପରିବେଶକୁ ଆହ୍ଲାଦିତ କରିବ। କିନ୍ତୁ ଅପରିହାର୍ଯ୍ୟ ଆବଶ୍ୟକତା ଉପଲବ୍ଧିକରି ବନ୍ଧୁଙ୍କୁ ଅନୁନୟ ବିନୟ ପୂର୍ବକ ଧାର ମାଗିପାରନ୍ତି। କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
କଠୋର କଥା କହିବା କାରଣରୁ ପରିବାରରେ କଳହ ଲାଗିପାରେ। ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣକଲେ କ୍ଷତିରେ ପଡ଼ିବେ। ସଙ୍ଗଠନ, ନିର୍ମାଣ, ସଭାସମିତି ତଥା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବିବାଦୀୟ ଘଟଣା କିମ୍ବା ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବ ।
ମକର
ମକର
କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖାଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ଅଫିସ୍‌ କାମରେ ବିଭିନ୍ନ ସମସ୍ୟା ନିରାକରଣ ପାଇଁ ଚେଷ୍ଟିତ ହେବେ। ଯାତ୍ରା, ମାଙ୍ଗଳିକ କାମ ଓ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟ ପ୍ରତି ଅବହେଳା କରି ଅନୁତାପ କରିପାରନ୍ତି।
କୁମ୍ଭ
କୁମ୍ଭ
ଆଜି ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହେବାରେ ବନ୍ଧୁବର୍ଗ ସାହାଯ୍ୟ, ସହଯୋଗ କରିବେ। ଆମତ୍ୀୟଙ୍କ ନକାରାମତ୍କ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟିହେବା ଅନୁମେୟ ।
ମୀନମୀନ
ସକାଳୁ ସକାଳୁ ଦୂରଯାତ୍ରା ସକାଶେ ପ୍ରସ୍ତୁତିପର୍ବ ଶେଷ କରିବେ। କୌଣସି ବନ୍ଧୁଙ୍କର ଆସିବାର ବିଳମ୍ବତାକୁ ଲକ୍ଷ୍ୟକରି ବିଚଳିତବୋଧ କରିପାରନ୍ତି। ଏଣେ ଜମା ଭଲ ପଡୁ ନ ଥିବା ପାଖ ପଡ଼ୋଶୀଙ୍କ ଟୀକାଟିପ୍ପଣୀ ମନକୁ ଦ୍ୱିଧାଗ୍ରସ୍ତ କରିପାରେ । ଅର୍ଥ ସମ୍ପର୍କକୁ ନେଇ ବିବାଦଗ୍ରସ୍ତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri