Posted inRasifala

ରାଶିଫଳ: ବୁଧବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ
ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଯାତ୍ରା, ବନ୍ଧୁମିଳନଜନିତ ଦିନଟି ଉପଭୋଗ୍ୟ ରହିବ। ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତିରେ ଅନୁକୂଳତା ପ୍ରାପ୍ତ ହେବ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା ଓ ବନ୍ଧୁଙ୍କ ସୁପରାମର୍ଶ ମନୋବଳ ବୃଦ୍ଧିରେ ସହାୟକ ହେବ। ଅଶ୍ୱିନୀ ନକ୍ଷତ୍ର ମନ ବୁଝିଲା ଭଳି କଥା କହି ପରିସ୍ଥିତି ସୁଧାରି ନେବେ।
ବୃଷ
ବୃଷ
ମାନସିକ ସ୍ବାସ୍ଥ୍ୟହାନି ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତାରେ ବ୍ୟସ୍ତତା ପରିଲକ୍ଷିତ ହେବ। ବନ୍ଧୁଙ୍କ ସହ ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ କିନ୍ତୁ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। ଆଗାମୀ ମାଙ୍ଗଳିକ କାମ ସକାଶେ ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି।
ମିଥୁନ
ମିଥୁନ
ଦୈହିକ ସ୍ବାସ୍ଥ୍ୟରେ ଉନ୍ନତି ଓ ଆର୍ଥିକ ଅଭିବୃଦ୍ଧି ମାନସିକ ସ୍ଥିତିକୁ ମଜ୍‌ଭୁତ ରଖିବ। ଭାବୁଥିବେ ଗୋଟେ କଥା କଲା ବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ। ମେଶିନାରି ଜିନିଷ ତଥା ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି।
କର୍କଟ
କର୍କଟ
ଦ୍ୱନ୍ଦ୍ୱରେ ପଡ଼ି କ’ଣ କରିବେ କିମ୍ବା ନ କରିବା ଉଚିତ ହେବ ତାହା ଠିକ୍‌ କରିପାରିବେ ନାହିଁ। ତଥାପି ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ। ଏଣୁ ସାବଧାନତା ଆବଶ୍ୟକ। ଆଜିର ପ୍ରତ୍ୟୁଷ ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ସାଧନ କରିପାରନ୍ତି। ଆଲୋଚନା ପରିସରରେ ଉଚ୍ଚବର୍ଗରଙ୍କ ଦ୍ୱାରା ସହଯୋଗ ପାଇବେ। ବହୁତ ଦିନରୁ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ ଫଳରେ ଆନନ୍ଦର ସୀମା ଲଙ୍ଘନ କରିବ। କାମ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ କିନ୍ତୁ କୌଣସି କାମ ଅଟକିବ ନାହିଁ। ଅପୂରଣୀୟ ଆଶା ପୂରଣ କ୍ଷେତ୍ରରେ ବନ୍ଧୁଙ୍କ ସହଯୋଗରୁ ଉତ୍ସାହିତ ହେବେ। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି। ଘର ଲୋକଙ୍କୁ ଉପେକ୍ଷା କରି ପରକଥାରେ ଭୁଲ ମାର୍ଗ ଅନୁସରଣ କରିପାରନ୍ତି।
ତୁଳା
ତୁଳା
ବିଭିନ୍ନ କାମରେ ସଫଳତା ହାସଲ ଯୋଗୁ ମାନସିକ ସ୍ଥିତି ଭଲ ରହିବ। କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ।
ବିଛା
ବିଛା
ବିଭିନ୍ନ ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। କଥାରେ ବାକ୍‌ବିଳାସର ଶୃତିରୋଚକତା ପରିବେଶକୁ ଆହ୍ଲାଦିତ କରିବ। ଅପରିହାର୍ଯ୍ୟ ଆବଶ୍ୟକତା ଉପଲବ୍ଧତ୍ କରି ବନ୍ଧୁଙ୍କୁ ଅନୁନୟ ବିନୟ ପୂର୍ବକ ଧାରକରଜ କରି ଆବଶ୍ୟକତା ଚଳାଇ ନେବେ। କଳା, ସଙ୍ଗୀତ, ଚଳଚ୍ଚିତ୍ର କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ଆଜି ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବାରୁ ପରିବାରରେ ଅଶାନ୍ତି ଦେଖାଦେଇପାରେ। ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ସଙ୍ଗଠନ, ନିର୍ମାଣ, ସଭାସମିତି ତଥା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ମକର
ମକର
ଆଜି ଘରର କେତେକ ଅତ୍ୟାବଶ୍ୟକ ଜିନିଷ ଆଣିବାକୁ ଭୁଲିଯାଇ ଚିନ୍ତିତ ରହିପାରନ୍ତି। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ଅଫିସ୍‌ କାମରେ ବିଭିନ୍ନ ସମସ୍ୟା ନିରାକରଣ ପାଇଁ ଚେଷ୍ଟିତ ହେବେ। ଯାତ୍ରା,ମାଙ୍ଗଳିକ କାମ ଓ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହେବାରେ ବନ୍ଧୁବର୍ଗଙ୍କ ସାହାଯ୍ୟ, ସହଯୋଗ ଅବଶ୍ୟ କରିବେ। କିନ୍ତୁ କୌଣସି ଆତ୍ମୀୟଙ୍କ ନକାରାତ୍ମକ ଚିନ୍ତାଧାରା ମନକୁ ସାମୟିକ ବ୍ରିତ କରିପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ।
ମୀନମୀନ

ସକାଳୁ ସକାଳୁ ଦୂରଯାତ୍ରା ସକାଶେ ପ୍ରସ୍ତୁତିପର୍ବ ଶେଷ କରିବାକୁ ବାଧ୍ୟ ହେବେ। କୌଣସି ବନ୍ଧୁଙ୍କର ଆସିବାର ବିଳମ୍ବତାକୁ ଲକ୍ଷ୍ୟକରି ବିଚଳିତବୋଧ କରିପାରନ୍ତି। ଏଣେ ଜମା ଭଲ ପଡୁ ନ ଥିବା ପାଖ ପଡ଼ୋଶୀଙ୍କ ଟିକାଟିପ୍ପଣୀ ମନକୁ ଦ୍ୱିଧାଗ୍ରସ୍ତ କରିପାରେ। ଅର୍ଥ ସମ୍ପର୍କକୁ ନେଇ ନିଜର ଲୋକ ମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ଉଚ୍ଚାବସ୍ଥାନ କାରଣରୁ ସ୍ବାସ୍ଥ୍ୟ ଭଲ ରହିବା ସହ ଅଭିଳଷିତ କାର୍ଯ୍ୟ ସମ୍ପନ୍ନ ହେବ। ଅସହିଷ୍ଣୁ ମନୋଭାବରୁ ଟିକିଏ କଥାରେ ବନ୍ଧୁଙ୍କ ସହ କଳହ ଲାଗିପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ ଆପଣଙ୍କ ଚିନ୍ତାନୁଯାୟୀ ଆଜିର କାମ ବନ୍ଧୁଙ୍କ ସହାୟତାରେ ସହଜରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri