Posted inRasifala

ରାଶିଫଳ: ରବିବାର, ଫେବୃୟାରୀ ୧୩ ତାରିଖ – Daily Horoscope

ମେଷ
ସତର୍କତା ଅବଲମ୍ବନ କଲେ ମଧ୍ୟ ବିଭିନ୍ନ ପ୍ରକାରର ସମସ୍ୟା ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ପୂର୍ବରୁ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କର୍ମକ୍ଷେତ୍ରରେ କିମ୍ବା ସଭାସମିତିରେ ଯୁକ୍ତିଯୁକ୍ତ କଥା କହି ପ୍ରଶଂସିତ ହେବେ। ସଭାସମିତିରେ ବନ୍ଧୁମାନଙ୍କ ସହ ଆଲୋଚନାରୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ
ବୃଷ
ବୃଷ
ଶାରୀରିକ ଅସୁସ୍ଥତା ସାଙ୍ଗକୁ ପାରିବାରିକ ଅଶାନ୍ତି ଓ ଅର୍ଥାଭାବର ସାମ୍ନା କରିବାକୁ ପଡ଼ିପାରେ। ବନ୍ଧୁମାନେ ସାମୟିକ ସୁଯୋଗକୁ ନିଜର ସ୍ବାର୍ଥ ସାଧନ ଦିଗରେ ଲଗାଇପାରନ୍ତି। ଭୁଲ୍‌ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ତିକ୍ତତା ସୃଷ୍ଟି ସମ୍ଭାବନା ରହିଛି। ଯାନ୍ତ୍ରିକ ଜିନିଷ, ଯାନବାହନ କିମ୍ବା ଗୃହୋପକରଣ କ୍ରୟ କରିପାରନ୍ତି।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ନିଜ ନିଜ ଜିଦ୍‌ରେ ଅଟଳ ରହିବା କାରଣରୁ କଳହ ଲାଗିପାରେ। ଅର୍ଥ ସମ୍ବନ୍ଧୀୟ କଥା, ଚୁକ୍ତିପତ୍ର, ଜମିଜମା କାରବାରରେ ମାନସିକ ଆଘାତ ପାଇପାରନ୍ତି। ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁମାନେ ସାହାଯ୍ୟ କରିବେ। ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ, କିନ୍ତୁ ଫେରିବା ସମୟରେ ପୂର୍ବର ଆନନ୍ଦ ଆଉ ନ ଥିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ବନ୍ଧୁଙ୍କୁ ସାହାଯ୍ୟ ଓ ବଦାନ୍ୟତା ଦେଖାଇଲେ ମଧ୍ୟ ତାହାର ମୂଲ୍ୟ ସେ ବୁଝିପାରିବେ ନାହିଁ। ସଭାସମିତିରେ କିମ୍ବା ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପ୍ରକାଶନ, ପ୍ରଶାସନ, ସାମ୍ବାଦିକତା କ୍ଷେତ୍ରରେ ସମ୍ମାନ ପାଇବେ। ପଡ଼ୋଶୀଙ୍କ ଅଭିଯୋଗ ସକାଶେ ମନରେ ଭାବାନ୍ତର ସୃଷ୍ଟି ହେବ।
ସି˚ହ
ସି˚ହ
ଦିନଟିରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇ ଗୁରୁତ୍ୱପୂର୍ଣ୍ଣ କାମଟିକୁ ଭୁଲିଯାଇପାରନ୍ତି। ସହକର୍ମୀଙ୍କ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ ସାହାଯ୍ୟ କରିବ। ବ୍ୟବସାୟିକ କ୍ଷେତ୍ର ଓ ପ୍ରଶାସନିକ ସ୍ତରରେ ପରିସ୍ଥିତି ସେତେଟା ଭଲ ରହି ନ ପାରେ। ଆକସ୍ମିକ ଭାବରେ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗଁୁ ମନରେ ସରସତା ରହିବ ନାହିଁ।
କନ୍ୟା
ଆଜିର କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରି କାର୍ଯ୍ୟ ହାସଲ କରିବେ। ଗଠନମୂଳକ କିମ୍ବା ସାମୂହିକ କାମରେ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ସଭାସମିତିରେ ତଥା ଆଲୋଚନା କ୍ଷେତ୍ରରେ ସମ୍ମାନୀୟ ବ୍ୟକ୍ତି ସହାୟତା କରିବେ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ପଛରେ ନାନାଦି କଥା କହିପାରନ୍ତି।
ତୁଳା
ତୁଳା
ଆତ୍ମୀୟଙ୍କ ସହଯୋଗରୁ ସମାଧାନର ସୂତ୍ର ବାହାର କରିବାରେ ସମର୍ଥ ହେବେ। ଦୀର୍ଘଦିନର ଅଭିଳାଷ ପୂରଣ ହେବ ଓ ଯୋଜନାକୁ ବାସ୍ତବ ରୂପ ଦେବେ। ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ, କିନ୍ତୁ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ମାଲିମକଦ୍ଦମା, ଜମିଜମା ସମସ୍ୟା, ସମାଧାନ ଦିଗକୁ ମୁହାଁଇବ।
ବିଛା
ବିଛା
ମାନସିକ ଅସ୍ଥିରତା କାରଣରୁ ଯାହା ଭାବୁଥିବେ କାମ କରିବା ବେଳକୁ ତାହା ଠିକ୍‌ ଓଲଟା ହୋଇଯିବ। ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଅଫିସରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ପ୍ରତ୍ୟେକ ସ୍ତରରେ ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣ ହେବେ। ବୈବାହିକ କର୍ମ ସମ୍ପାଦନ ପାଇଁ ନୂତନ ବନ୍ଧୁ ପ୍ରସ୍ତାବ ଆସିବାର ସମ୍ଭାବନା ରହିଛି। ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ହେତୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ। କୌଣସି ପ୍ରକାରର ସତ୍ୟତା ନ ଥାଇ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିପାରନ୍ତି।
ମକର
ମକର
ବିଭିନ୍ନ ଦିଗରୁ ମାନସିକ ଚାପ ଓ ପ୍ରତିବନ୍ଧକର ସାମ୍ନା କରି କାମ ହାସଲ କରିବାକୁ ପଡ଼ିବ। ସ୍ତ୍ରୀଙ୍କ ସହ ଭୁଲ ବୁଝାମଣା ସୃଷ୍ଟି ହୋଇପାରେ। ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଅଳ୍ପ ସମୟ ମଧ୍ୟରେ ଦୂରେଇଯିବ। ସନ୍ତାନଙ୍କ ଗୌରବରେ ଗୌରବାନ୍ବିତ ହେବେ।
କୁମ୍ଭ
କୁମ୍ଭ
ଅଧିକାଂଶ ସମୟ ଅନ୍ୟମନସ୍କ ରହିବା କାରଣରୁ କିଛିନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ। ଅଭିମାନୀ ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ସରକାରୀ କ୍ଷେତ୍ରରୁ ଆଶା କରିଥିବା କୌଣସି କାଗଜପତ୍ର ସମ୍ପର୍କୀୟ ଶୁଭ ସୂଚନା ପାଇବେ। ରାଜନୀତି କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।
ମୀନମୀନ
ଆଜି ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହୋଇପାରନ୍ତି। ବନ୍ଧୁମାନଙ୍କ ଅନୁରୋଧକୁ ଉପେକ୍ଷା ନ କରି ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ଢଳିପାରେ। ଆର୍ଥିକ ସ୍ବଚ୍ଛଳତା ବଢ଼ିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। ସାମାଜିକ ସ୍ତରରେ ଉନ୍ନତିମୂଳକ କାମ ସକାଶେ ଦିନଟି ବହୁତ ଭଲ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri