Posted inRasifala

ରାଶିଫଳ: ଗୁରୁବାର, ଜାନୁୟାରୀ ୧୩ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ର ନିଜ ରାଶିରେ ଅବସ୍ଥାନ କରି ସୁଖ, ସମୃଦ୍ଧି ପ୍ରଦାନ କରିବେ। ଯାହା ପାଇବା ପାଇଁ ଚିନ୍ତା କରୁଛନ୍ତି ତାହା ପାଇବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ପଦସ୍ଥଙ୍କ ପ୍ରେରଣା, ଆତ୍ମୀୟଙ୍କ ସହୃଦୟତା, ଅଧସ୍ତନମାନଙ୍କ ଆନୁଗତ୍ୟ ସାମାଜିକ ଜୀବନକୁ ସରସ ସୁନ୍ଦର କରିବାରେ ସହାୟକ ହେବ।
ବୃଷ
ବୃଷ
ପାପଗ୍ରହ ପ୍ରଭାବରୁ ସ୍ବାସ୍ଥ୍ୟହାନି, ଅର୍ଥ ସଂକଟ, ବାଣିଜ୍ୟ, ବ୍ୟବସାୟରେ ଝଗଡ଼ାଜନିତ ଦୁଶ୍ଚିନ୍ତା ଦେଖାଦେବ। ଅନ୍ୟମାନଙ୍କୁ ଆକର୍ଷିତ କରିବା ପାଇଁ ବିଭିନ୍ନ ଚେଷ୍ଟା କଲେ ମଧ୍ୟ ଅସଫଳ ହେବେ। କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି।
ମିଥୁନ
ମିଥୁନ
ଦୀର୍ଘ ଦିନରୁ କଥାବାର୍ତ୍ତା କରୁ ନ ଥିବା ବନ୍ଧୁଟି ନିକଟେଇ ଆସିବାର ଉପକ୍ରମ କରିବ। ମାନସିକ ଅସ୍ଥିରତା ରହିଲେ ମଧ୍ୟ କଥାବାର୍ତ୍ତାରେ ସତର୍କ ନ ରହିଲେ କଳହ ଲାଗିପାରେ। ପ୍ରାତଃ ଭ୍ରମଣ, ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢ଼ା, ଯାତ୍ରା ପାଇଁ ଦିନଟି ଭଲ। ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ବିବ୍ରତ ହେବେ।
କର୍କଟ
କର୍କଟ
ନୂତନ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ସମୟ ଅତିବାହିତ ହେବ। ସ୍ବାସ୍ଥ୍ୟରେ ଉନ୍ନତି, ପରିବାର ସଦସ୍ୟଙ୍କ ଆଶାପୂରଣ ଓ ଯାତ୍ରାରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ସାଧାରଣ କଥାରୁ କଳହ କିମ୍ବା ମନାନ୍ତର ଘଟିବାର ଆଶଙ୍କା ଦେଖାଦେଇପାରେ। ବନ୍ଧୁଙ୍କ ନିକଟରୁ କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି।
ସି˚ହ
ସି˚ହ
ସମସ୍ୟା ସହ ସଂଘର୍ଷ କରି ଲକ୍ଷ୍ୟ ହାସଲ କରିବେ ମାତ୍ର ମାନସିକ ସୁସ୍ଥତା ପାଇପାରିବେ ନାହିଁ। ଯେତେ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ତାହା ସହଜରେ ବିଶ୍ୱାସ କରି ନ ପାରନ୍ତି। ନିଜର ଆତ୍ମୀୟ ଓ ପାଖ ପଡ଼ୋଶୀଙ୍କ ସହ ସମ୍ପର୍କ ମଧ୍ୟ ଭଲ ରହିବ ନାହିଁ। କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
କନ୍ୟା
ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିଲେ ମଧ୍ୟ ପାରିବାରିକ ସହଯୋଗ ମନକୁ ହାଲୁକା ରଖିବ । ପ୍ରତିବେଶୀଙ୍କ ସହ ସୁସମ୍ପର୍କ ରଖିପାରିଲେ ସହଯୋଗ ଅବଶ୍ୟ ମିଳିବ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ସ୍ବାର୍ଥସାଧନ ଆଶାନେଇ ସହଯୋଗର ହାତ ବଢ଼ାଇ ପାରନ୍ତି। ବନ୍ଧୁଙ୍କ ସ୍ବାସ୍ଥ୍ୟହାନି କାରଣରୁ ଡାକ୍ତରଙ୍କ ପରାମର୍ଶ ପାଇଁ ଆପଣଙ୍କୁ ଦୌଡ଼ିବାକୁ ପଡ଼ିପାରେ।
ତୁଳା
ତୁଳା
ଆର୍ଥିକ ସଂକଟ ଓ ପରିବାର ମୁଖ୍ୟଙ୍କ ସହ ଯୁକ୍ତିତର୍କର କାରଣ ହୋଇପାରେ। କୌଣସି ଆଲୋଚନାରେ ସହକର୍ମୀ କିମ୍ବା ବନ୍ଧୁଙ୍କ ମନକୁ ସୁହାଇଲା ଭଳି କାମ କରିପାରିବେ ନାହିଁ। ଅର୍ଥ ସମ୍ପର୍କିତ ଆଲୋଚନା, ଅଦାଲତ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଉନ୍ନତି କରିବେ।
ବିଛା
ବିଛା
ସମ୍ପର୍କୀୟଙ୍କ ସହ ମିତ୍ରତା ଜମିବ ଏବଂ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ଦ୍ୱାରା ଅର୍ଥ ଓ ସମ୍ମାନ ଲାଭ କରିବେ। ଅଟକି ରହିଥିବା କାମରେ ଅଳ୍ପ ସମୟ ଅପେକ୍ଷା କରନ୍ତୁ, ଦେଖିବେ ସବୁ ଠିକ୍‌ ହୋଇଯିବ। ଈର୍ଷାପରାୟଣ ବ୍ୟକ୍ତିଙ୍କ ସାମୟିକ ବିରୋଧ, କାମକୁ ବିଶୃଙ୍ଖଳିତ କରିପାରେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ଧନୁ
ଧନୁ
ବିବାଦୀୟ ପରିସ୍ଥିତି ବଦଳି ଯାଇଥିବା କାରଣରୁ ସୁସ୍ଥ ମାନସିକତା ଦିନଭରି ରହିବ। ମଧୁର କଥା ଦ୍ୱାରା ଅନ୍ୟମାନଙ୍କୁ ଆକର୍ଷିତ କରାଇ କାମ ହାସଲ କରିପାରିବେ। ସ୍ତ୍ରୀ ସମ୍ପର୍କ, ଆର୍ଥିକ, ପ୍ରତିଦ୍ୱନ୍ଦ୍ୱିତା, କ୍ଷେତ୍ରରେ ଆଶାନୁଯାୟୀ ସୁଫଳ ପାଇବେ। କିନ୍ତୁ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଝଗଡ଼ା ଲାଗିପାରେ।
ମକର
ମକର
କୌଣସି ଅପରିଚିତ ବ୍ୟକ୍ତି ଦ୍ୱାରା ସ୍ଥଗିତ ରହି ଯାଇଥିବା କାମଟିକୁ ଝିନଝଟ୍‌ ମଧ୍ୟରେ ସମ୍ପୂର୍ଣ୍ଣ କରିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ। କଳା ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ । ଲକ୍ଷ୍ୟ ହାସଲ ଦିଗରେ କିଛି ସହଯୋଗ ସକାଶେ ବନ୍ଧୁଙ୍କ ଆଗରେ ପ୍ରକାଶ କରିପାରିବେ ନାହଁି ।
କୁମ୍ଭ
କୁମ୍ଭ
ସକାଳୁ ଆନୁଷ୍ଠାନିକ କାର୍ଯ୍ୟ,ବନ୍ଧୁ, ସହକର୍ମୀ, ପଡ଼ୋଶୀଙ୍କ ସାହାଯ୍ୟରୁ ଉପକୃତ ହେବେ। ସାମାନ୍ୟ ତ୍ୟାଗ ସ୍ବୀକାର କଲେ ମଧ୍ୟ ପରିବାର ଲୋକଙ୍କ ଭୁଲ୍‌ ଧାରଣା ବଦଳାଇପାରିବେ ନାହିଁ। ଖର୍ଚ୍ଚ ବୃଦ୍ଧି କାରଣରୁ ଚିନ୍ତା ପ୍ରକଟ କରିପାରନ୍ତି। ପାରିବାରିକ, ବ୍ୟବସାୟିକ, ସାମାଜିକ, ନୂତନ ପ୍ରକଳ୍ପ ସମ୍ପର୍କୀୟ ଯୋଜନାକୁ କାର୍ଯ୍ୟକାରୀ କରାଇନେବେ।
ମୀନମୀନ
କର୍ମକ୍ଷେତ୍ରରେ ଆନୁଷଙ୍ଗିକ ସମସ୍ତ ପ୍ରକାରର ସାହାଯ୍ୟ ଲାଭ କରି ସହଜ ଓ ସୁବିଧାରେ କାମ ହାସଲ କରିବେ। ବନ୍ଧୁମାନଙ୍କ ସହାୟତାରେ ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବେ। ଭାଇଙ୍କ ସ୍ବାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିପାରେ। ବ୍ୟବସାୟ, ବାଣିଜ୍ୟ, ପରିବହନ, ଜନକଲ୍ୟାଣକାରୀ କର୍ମରୁ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଜୁଲାଇ ୧୩ ତାରିଖ – Daily Horoscope

ମେଷ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଅଟକି ରହିଥିବା କାମ ତ୍ୱରାନ୍ବିତ ହେବ। ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳତା ହାସଲ…

ରାଶିଫଳ: ରବିବାର, ଜୁଲାଇ ୧୨ ତାରିଖ – Daily Horoscope

ମେଷ ଆଜିର ନୂତନ କର୍ମାରମ୍ଭ, ଆନୁଷ୍ଠାନିକ କର୍ମ ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହେବ। ହିତୈଷୀମାନଙ୍କ ସହୃଦୟତାରୁ ଆପଣ ଯାହା ଚାହୁଁଛନ୍ତି, ତାହା ପାଇବାରେ କୌଣସି ଅସୁବିଧା…

ରାଶିଫଳ: ଶନିବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭିନ୍ନ ପ୍ରକାର ହେତୁ ଅନ୍ୟମାନେ ଭୁଲ୍‍ ବୁଝିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ। ଦୀର୍ଘ ଦିନରୁ ରହିଯାଇଥିବା…

ରାଶିଫଳ: ଶୁକ୍ରବାର , ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟରୁ ଅର୍ଥଲାଭ ହେବା ସାଙ୍ଗକୁ ପ୍ରିୟଜନଙ୍କ ଦେଖାସାକ୍ଷାତ୍‍ରୁ ଖୁସି ରହିବେ। ମତପାର୍ଥକ୍ୟ କାରଣରୁ ବନ୍ଧୁ କିମ୍ବା ପରିବାର ସହ ମନୋମାଳିନ୍ୟ ସୃଷ୍ଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri