Posted inRasifala

ରାଶିଫଳ: ମଙ୍ଗଳବାର, ଜୁଲାଇ ୧୩ ତାରିଖ – Daily Horoscope

ମେଷ
ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଅଟକି ରହିଥିବା କାମ ତ୍ୱରାନ୍ବିତ ହେବ। ପାରିବାରିକ, ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳତା ହାସଲ କରିବେ। ଅସୁବିଧାରେ ପଡ଼ିଥିବା ଆତ୍ମୀୟସ୍ବଜନଙ୍କ ପାଇଁ ଚିନ୍ତା ବଢ଼ିପାରେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
ବୃଷ
ବୃଷ
ସକାଳୁ ସକାଳୁ ଶୁଭ ଖବର ପାଇ ମନ ଖୁସି ହୋଇଯିବ। ପରିବାର ମଧ୍ୟରେ ବୁଝାମଣା ଭିତ୍ତିରେ କାମ ନ କଲେ କଳହର ଆଶଙ୍କା ରହିଛି। କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ବନ୍ଧୁ ପରିଜନଙ୍କ ସହ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ମିଥୁନ
ମିଥୁନ
ଦୀର୍ଘ ଦିନରୁ ବହୁ ପ୍ରତୀକ୍ଷିତ ଖବରଟି ଅପରାହ୍ନେ ପାଇପାରନ୍ତି। ଆବଶ୍ୟକତା ପୂରଣ କରିବା ଦିଗରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ପ୍ରଭୃତିରେ ଉନ୍ନତି କରିବେ। ଉଚ୍ଚଶିକ୍ଷା, ସନ୍ତାନଙ୍କ ସମସ୍ୟା, ଯାନ୍ତ୍ରିକ ତ୍ରୁଟି, ଜମିଜମା କାରବାର ପ୍ରଭୃତି ବିଭିନ୍ନ ପ୍ରକାରର କାମରେ ମନୋନିବେଶ କରିପାରନ୍ତି।
କର୍କଟ
କର୍କଟ
ଦୀର୍ଘଦିନର ପ୍ରତୀକ୍ଷା ପରେ ଅପୂର୍ବ ସଫଳତାରେ ଆନନ୍ଦ ଅନୁଭବ କରିବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ଖଳଲୋକମାନଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ବିଶିଷ୍ଟବ୍ୟକ୍ତିଙ୍କ ସହୃଦୟତାରୁ ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ।
ସି˚ହ
ସି˚ହ
ବନ୍ଧୁମାନଙ୍କଠାରୁ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ। ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ପାରିବାରିକ କ୍ଷେତ୍ରରେ ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି। ବନ୍ଧୁଙ୍କ ନିକଟରୁ ହଠାତ୍‌ କାୈଣସି ଖବର ପାଇ ଖୁସି ହେବେ।
କନ୍ୟା
ଅଟକି ରହିଯାଇଥିବା କାର୍ଯ୍ୟରେ ସଫଳତା ହାସଲ କରିବେ। ସ୍ତ୍ରୀଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ବିଶେଷ ଭାବରେ ଉପକୃତ ହେବେ। ବନ୍ଧୁଙ୍କ ନିମନ୍ତ୍ରଣକ୍ରମେ ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ। ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ତୁଳା
ତୁଳା
ବହୁ ପୂର୍ବ ସ୍ଥିରୀକୃତ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ଘରେ ବନ୍ଧୁ ମିଳନ ସହିତ ଖୁସିର ଆସର ଜମିପାରେ। ଆତ୍ମୀୟମାନଙ୍କଠାରୁ ସ୍ନେହ, ଶ୍ରଦ୍ଧା ଓ ଅନୁରକ୍ତି ଲାଭ କରିବେ। ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ଯାନ୍ତ୍ରିକ ତ୍ରୁଟି ଯାତ୍ରାକୁ ବିଳମ୍ବ କରିବ।
ବିଛା
ବିଛା
ଅତୀତ ଘଟଣାକୁ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରିପାରନ୍ତି। ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସ୍ବାର୍ଥବାଦୀ ହୋଇପଡିବ, ଫଳରେ କେତେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ଅପରାହ୍ନରେ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି।
ଧନୁ
ଧନୁ
ସାଧାରଣ କଥାରେ ଉତ୍‌କ୍ଷିପ୍ତ ହୋଇ ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ନୂତନ ଭାବେ କରିବାକୁ ଯାଉଥିବା କାମରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହୋଇପାରିବ ନାହିଁ। ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ।
ମକର
ମକର
ପରିବାର ଭିତରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି। ସରକାରୀ କ୍ଷେତ୍ରରୁ ଲାଭର ଆଶା କେତେକାଂଶରେ ମନକୁ ହାଲୁକା କରିଦେବ। ସ୍ତ୍ରୀଙ୍କ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ।
କୁମ୍ଭ
କୁମ୍ଭ
ସକାଳୁ ସକାଳୁ ସାଧାରଣ ଯୁକ୍ତତର୍କକୁ କେନ୍ଦ୍ରକରି ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍‌ ବୁଝିବେ। ଆଜି ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ବୃଦ୍ଧି ଘଟିବ। ଆର୍ଥିକ ସଂକଟ ମଧ୍ୟଦେଇ ଗତି କରିବାକୁ ପଡ଼ିପାରେ। ଯାତ୍ରା ସମୟରେ ଯାନବାହନରେ ସତର୍କତା ରକ୍ଷା କରିବା ଭଲ।
ମୀନମୀନ
କ୍ରୟବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ପକ୍ଷପାତିତାକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ଅଶାନ୍ତି ସୃଷ୍ଟି ହେବ। ଅସୁସ୍ଥତା କାରଣରୁ ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ। ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବାର ଯୋଗ ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri