Posted inRasifala

ରାଶିଫଳ: ମଙ୍ଗଳବାର, ଜୁଲାଇ ୧୩ ତାରିଖ – Daily Horoscope

ମେଷ
ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଅଟକି ରହିଥିବା କାମ ତ୍ୱରାନ୍ବିତ ହେବ। ପାରିବାରିକ, ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳତା ହାସଲ କରିବେ। ଅସୁବିଧାରେ ପଡ଼ିଥିବା ଆତ୍ମୀୟସ୍ବଜନଙ୍କ ପାଇଁ ଚିନ୍ତା ବଢ଼ିପାରେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
ବୃଷ
ବୃଷ
ସକାଳୁ ସକାଳୁ ଶୁଭ ଖବର ପାଇ ମନ ଖୁସି ହୋଇଯିବ। ପରିବାର ମଧ୍ୟରେ ବୁଝାମଣା ଭିତ୍ତିରେ କାମ ନ କଲେ କଳହର ଆଶଙ୍କା ରହିଛି। କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ବନ୍ଧୁ ପରିଜନଙ୍କ ସହ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ମିଥୁନ
ମିଥୁନ
ଦୀର୍ଘ ଦିନରୁ ବହୁ ପ୍ରତୀକ୍ଷିତ ଖବରଟି ଅପରାହ୍ନେ ପାଇପାରନ୍ତି। ଆବଶ୍ୟକତା ପୂରଣ କରିବା ଦିଗରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ପ୍ରଭୃତିରେ ଉନ୍ନତି କରିବେ। ଉଚ୍ଚଶିକ୍ଷା, ସନ୍ତାନଙ୍କ ସମସ୍ୟା, ଯାନ୍ତ୍ରିକ ତ୍ରୁଟି, ଜମିଜମା କାରବାର ପ୍ରଭୃତି ବିଭିନ୍ନ ପ୍ରକାରର କାମରେ ମନୋନିବେଶ କରିପାରନ୍ତି।
କର୍କଟ
କର୍କଟ
ଦୀର୍ଘଦିନର ପ୍ରତୀକ୍ଷା ପରେ ଅପୂର୍ବ ସଫଳତାରେ ଆନନ୍ଦ ଅନୁଭବ କରିବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ଖଳଲୋକମାନଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ବିଶିଷ୍ଟବ୍ୟକ୍ତିଙ୍କ ସହୃଦୟତାରୁ ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ।
ସି˚ହ
ସି˚ହ
ବନ୍ଧୁମାନଙ୍କଠାରୁ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ। ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ପାରିବାରିକ କ୍ଷେତ୍ରରେ ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି। ବନ୍ଧୁଙ୍କ ନିକଟରୁ ହଠାତ୍‌ କାୈଣସି ଖବର ପାଇ ଖୁସି ହେବେ।
କନ୍ୟା
ଅଟକି ରହିଯାଇଥିବା କାର୍ଯ୍ୟରେ ସଫଳତା ହାସଲ କରିବେ। ସ୍ତ୍ରୀଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ବିଶେଷ ଭାବରେ ଉପକୃତ ହେବେ। ବନ୍ଧୁଙ୍କ ନିମନ୍ତ୍ରଣକ୍ରମେ ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ। ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ତୁଳା
ତୁଳା
ବହୁ ପୂର୍ବ ସ୍ଥିରୀକୃତ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ଘରେ ବନ୍ଧୁ ମିଳନ ସହିତ ଖୁସିର ଆସର ଜମିପାରେ। ଆତ୍ମୀୟମାନଙ୍କଠାରୁ ସ୍ନେହ, ଶ୍ରଦ୍ଧା ଓ ଅନୁରକ୍ତି ଲାଭ କରିବେ। ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ଯାନ୍ତ୍ରିକ ତ୍ରୁଟି ଯାତ୍ରାକୁ ବିଳମ୍ବ କରିବ।
ବିଛା
ବିଛା
ଅତୀତ ଘଟଣାକୁ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରିପାରନ୍ତି। ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସ୍ବାର୍ଥବାଦୀ ହୋଇପଡିବ, ଫଳରେ କେତେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ଅପରାହ୍ନରେ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି।
ଧନୁ
ଧନୁ
ସାଧାରଣ କଥାରେ ଉତ୍‌କ୍ଷିପ୍ତ ହୋଇ ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ନୂତନ ଭାବେ କରିବାକୁ ଯାଉଥିବା କାମରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହୋଇପାରିବ ନାହିଁ। ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ।
ମକର
ମକର
ପରିବାର ଭିତରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି। ସରକାରୀ କ୍ଷେତ୍ରରୁ ଲାଭର ଆଶା କେତେକାଂଶରେ ମନକୁ ହାଲୁକା କରିଦେବ। ସ୍ତ୍ରୀଙ୍କ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ।
କୁମ୍ଭ
କୁମ୍ଭ
ସକାଳୁ ସକାଳୁ ସାଧାରଣ ଯୁକ୍ତତର୍କକୁ କେନ୍ଦ୍ରକରି ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍‌ ବୁଝିବେ। ଆଜି ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ବୃଦ୍ଧି ଘଟିବ। ଆର୍ଥିକ ସଂକଟ ମଧ୍ୟଦେଇ ଗତି କରିବାକୁ ପଡ଼ିପାରେ। ଯାତ୍ରା ସମୟରେ ଯାନବାହନରେ ସତର୍କତା ରକ୍ଷା କରିବା ଭଲ।
ମୀନମୀନ
କ୍ରୟବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ପକ୍ଷପାତିତାକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ଅଶାନ୍ତି ସୃଷ୍ଟି ହେବ। ଅସୁସ୍ଥତା କାରଣରୁ ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ। ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବାର ଯୋଗ ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ମେ ୧୨ ତାରିଖ – Daily Horoscope

ମେଷ ଏକାଦଶସ୍ଥ ମଙ୍ଗଳ ପ୍ରଭାବରେ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡିପାରେ। ଆପଣଙ୍କ ଦୃଢ ଓ କଠୋରକ୍ତି ଫଳରେ ମୁହଁ ସାମନାରେ କଥା...

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବନ୍ଧୁବର୍ଗଙ୍କ ସହଯୋଗ ଆପଣଙ୍କୁ ଅଗ୍ରଗତି କରାଇବ। ରାଶ୍ୟାଧିପଙ୍କ ବଳହୀନତା ହେତୁ ଦୈହିକ ଦୁର୍ବଳତା ସାଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ।...

ରାଶିଫଳ: ଗୁରୁବାର, ଅକ୍ଟୋବର ୨୨ ତାରିଖ – Daily Horoscope

ମେଷ ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ନିକଟ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ କରିବେ। କଳକାରଖାନା, ଜଳଜାତ ଦ୍ରବ୍ୟ, ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ ହେବେ।...

ରାଶିଫଳ: ଶନିବାର, ମେ ୨୨ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କ୍ଷେତ୍ରରେ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ...

ରାଶିଫଳ: ଗୁରୁବାର, ଫେବୃୟାରୀ ୧୧ ତାରିଖ– Daily Horoscope

ମେଷ ଆଜି ମୁଖ୍ୟତଃ ଅର୍ଥ ସଂଗ୍ରହର ପ୍ରଚେଷ୍ଟା ଫଳବତୀ ହେବ, କିନ୍ତୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ପଡ଼ୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ସାଙ୍ଗକୁ...

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆପଣଙ୍କର ଉତ୍କୃଷ୍ଟ ବିଚାରଧାରା,ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି ଅସୁବିଧା ହେବନାହିଁ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ।...

ରାଶିଫଳ: ରବିବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ ଆଜି ଏକାଧାରରେ ଆପଣଙ୍କ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିବ। ରାଗି ଯାଇଥିବା ଅବୁଝା ବନ୍ଧୁମାନଙ୍କୁ ମନ ବୁଝିଲା...

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଶନି ସହ ଚନ୍ଦ୍ର ଯୋଗ ଆପଣଙ୍କୁ କର୍ମଦକ୍ଷତା, ଉଚ୍ଚ ସମ୍ମାନ, ବନ୍ଧୁଗହଣରେ ପ୍ରଶଂସିତ କରାଇବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ, ଯାନବାହନ...

Advertisement
Archives

Model This Week