Posted inRasifala

ରାଶିଫଳ: ବୁଧବାର, ଜୁଲାଇ ୧୩ ତାରିଖ – Daily Horoscope

ମେଷ
ଭାଗ୍ୟସ୍ଥାନରେ ଚନ୍ଦ୍ର ଥିବାରୁ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଅଟକି ରହିଥିବା କାମ ତ୍ୱରାନ୍ବିତ ହେବ। ପାରିବାରିକ, ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳ ହେବେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ସାଧାରଣ କଥାରେ ଯୁକ୍ତିତର୍କ କରି ଅଶାନ୍ତ ରହିବେ।
ବୃଷ
ବୃଷ
କୌଣସି କାମ ଠିକ୍‌ ସମୟରେ ନ ହେବା କାରଣରୁ ମନଦୁଃଖ ନ କରି ଓ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ। ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ। ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଭ୍ରମଣ ହେତୁକ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ।
ମିଥୁନ
ମିଥୁନ
ଦୀର୍ଘ ଦିନରୁ ବହୁ ପ୍ରତୀକ୍ଷିତ ଖବରଟି ଅପରାହ୍ନେ ପାଇପାରନ୍ତି। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ପ୍ରଭୃତିରେ ଉନ୍ନତି କରିବେ। ଉଚ୍ଚଶିକ୍ଷା,ସନ୍ତାନଙ୍କ ସମସ୍ୟା, ଜମିଜମା କାରବାର ପ୍ରଭୃତି ବିଭିନ୍ନ ପ୍ରକାରର କାମରେ ମନୋନିବେଶ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ଉନ୍ନତି କରିବେ।
କର୍କଟ
କର୍କଟ
ଦୀର୍ଘଦିନର ପ୍ରତୀକ୍ଷା ପରେ ଅପୂର୍ବ ସଫଳତାରେ ଆନନ୍ଦ ଅନୁଭବ କରିବେ। କିନ୍ତୁ ଏଥି ସହ ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ଖଳଲୋକମାନଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ପାରିବାରିକ କ୍ଷେତ୍ରରେ ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି। ବନ୍ଧୁଙ୍କ ନିକଟରୁ ହଠାତ୍‌ କାୈଣସି ଖବର ପାଇ ଖୁସି ହେବେ। ବନ୍ଧୁଗହଣରେ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ।
କନ୍ୟା
ଅଟକି ରହିଯାଇଥିବା କାର୍ଯ୍ୟରେ ସଫଳତା ହାସଲ କରିବେ। ସ୍ତ୍ରୀଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ବିଶେଷ ଭାବରେ ଉପକୃତ ହେବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ। ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ତୁଳା
ତୁଳା
ପୂର୍ବରୁ ସ୍ଥିରୀକୃତ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ହଠାତ୍‌ ଘରେ ବନ୍ଧୁ ମିଳନ ସହିତ ଖୁସିର ଆସର ଜମିପାରେ। ବିବାଦୀୟ ଘଟଣାର ଦିଗ ହଠାତ୍‌ ବଦଳି ଯାଇପାରେ। ଗୃହ ସମସ୍ୟା ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଧର୍ମକାର୍ଯ୍ୟ ପାଇଁ ନିକଟ ସମ୍ପର୍କୀୟଙ୍କଠାରୁ ପ୍ରେରଣା ମିଳିପାରେ।
ବିଛା
ବିଛା
ଅଯଥା ଗୁଡ଼ାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସ୍ବାର୍ଥବାଦୀ ହୋଇପଡ଼ିବ, ଫଳରେ କେତେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।
ଧନୁ
ଧନୁ
ନୂତନ ଭାବେ କରିବାକୁ ଯାଉଥିବା କାମରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହୋଇପାରିବ ନାହିଁ। ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।
ମକର
ମକର
ପରିବାର ଭିତରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସରକାରୀ କ୍ଷେତ୍ରରୁ ଲାଭର ଆଶା କେତେକାଂଶରେ ମନକୁ ହାଲୁକା କରିଦେବ। କେତେକ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ।
କୁମ୍ଭ
କୁମ୍ଭ
ସକାଳୁ ସକାଳୁ ସାଧାରଣ ଯୁକ୍ତତର୍କକୁ କେନ୍ଦ୍ରକରି ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍‌ ବୁଝିବେ। ଆଜି ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ବୃଦ୍ଧି ଘଟିବ। ଆର୍ଥିକ ସଙ୍କଟ ମଧ୍ୟଦେଇ ଗତି କରିବାକୁ ପଡ଼ିପାରେ। ଯାନବାହନରେ ସତର୍କତା ରକ୍ଷା କରିବା ଭଲ।
ମୀନମୀନ
କୌଣସି ସମ୍ପର୍କକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ଅଶାନ୍ତି ସୃଷ୍ଟି ହେବ। ଅସୁସ୍ଥତା କାରଣରୁ ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ। ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବାର ସୂଚନା ରହିଛି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ସମସ୍ୟାର ସମାଧାନ ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଫେବୃଆରୀ ୧୯ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସହ ପାରିବାରିକ ଜୀବନରେ ସ୍ନେହ, ସହାନୁଭୂତିର ଅଭାବ ରହିବ ନାହିଁ। ଆବଶ୍ୟକତା ପୂରଣ ସକାଶେ କରଜ କରିବାକୁ ବନ୍ଧୁଙ୍କୁ…

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri