Posted inRasifala

ରାଶିଫଳ: ରବିବାର, ଜୁଲାଇ ୧୩ ତାରିଖ – Daily Horoscope

ମେଷ
ବଳହୀନ ରାଶ୍ୟାଧିପ କେତୁ ଯୁକ୍ତ ଯୋଗୁ ସ୍ବାସ୍ଥ୍ୟହାନି ସହ ପାରିବାରିକ କଳହର କାରଣ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, ପରିବହନ, ସାହିତ୍ୟ, ସଙ୍ଗୀତ ପ୍ରଭୃତିରେ ବାଧା ରହିବ ନାହିଁ। ବନ୍ଧୁ ଆସିବେ, ମାତ୍ର ଫେରିବା ସମୟକୁ ବହୁତ କଥା ଶୁଣେଇ ପାରନ୍ତି । ସମୟାନୁବର୍ତ୍ତିତା ଓ କାର୍ଯ୍ୟଦକ୍ଷତା ହେତୁ ପ୍ରଶଂସିତ ହେବେ।
ବୃଷ
ବୃଷ
ଶୁକ୍ର ନିଜ ଗୃହରେ ରହିଥିବାରୁ ଅର୍ଥ ଲାଭ ସହିତ ମଜାମଉଜରେ ଦିନଟି କଟିବ। ବୁଧାଦିତ୍ୟ ଯୋଗଜନିତ ସୁନ୍ଦର ମାଦକତାଭରା ପାରିବାରିକ ଜୀବନକୁ ଉପଭୋଗ କରିବେ। ଆନୁଷ୍ଠାନିକ କାମ ସକାଶେ ବିଶେଷ ଶ୍ରମ ଓ ସମୟ ବିନିଯୋଗ କରିବାକୁ ପଡ଼ିବ। ଶିଳ୍ପ, ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ମିଥୁନ
ମିଥୁନ
କର୍ମାଧିପ ରାଶିରେ ଅବସ୍ଥାନ କରି ସ୍ଥଗିତ କାର୍ଯ୍ୟ ସମୂହକୁ ପୂର୍ଣ୍ଣାଙ୍ଗ କରିପାରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସଂକୋଚବଶତଃ ବନ୍ଧୁଙ୍କୁ ମନ କଥା କହିପାରିବେ ନାହିଁ। ମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ମନ ଭଲ ରହି ନ ପାରେ। ଆତ୍ମୀୟଙ୍କ ମନମୁଖି କାର୍ଯ୍ୟକଳାପ ଏବଂ ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତ ରହିପାରନ୍ତି।
କର୍କଟ
କର୍କଟ
ଶୁକ୍ରଙ୍କ ସୁପ୍ରଭାବରେ ସାହିତ୍ୟ, ସଙ୍ଗୀତ କ୍ଷେତ୍ରରୁ ଅର୍ଥ ଓ ସମ୍ମାନର ଅଭାବ ରହିବ ନାହିଁ। କାର୍ଯ୍ୟକ୍ଷେତ୍ରରେ ସମସ୍ୟା, ପ୍ରତିବନ୍ଧକ ସାଙ୍ଗକୁ ବ୍ୟସ୍ତତା ବଢ଼ିଯିବ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ; କିନ୍ତୁ ନିର୍ମାଣ, ପରିବହନରେ ସମସ୍ୟା ଦେଖାଦେବ। କଚେରି ମାମଲାରେ ବିଜୟୀ ହେବେ ଏବଂ ସମ୍ପର୍କୀୟଙ୍କ ଦ୍ୱାରା ଉପକୃତ ହେବେ।
ସି˚ହ
ସି˚ହ
କର୍ମସ୍ଥାନରେ ଶୁକ୍ର ଅବସ୍ଥାନ କରିଥିବାରୁ କର୍ମାରମ୍ଭ ସକାଶେ ମନ ବଳାଇବେ। କିନ୍ତୁ ଜୀବିକା ନିର୍ବାହଜନିତ କର୍ମକ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାକୁ ପଡ଼ିପାରେ। ଟଙ୍କା ପଇସା ଯୋଗାଡ଼ କରିବା ପାଇଁ ବିଭିନ୍ନ ଫନ୍ଦିଫିକର କରିପାରନ୍ତି। ଶିଳ୍ପ, ବ୍ୟବସାୟ, ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
ପାପଗ୍ରହଦୃଷ୍ଟ ଗୁରୁଜନିତ ପାରିବାରିକ ସମସ୍ୟା ଲାଗି ରହିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ନିଜର ସ୍ବାର୍ଥ ହାସଲ ପରିପ୍ରେକ୍ଷୀରେ ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ଦୀର୍ଘ ଦିନରୁ ରହି ଆସିଥିବା ବକେୟା ଅର୍ଥ ଆଦାୟ କରିବାରେ ଆଜିହିଁ ସକ୍ଷମ ହେବେ ।
ତୁଳା
ତୁଳା
କର୍ମାଧିପ ଚନ୍ଦ୍ର ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଲାଭ କରିବେ। ମୂଲ୍ୟବାନ୍‌ ଜିନିଷ କ୍ରୟ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିବ। ଚାକିରିରେ, ସଭା ସମିତିରେ, ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଯେତେ ଭଲକାମ କଲେ ସୁଦ୍ଧା ପରିବାରରେ ସ୍ନେହ, ଶ୍ରଦ୍ଧା, ଆଦର ଦୁର୍ଲଭ ହୋଇପଡ଼ିବ।
ବିଛା
ବିଛା
ଭାଗ୍ୟାଧିପ ଭାଗ୍ୟ ସ୍ଥାନକୁ ଦେଖୁଥିବାରୁ ଅଭିଳାଷ ପୂରଣ ହେବାରେ ଅନୁକୂଳ ପରିବେଶ ସୃଷ୍ଟି ହେବ। ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଅତୀତ ଘଟଣା ମନକୁ ଆଲୋଡ଼ିତ କରିବା ଫଳରେ ମନ ଭଲ ଲାଗିବ ନାହିଁ। ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଦୂରେଇଯିବ।
ଧନୁ
ଧନୁ
ରାଶ୍ୟାଧିପଙ୍କ ପ୍ରତ୍ୟକ୍ଷ ଦୃଷ୍ଟିରୁ ଆପଣଙ୍କ ସୁସ୍ଥ ବିଚାରଧାରା ହିଁ ସୁଫଳର ପରିଚାୟକ ହେବ। ଏତଦ୍‌ ବ୍ୟତୀତ ମାଲିମକଦ୍ଦମା, ପ୍ର୍ରତିଦ୍ୱନ୍ଦ୍ୱିତା ଓ ପ୍ରତିଯୋଗିତାରେ ସଫଳତା ମିଳିବ। ଦୂରଯାତ୍ରା କରିବାକୁ ବାଧ୍ୟ ହୋଇପାରନ୍ତି। ଧାତୁ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିବାର ଆବଶ୍ୟକତା ଅନୁଭବ କରିବେ।
ମକର
ମକର
ସପ୍ତମାଧିପତି ରାଶିରେ ଅବସ୍ଥାନ କରି ପାରିବାରିକ ଏବଂ ବ୍ୟବସାୟିକ ଉନ୍ନତି ସହ ଯାତ୍ରାରେ ଲକ୍ଷ୍ୟପୂରଣ କରିବେ। ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମ ସୁବିଧାରେ ସମ୍ପନ୍ନ ହୋଇଯିବ, ମାତ୍ର ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। କ୍ରୀଡ଼ା, ସାହିତ୍ୟ, ସଙ୍ଗୀତରେ ଉନ୍ନତି କରିବେ। ଭ୍ରମଣ ପରିପ୍ରେକ୍ଷୀରେ ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହେବେ।
କୁମ୍ଭ
କୁମ୍ଭ
ରାଶିରେ ରାହୁ ଥିବାରୁ ପରୋକ୍ଷ ଶତ୍ରୁତାଜନିତ ସମସ୍ୟାରେ ମନକୁ ଭାରାକ୍ରାନ୍ତ କରାଇବ। ବାଣିଜ୍ୟ, ନିର୍ମାଣ, ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ। ବନ୍ଧୁମାନଙ୍କ ମଧ୍ୟସ୍ଥତାରେ ବହୁତ ଦିନ ହେଲା ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମୀନମୀନ

ଶନିଙ୍କ ପ୍ରଭାବରେ ଆଜି ଭୁଲ୍‌ ନିଷ୍ପତ୍ତି ନେଇ ପଶ୍ଚାତ୍ତାପ କରିପାରନ୍ତି। ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ, କିଛିଟା ଅଭାବ ଓ ଅସୁବିଧା ପରିଲକ୍ଷିତ ହୋଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ବିବାଦ ଭିତରକୁ ଟାଣି ହୋଇଯିବେ। କଠୋର ପରିଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri