Posted inRasifala

ରାଶିଫଳ: ରବିବାର, ଜୁନ୍‌ ୧୩ ତାରିଖ – Daily Horoscope

ମେଷ
ପାରିବାରିକ ଦ୍ୱନ୍ଦ୍ୱ କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି କରିବ। ଯୋଜନା କାର୍ଯ୍ୟକାରୀ ସକାଶେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟା ସମାଧାନର ସମ୍ଭାବନା ରହିଛି। ଆର୍ଥିକ ଦିଗରୁ ଦିନଟି ଭଲ ରହିବ, ତଥାପି ପୂର୍ବ ଋଣ ପରିଶୋଧ କରିବା ପାଇଁ ତାଗିଦା ମିଳିପାରେ।
ବୃଷ
ବୃଷ
ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ବିଭିନ୍ନ ସମସ୍ୟା ହେତୁ ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। କଳା, ସାହିତ୍ୟ, ବାଣିଜ୍ୟ, ବ୍ୟବସାୟ, ଶିଳ୍ପ ଓ ଏଜେନ୍‌ଶିପରୁ ଖୁସି ରହିବେ। ବିବାଦୀୟ ଘଟଣାରେ ବିଭିନ୍ନ ମନ୍ତବ୍ୟ ଦେଇ ପରୋକ୍ଷ ଶତ୍ରୁତା ସୃଷ୍ଟି କରିବେ। ଆଜି ବନ୍ଧୁମିଳନ, ମନୋରଞ୍ଜନ, ଯାତ୍ରା ପ୍ରଭୃତି ପ୍ରୀତିଦାୟକ ରହିବ।
ମିଥୁନ
ମିଥୁନ
ପୂର୍ବ ଯୋଜନାନୁସାରେ ସମ୍ପର୍କୀୟଙ୍କ ସହ ଆଜିର ଯାତ୍ରା ନିରାପଦ ରହିବ। ସ୍ତ୍ରୀଙ୍କ ସହଯୋଗରେ ଅଟକି ରହିଥିବା କାମଗୁଡ଼ିକ ତ୍ୱରାନ୍ବିତ ହେବ। ପ୍ରକୃତ ଘଟଣା ନ ବୁଝି ଉପରିସ୍ଥ ଅଯଥା କ୍ରୋଧ ପ୍ରକାଶ କରିପାରନ୍ତି। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ। ପଡ଼ୋଶୀଙ୍କଠାରୁ ଶୁଭଖବର ପାଇ ଖୁସି ହେବେ।
କର୍କଟ
କର୍କଟ
ନୂତନ କର୍ମାରମ୍ଭ କ୍ଷେତ୍ରରେ ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ପ୍ରକାଶନ, ପ୍ରଶାସନ, ଯାନବାହନ, ସଭାସମିତି ତଥା ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବା କାରଣରୁ ମନ ଖୁସି ହୋଇଯିବ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇ ପାରନ୍ତି।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ କାରଣରୁ ମାନସିକ ଶାନ୍ତି ଭଲ ରହିବ ନାହିଁ। କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ,ଏଣୁ ସତର୍କ ରହିବା ଭଲ। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ। ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କନ୍ୟା
ସାହାଯ୍ୟ ଓ ସହଯୋଗ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି। କୌଣସି ତ୍ରୁଟି ନ ଥିଲେ ମଧ୍ୟ ଆତ୍ମୀୟସ୍ବଜନଙ୍କ ଭୁଲ୍‌ ବିଚାର ପାଇଁ ଚିନ୍ତା ବଢ଼ିପାରେ। ଆଇନ ଅଦାଲତରୁ ସୁଫଳ ପାଇବେ। ଆଜି ସତର୍କତା ଅଭାବରୁ ଚୋରି କିମ୍ବା ପକେଟ୍‌ମାରଜନିତ ଧନହାନି ଘଟିବାର ସମ୍ଭାବନା ରହିଛି।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ଚୁପ୍‌ଚାପ ହୋଇ ବସି ରହିଲେ ବହୁ କ୍ଷତି ସହିବାକୁ ପଡ଼ିବ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ ନ କଲେ ଅପ୍ରୀତିକର ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ। ଆଲୋଚନା କ୍ଷେତ୍ରରେ କିମ୍ବା ସଭାସମିତିରେ ପ୍ରାଧାନ୍ୟତା ବଜାୟ ରହିବ। ରପ୍ତାନି ବାଣିଜ୍ୟରେ ଉନ୍ନତି ସାଙ୍ଗକୁ ସମସ୍ୟାର ସରଳ ସମାଧାନ କରିପାରିବେ।
ବିଛା
ବିଛା
ମାନସିକ ଅସ୍ଥିରତା କାରଣରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଅଫିସ୍‌ କାମରେ ସନ୍ଦେହଜନକ ସ୍ଥିତି ଉପୁଜିପାରେ। ଖଳ ଲୋକମାନଙ୍କ ଦ୍ୱାରା ଅପପ୍ରଚାର ଜନିତ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି।
ଧନୁ
ଧନୁ
ଆବଶ୍ୟକତା ପୂରଣ କରିବା ସକାଶେ ଅର୍ଥ ସଂଗ୍ରହ କରିବାରେ ତପତ୍ରତା ପ୍ରକାଶ କରିବେ। ପାରିବାରିିକ ଜଞ୍ଜାଳ ବୃଦ୍ଧି ପାଇବ, ଯାହାକି ଦୁଶ୍ଚିନ୍ତାର କାରଣ ହୋଇପାରେ। ଦେହ ଭଲ ରହିଲେ ମଧ୍ୟ ପୁରାତନ ରୋଗରେ କଷ୍ଟ ପାଇବେ। ପ୍ରତିଯୋଗିତାରେ ସଫଳତା ହାସଲ ସହ ପ୍ରଶଂସିତ ହେବାର ସମ୍ଭାବନା ରହିଛି।
ମକର
ମକର
ସାଧାରଣ କଥାକୁ କେନ୍ଦ୍ର କରି କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। ସାଧାରଣ କଥାକୁ ନେଇ ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ପାରନ୍ତି। ବସ୍ତ୍ର, ଯାନବାହନ, ଯାନ୍ତ୍ରିକ ଜିନିଷ, ଉପଢୌକନ ଲାଭ ଯୋଗ ରହିଛି। କୌଣସି ଅନର୍ଥ ଘଟିବା ଆଶଙ୍କା କରି ମାନସିକ ଅସୁସ୍ଥତା ଅନୁଭବ କରିବେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ କୌଶଳ ପ୍ରୟୋଗ କରି କାମ ହାସଲ କରିବାରେ ସମର୍ଥ ହେବେ। ଘରୋଇ କ୍ଷେତ୍ରରେ ନିଜ ଲୋକମାନେ ଅଯଥା ସମସ୍ୟା ସୃଷ୍ଟି କରିପାରନ୍ତି। ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ଦୀର୍ଘପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭାଂଶ ମାନ୍ଦା ହେବ ନାହିଁ।
ମୀନମୀନ
କର୍ମକ୍ଷେତ୍ରରେ ସହମତି ଭିତ୍ତିରେ କାମ କଲେ ଉପକାର ପାଇବେ। ଆଲୋଚନା, ସଭାସମିତି, ପ୍ରଶାସନ, ରାଜନୀତି ତଥା ଆମଦାନୀ କାରବାରରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହୋଇପାରେ। କଳା, ସାହିତ୍ୟ, ସାଂସ୍କୃତିକ କାର୍ଯ୍ୟକ୍ରମ, ମେଳା ଓ ମହୋତ୍ସବରେ ନିଜକୁ ସାମିଲ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri