Posted inRasifala

ରାଶିଫଳ: ରବିବାର, ଜୁନ୍‌ ୧୩ ତାରିଖ – Daily Horoscope

ମେଷ
ପାରିବାରିକ ଦ୍ୱନ୍ଦ୍ୱ କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି କରିବ। ଯୋଜନା କାର୍ଯ୍ୟକାରୀ ସକାଶେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟା ସମାଧାନର ସମ୍ଭାବନା ରହିଛି। ଆର୍ଥିକ ଦିଗରୁ ଦିନଟି ଭଲ ରହିବ, ତଥାପି ପୂର୍ବ ଋଣ ପରିଶୋଧ କରିବା ପାଇଁ ତାଗିଦା ମିଳିପାରେ।
ବୃଷ
ବୃଷ
ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ବିଭିନ୍ନ ସମସ୍ୟା ହେତୁ ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। କଳା, ସାହିତ୍ୟ, ବାଣିଜ୍ୟ, ବ୍ୟବସାୟ, ଶିଳ୍ପ ଓ ଏଜେନ୍‌ଶିପରୁ ଖୁସି ରହିବେ। ବିବାଦୀୟ ଘଟଣାରେ ବିଭିନ୍ନ ମନ୍ତବ୍ୟ ଦେଇ ପରୋକ୍ଷ ଶତ୍ରୁତା ସୃଷ୍ଟି କରିବେ। ଆଜି ବନ୍ଧୁମିଳନ, ମନୋରଞ୍ଜନ, ଯାତ୍ରା ପ୍ରଭୃତି ପ୍ରୀତିଦାୟକ ରହିବ।
ମିଥୁନ
ମିଥୁନ
ପୂର୍ବ ଯୋଜନାନୁସାରେ ସମ୍ପର୍କୀୟଙ୍କ ସହ ଆଜିର ଯାତ୍ରା ନିରାପଦ ରହିବ। ସ୍ତ୍ରୀଙ୍କ ସହଯୋଗରେ ଅଟକି ରହିଥିବା କାମଗୁଡ଼ିକ ତ୍ୱରାନ୍ବିତ ହେବ। ପ୍ରକୃତ ଘଟଣା ନ ବୁଝି ଉପରିସ୍ଥ ଅଯଥା କ୍ରୋଧ ପ୍ରକାଶ କରିପାରନ୍ତି। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ। ପଡ଼ୋଶୀଙ୍କଠାରୁ ଶୁଭଖବର ପାଇ ଖୁସି ହେବେ।
କର୍କଟ
କର୍କଟ
ନୂତନ କର୍ମାରମ୍ଭ କ୍ଷେତ୍ରରେ ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ପ୍ରକାଶନ, ପ୍ରଶାସନ, ଯାନବାହନ, ସଭାସମିତି ତଥା ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବା କାରଣରୁ ମନ ଖୁସି ହୋଇଯିବ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇ ପାରନ୍ତି।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ କାରଣରୁ ମାନସିକ ଶାନ୍ତି ଭଲ ରହିବ ନାହିଁ। କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ,ଏଣୁ ସତର୍କ ରହିବା ଭଲ। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ। ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କନ୍ୟା
ସାହାଯ୍ୟ ଓ ସହଯୋଗ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି। କୌଣସି ତ୍ରୁଟି ନ ଥିଲେ ମଧ୍ୟ ଆତ୍ମୀୟସ୍ବଜନଙ୍କ ଭୁଲ୍‌ ବିଚାର ପାଇଁ ଚିନ୍ତା ବଢ଼ିପାରେ। ଆଇନ ଅଦାଲତରୁ ସୁଫଳ ପାଇବେ। ଆଜି ସତର୍କତା ଅଭାବରୁ ଚୋରି କିମ୍ବା ପକେଟ୍‌ମାରଜନିତ ଧନହାନି ଘଟିବାର ସମ୍ଭାବନା ରହିଛି।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ଚୁପ୍‌ଚାପ ହୋଇ ବସି ରହିଲେ ବହୁ କ୍ଷତି ସହିବାକୁ ପଡ଼ିବ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ ନ କଲେ ଅପ୍ରୀତିକର ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ। ଆଲୋଚନା କ୍ଷେତ୍ରରେ କିମ୍ବା ସଭାସମିତିରେ ପ୍ରାଧାନ୍ୟତା ବଜାୟ ରହିବ। ରପ୍ତାନି ବାଣିଜ୍ୟରେ ଉନ୍ନତି ସାଙ୍ଗକୁ ସମସ୍ୟାର ସରଳ ସମାଧାନ କରିପାରିବେ।
ବିଛା
ବିଛା
ମାନସିକ ଅସ୍ଥିରତା କାରଣରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଅଫିସ୍‌ କାମରେ ସନ୍ଦେହଜନକ ସ୍ଥିତି ଉପୁଜିପାରେ। ଖଳ ଲୋକମାନଙ୍କ ଦ୍ୱାରା ଅପପ୍ରଚାର ଜନିତ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି।
ଧନୁ
ଧନୁ
ଆବଶ୍ୟକତା ପୂରଣ କରିବା ସକାଶେ ଅର୍ଥ ସଂଗ୍ରହ କରିବାରେ ତପତ୍ରତା ପ୍ରକାଶ କରିବେ। ପାରିବାରିିକ ଜଞ୍ଜାଳ ବୃଦ୍ଧି ପାଇବ, ଯାହାକି ଦୁଶ୍ଚିନ୍ତାର କାରଣ ହୋଇପାରେ। ଦେହ ଭଲ ରହିଲେ ମଧ୍ୟ ପୁରାତନ ରୋଗରେ କଷ୍ଟ ପାଇବେ। ପ୍ରତିଯୋଗିତାରେ ସଫଳତା ହାସଲ ସହ ପ୍ରଶଂସିତ ହେବାର ସମ୍ଭାବନା ରହିଛି।
ମକର
ମକର
ସାଧାରଣ କଥାକୁ କେନ୍ଦ୍ର କରି କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। ସାଧାରଣ କଥାକୁ ନେଇ ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ପାରନ୍ତି। ବସ୍ତ୍ର, ଯାନବାହନ, ଯାନ୍ତ୍ରିକ ଜିନିଷ, ଉପଢୌକନ ଲାଭ ଯୋଗ ରହିଛି। କୌଣସି ଅନର୍ଥ ଘଟିବା ଆଶଙ୍କା କରି ମାନସିକ ଅସୁସ୍ଥତା ଅନୁଭବ କରିବେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ କୌଶଳ ପ୍ରୟୋଗ କରି କାମ ହାସଲ କରିବାରେ ସମର୍ଥ ହେବେ। ଘରୋଇ କ୍ଷେତ୍ରରେ ନିଜ ଲୋକମାନେ ଅଯଥା ସମସ୍ୟା ସୃଷ୍ଟି କରିପାରନ୍ତି। ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ଦୀର୍ଘପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭାଂଶ ମାନ୍ଦା ହେବ ନାହିଁ।
ମୀନମୀନ
କର୍ମକ୍ଷେତ୍ରରେ ସହମତି ଭିତ୍ତିରେ କାମ କଲେ ଉପକାର ପାଇବେ। ଆଲୋଚନା, ସଭାସମିତି, ପ୍ରଶାସନ, ରାଜନୀତି ତଥା ଆମଦାନୀ କାରବାରରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହୋଇପାରେ। କଳା, ସାହିତ୍ୟ, ସାଂସ୍କୃତିକ କାର୍ଯ୍ୟକ୍ରମ, ମେଳା ଓ ମହୋତ୍ସବରେ ନିଜକୁ ସାମିଲ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୂଚନା ରହିଛି। ଦ୍ୱିଜା ନକ୍ଷତ୍ରର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭଲ ସମ୍ପର୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri