Posted inRasifala

ରାଶିଫଳ: ଶନିବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସହ ବୈଷୟିକ ଅଭିବୃଦ୍ଧି ଘଟିବ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି କରିବ। ଈର୍ଷାପରାୟଣ ବ୍ୟକ୍ତିଙ୍କ କଟୂକ୍ତି କଷ୍ଟ ଦେବ। ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯାଇପାରେ।
ବୃଷ
ବୃଷ
ଶେଷ କରିବାକୁ ଭାବୁଥିବା କାମଟି ବିଭିନ୍ନ ସମସ୍ୟା ହେତୁ ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯାଇପାରେ। ଶୁକ୍ର ପ୍ରଭାବରୁ ସାହିତ୍ୟ, ବାଣିଜ୍ୟ, ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିବେ। ବିବାଦୀୟ ଘଟଣାରେ ବିଭିନ୍ନ ମନ୍ତବ୍ୟ ଦେଇ ପରୋକ୍ଷ ଶତ୍ରୁତା ସୃଷ୍ଟି କରିପାରନ୍ତି। ସାମାଜିକ ସ୍ତରରେ ଆଜିର ବନ୍ଧୁ ମିଳନ, ମନୋରଞ୍ଜନ, ଯାତ୍ରା ପ୍ରଭୃତି ପ୍ରୀତିଦାୟକ ରହିବ।
ମିଥୁନ
ମିଥୁନ
ରାଶ୍ୟାଧିପ ବୁଧ ସ୍ବଗୃହରେ ଅବସ୍ଥାନ କରିଥିବାରୁ ଆଜି କୌଣସି କାମରେ ପଛକୁ ହଟିବେ ନାହିଁ। ପିଲାଙ୍କ ଅଭିଯୋଗକୁ ଅଣଦେଖା, ଅଶୁଣା କରିବା ସମସ୍ୟାର କାରଣ ହେବ। ଉପରିସ୍ଥ କର୍ମଚାରୀ ଅଯଥା କ୍ରୋଧ ପ୍ରକାଶ କରିପାରନ୍ତି। ସାଙ୍ଗଠନିକ କ୍ଷେତ୍ରରେ କିମ୍ବା ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ।
କର୍କଟ
କର୍କଟ
କେନ୍ଦ୍ରସ୍ଥ ଚନ୍ଦ୍ର ଯୋଗୁ କର୍ମାରମ୍ଭ କ୍ଷେତ୍ରରେ ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ପ୍ରକାଶନ, ଯାନବାହନ, ସଭାସମିତି ତଥା ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ଦୀର୍ଘଦିନର ରୁଗ୍‌ଣ ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବା କାରଣରୁ ମନ ପ୍ରଫୁଲ୍ଲିତ ହୋଇଯିବ। ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି।
ସି˚ହ
ସି˚ହ
ରବି ଦଶମ କେନ୍ଦ୍ରରେ ଥିବାରୁ କର୍ମକ୍ଷେତ୍ରରେ ପଦସ୍ଥବ୍ୟକ୍ତିଙ୍କ ସହାୟତା ଲାଭ କରିବେ। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ। ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି। ସାହିତ୍ୟ, ସଙ୍ଗୀତ ସମାରୋହରେ ନିଜକୁ ପ୍ରତିଷ୍ଠିତ କରାଇପାରିବେ।
କନ୍ୟା
ତୃତୀୟଅଷ୍ଟମାଧିପ ମଙ୍ଗଳ ଲାଭାଧିପତିଙ୍କ ସହ ଅବସ୍ଥାନ କରି ସ୍ବାସ୍ଥ୍ୟ ଓ ବନ୍ଧୁ ସମ୍ପର୍କକୁ କ୍ଷୁର୍ଣ୍ଣ କରିପାରନ୍ତି। ଆର୍ଥିକ ସାହାଯ୍ୟ ଓ ସହଯୋଗ କରିଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିବେ। ଆତ୍ମୀୟଙ୍କ ଭୁଲ୍‌ ବିଚାର ପାଇଁ ଚିନ୍ତା ବଢ଼ିପାରେ। ଆଇନ ଅଦାଲତରୁ ସୁଫଳ ପାଇବା ସାଙ୍ଗକୁ ସମସ୍ୟା ମଧ୍ୟ ସମାଧାନ ହୋଇଯିବ।
ତୁଳା
ତୁଳା
କର୍ମାଧିପ ଚନ୍ଦ୍ର ସପ୍ତମ କେନ୍ଦ୍ରରେ ଥିବାରୁ ଆଜି ମନ ଅନୁଯାୟୀ କାମ କରିବାରେ ପ୍ରତିବନ୍ଧକ ରହିବନାହିଁ। ସତର୍କତା ଅଭାବରେ ଯାନବାହନ ଚାଳନାରେ ଅପ୍ରୀତିକର ପରିସ୍ଥିତିର ସମ୍ମୁଖୀନ ହେବେ। ସଭାସମିତିରେ ପ୍ରାଧାନ୍ୟ ବଜାୟ ରହିବ। ରପ୍ତାନି ବାଣିଜ୍ୟରେ ଉନ୍ନତି ସାଙ୍ଗକୁ ସମସ୍ୟାର ସରଳ ସମାଧାନ କରିପାରିବେ।
ବିଛା
ବିଛା
ମାନସିକ ଅସ୍ଥିରତା ଦେଖାଦେଇପାରେ। ଖଳ ଲୋକଙ୍କ ଦ୍ୱାରା ଅପପ୍ରଚାରଜନିତ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ଭଲ ସମ୍ପର୍କଥିବା ବ୍ୟକ୍ତିମାନେ ଭୁଲ୍‌ ଧାରଣା ପୋଷଣ କରିପାରନ୍ତି। ଆବଶ୍ୟକତା ପୂରଣ କରିବା ପାଇଁ ଧାର ସୂତ୍ରରେ ଅର୍ଥ ଆଣିବାକୁ ବାଧ୍ୟ ହେବେ।
ଧନୁ
ଧନୁ
କୋଣଭାବସ୍ଥ ଚନ୍ଦ୍ର ପ୍ରଭାବରୁ ଯାତ୍ରା, ବାଣିଜ୍ୟ ଓ କର୍ମକ୍ଷେତ୍ରର ସ୍ଥିତି ଭଲ ରହିବ। କର୍ମଜଞ୍ଜାଳ ବୃଦ୍ଧି ଦୁଶ୍ଚିନ୍ତାର କାରଣ ହୋଇପାରେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ଭାବରେ ପୁରାତନ ରୋଗରେ କଷ୍ଟ ପାଇପାରନ୍ତି। ପ୍ରତିଯୋଗିତାରେ ସଫଳତା ହାସଲ କରିବା ସହ ପ୍ରଶଂସିତ ହେବାର ସମ୍ଭାବନା ରହିଛି।
ମକର
ମକର
ଆଜି ଚନ୍ଦ୍ରଙ୍କ ଶୁଭସଂସ୍ଥାନରୁ ଯେଉଁ କାମରେ ହାତ ଦେବେ ସଫଳତା ନିଶ୍ଚିତ। ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ ବନ୍ଧୁଙ୍କ ସହ ମନୋରଞ୍ଜନ ପ୍ରୀତିପ୍ରଦ ହେବ। ବନ୍ଧୁବର୍ଗଙ୍କ ସାହାଯ୍ୟ ଲାଭ କରି କାମଗୁଡ଼ିକୁ ତ୍ୱରାନ୍ବିତ କରିପାରିବେ। ନୂତନ ବସ୍ତ୍ର, ଯାନବାହନ, ଯାନ୍ତ୍ରିକ ଜିନିଷ କିମ୍ବା ଉପହାର, ଉପଢ଼ୌକନ ଲାଭ ଯୋଗ ରହିଛି।
କୁମ୍ଭ
କୁମ୍ଭ
ରବିଙ୍କ ଚତୁର୍ଥଭାବ ସ୍ଥିତି ପରିବାର, ଲୋକସମ୍ପର୍କ ଓ କର୍ମସ୍ଥାନ ପ୍ରତି ବ୍ୟତିକ୍ରମ ସୃଷ୍ଟି ଆଶଙ୍କା ରହିଛି। ପୂର୍ବରାଗକୁ ଦୋହରାଇ ଘରୋଇ କ୍ଷେତ୍ରରେ ନିଜର ଲୋକ ସମସ୍ୟା ସୃଷ୍ଟି କରିପାରନ୍ତି। ଆନୁଷ୍ଠାନିକ କାର୍ଯ୍ୟ ସକାଶେ କର୍ମପରିସରକୁ ବ୍ୟାପକ କରିପାରନ୍ତି। ଶିଳ୍ପ,ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭାଂଶ ମାନ୍ଦା ହେବ ନାହିଁ।
ମୀନମୀନ
ଦ୍ୱିତୀୟସ୍ଥ ଚନ୍ଦ୍ର ଓ ମଙ୍ଗଳ ଯୋଗୁ ପୂର୍ବ ସ୍ଥିରୀକୃତ କାମକୁ ଯଥା ସମୟରେ ସମ୍ପନ୍ନ କରିବା କଷ୍ଟକର ହେବ। ଟେନସନ୍‌ ଲାଗି ରହିବାରୁ ଆଲୋଚନା, ସଭାସମିତି, ପ୍ରଶାସନ, ରାଜନୀତି କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହେବେ। ଭୁଲ୍‌ ବୁଝାମଣାରୁ ପାରିବାରିକ ଜୀବନରେ ଝଡ଼ ସୃଷ୍ଟି ହେବ। ମେଳା ଓ ମହୋତ୍ସବରେ ନିଜକୁ ସାମିଲ୍‌ କରିପାରନ୍ତି।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ।…

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

ରାଶିଫଳ: ବୁଧବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ ଆପଣଙ୍କ ଦକ୍ଷତା ଏବଂ କର୍ତ୍ତବ୍ୟନିଷ୍ଠା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଈର୍ଷାପରାୟଣ ବନ୍ଧୁ ଓ ସହକର୍ମୀ ଅପପ୍ରଚାର ଚଳାଇପାରନ୍ତି। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ…

ରାଶିଫଳ: ମଙ୍ଗଳବାର , ଜୁନ୍ ୯ ତାରିଖ – Daily Horoscope

ମେଷ ଶ୍ରୁତିମଧୁର ବାକ୍ୟାଳାପ ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ଶନିଙ୍କ ପ୍ରଭାବରୁ ମୃଦୁ ମନ୍ଦ ଗତିରେ କର୍ମପ୍ରବାହକୁ ଆଗକୁ ଗଡ଼ାଇନେବାରେ ସାହାଯ୍ୟ କରିପାରନ୍ତି। ବନ୍ଧୁଙ୍କ ସହ ଆନୁଷ୍ଠାନିକ…

ରାଶିଫଳ: ସୋମବାର, ଜୁନ୍ ୮ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ସମ୍ପର୍କୀୟଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ…

ରାଶିଫଳ: ରବିବାର, ଜୁନ୍ ୭ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ ଆର୍ଥିକ ସ୍ଥିତି ମନ୍ଦ ହେବନାହିଁ। ଚନ୍ଦ୍ରଙ୍କ ସହିତ ରାହୁଙ୍କ ସଂଯୋଗ ପାରିବାରିକ ଏବଂ ସନ୍ତାନଙ୍କ ସ୍ବାସ୍ଥ୍ୟହାନିର କାରଣ ହେବ…

ରାଶିଫଳ: ଶନିବାର, ଜୁନ୍ ୬ ତାରିଖ – Daily Horoscope

ମେଷ ଆଜି ରୁକ୍ଷ ଦୃଷ୍ଟିରେ ବୁଧ ଓ ଶୁକ୍ର ଯୋଗୁ କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗ ଭଲ ରହି ନ ପାରେ। ସବୁ କିଛି ଭଲ…

ରାଶିଫଳ: ଶୁକ୍ରବାର , ଜୁନ୍ ୫ ତାରିଖ – Daily Horoscope

ମେଷ ଆଜି ହିତୈଷୀଙ୍କ ସହ ଆଲୋଚନା ପୂର୍ବକ ନୂଆ କାମର ରୂପରେଖ ପ୍ରସ୍ତୁତ କରିବେ। ଦୀର୍ଘଦିନରୁ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri