Posted inRasifala

ରାଶିଫଳ: ରବିବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥତିର ସାମ୍‌ନା କରିବାକୁ ପଡ଼ିପାରେ। ସମ୍ପର୍କୀୟମାନେ ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପାରିବାରିକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ଅନୁତାପ କରିବାକୁ ପଡ଼ିବ। କର୍ମକ୍ଷେତ୍ରରୁ ଫେରିବା ରାସ୍ତାରେ ମିତ୍ରତା ସ୍ଥାପନ କରିବାର ସୁଯୋଗ ପାଇବେ।
ବୃଷ
ବୃଷ
ପ୍ରତ୍ୟେକ କାର୍ଯ୍ୟକୁ ସୁବିଧାରେ ସମ୍ପନ୍ନ କ୍ଷେତ୍ରରେ ପ୍ରତିକୂଳ ବାତାବରଣକୁ ସାମ୍‌ନା କରିବାକୁ ପଡ଼ିବ। କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ।
ମିଥୁନ
ମିଥୁନ
କୌଣସି ବ୍ୟକ୍ତିଙ୍କୁ ଅପ୍ରିୟ ସତ୍ୟ କହିବାରୁ ତିକ୍ତତା ସୃଷ୍ଟି ହୋଇପାରେ। ନୂତନ କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କାମ ହାସଲ କରିବେ। ରାଜନୀତି, ସଙ୍ଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ। ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।
କର୍କଟ
କର୍କଟ
ଆକସ୍ମିକ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆମତ୍ବିଭୋର ହୋଇପାରନ୍ତି। ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇପାରେ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ। କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।
ସି˚ହ
ସି˚ହ
ପାରିବାରିକ ଋଣ ଭାରରେ ଅତିଷ୍ଠ ହେବେ, କିନ୍ତୁ ପରିଶୋଧ କରିବାର ରାସ୍ତା ଖୋଜି ପାଇ ପାରିବେ ନାହିଁ। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। କର୍ମକ୍ଷେତ୍ରରେ ପରିବାରବର୍ଗଙ୍କ ସହାୟତା ପାଇବେ ଓ ଆନନ୍ଦ ମନରେ କାମ କରିବେ। ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ପ୍ରତି ଦୂରତ୍ୱ ବଜାୟ ରଖି ଚଳିବା ଭଲ ହେବ।
କନ୍ୟା
ଦୀର୍ଘ ଦିନରୁ ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ। ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି। କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ତୁଳା
ତୁଳା
ଗତ କେତେ ଦିନ ହେଲା ପ୍ରତିଶ୍ରୁତି ଦେଇଥିବା କୌଣସି ବନ୍ଧୁଙ୍କୁ ହଁ କରିପାରିବେନି କିମ୍ବା ନାହିଁ ମଧ୍ୟ କରିପାରିବେନି। ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ। ନିଜର କାମଗୁଡ଼ିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢ଼ିଯାଇପାରେ। ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ, ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ।
ବିଛା
ବିଛା
ଯେଉଁ କାମଟି ଦୀର୍ଘଦିନ ହେଲା ହୋଇ ପାରିନଥିଲା ଆଜି ତାହା ହୋଇଯିବ। ଯେତେ ଅର୍ଥ ପାଇଲେ ମଧ୍ୟ ଆହୁରି ଅଧିକ ଆଶା କରିବେ। ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରିବେ ଓ ସଫଳ ମଧ୍ୟ ହେବେ। ନିଜ ପରିବାରର ସଦସ୍ୟମାନଙ୍କ ତରଫରୁ ସମସ୍ୟା ଆସିପାରେ।
ଧନୁ
ଧନୁ
କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ପରୀକ୍ଷାରେ ପିଲାଙ୍କ ସଫଳତାରେ ଆନନ୍ଦ ଅନୁଭବ କରିବେ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। କୌଣସି ଅସୁବିଧା ନ ହେଲେ ମଧ୍ୟ ଏଣୁତେଣୁ ଗୁଡ଼ାଏ କଥା ଆଶଙ୍କା କରି ମନ ଅସ୍ଥିର ରହିବ।
ମକର
ମକର
ଶାରୀରିକ ଅସୁସ୍ଥତା ଦୂରେଇବା ହେତୁ ମାନସିକ ଆଶ୍ୱସ୍ତି ଲାଭ କରିବେ। ହଠାତ୍‌ କୌଣସି ବିସ୍ମୟ ସୃଷ୍ଟିକାରୀ ଖବର ପାଇ ବିଚଳିତ ବୋଧ କରିବେ। ଉପରିସ୍ଥ ଅଧିକାରୀମାନେ କାମ ହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ଶତ୍ରୁମାନେ ଈର୍ଷା ପରାୟଣତାର ବଶବର୍ତ୍ତି ହୋଇ ବିଭିନ୍ନ ପ୍ରକାରର ଝାମେଲା ସୃଷ୍ଟି କରିପାରନ୍ତି।
କୁମ୍ଭ
କୁମ୍ଭ
ଆଜି ବନ୍ଧୁ ସହ ବିତର୍କ ଓ ସାଧାରଣ କଥାକୁ କେନ୍ଦ୍ରକରି ପାଟିତୁଣ୍ଡ ଲାଗି ରହିବ। ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଭିକ୍ଷା କରିିପାରନ୍ତି। କଳା, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଏବଂ ସାହିତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଦେହ ଭଲ ରହିଲେ ମଧ୍ୟ କ୍ରନିକ୍‌ ରୋଗରେ କଷ୍ଟ ପାଇପାରନ୍ତି।
ମୀନମୀନ
ଅନ୍ୟ ଦ୍ୱାରା ପ୍ରଭାବିତ ଉଚ୍ଚ ଅଫିସରଙ୍କ ସହ ସମ୍ପର୍କ ହାନି ଦୁଶ୍ଚିନ୍ତାର କାରଣ ହେବ। ପିଲାଙ୍କ ସ୍ବାସ୍ଥ୍ୟହାନି ସକାଶେ ମନ ଅସ୍ଥିର ରହିବ ଓ ମାନସିକ ବ୍ୟଥା ଅନୁଭବ କରିବେ। ପରିବାର ଭିତରେ ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହେବେ। ପରିସ୍ଥିତିବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜୁଲାଇ ୨ ତାରିଖ – Daily Horoscope

ମେଷ ଆଜି କର୍ମସ୍ଥାନରେ ଚନ୍ଦ୍ରଙ୍କ ସ୍ଥିତି ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ପାଇବା ନିଶ୍ଚିତ। ଅର୍ଥ ସମସ୍ୟା ସୁଧାରି ନେବାରେ ସଫଳ ହେବେ। ସାହାଯ୍ୟ…

ରାଶିଫଳ: ବୁଧବାର, ଜୁଲାଇ ୧ ତାରିଖ – Daily Horoscope

ମେଷ ଆଜିର ରୋହିଣୀ ନକ୍ଷତ୍ରସ୍ଥ ଚନ୍ଦ୍ର, ଅର୍ଥଲାଭ, ସାମାଜିକ ସମ୍ମାନ ସହ କାର୍ଯ୍ୟସିଦ୍ଧି କରାଇବ। ଦୀର୍ଘଦିନ ହେଲା ଯାହା ହୋଇପାରିନି ତାହା ପୂର୍ଣ୍ଣତା ଲାଭ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ଜୁନ୍ ୩୦ ତାରିଖ – Daily Horoscope

ମେଷ ଭାଗ୍ୟ ସ୍ଥାନରେ ଚନ୍ଦ୍ର ଥିବାରୁ ଖୁସୀ ମନରେ କାମ କରିବା ସହ ବନ୍ଧୁ ପରିଜନମାନଙ୍କ ଆଦରଣୀୟ ହେବେ। ଶନିଙ୍କ ଦୁର୍ବଳତା କାରଣରୁ କେତେକ ସାମାନ୍ୟ ଭୁଲ୍‍ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri