Posted inRasifala

ରାଶିଫଳ: ସୋମବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ। ନିକଟ ସମ୍ପର୍କୀୟମାନେ ପଛରେ ବିଭିନ୍ନ ପ୍ରକାର କଥା କହୁଥିବାର ଶୁଣିବାକୁ ପାଇବେ। ସାମାନ୍ୟ ଚେଷ୍ଟା ଦ୍ୱାରା ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ପାଇବେ। ଫେରନ୍ତା ରାସ୍ତାରେ ମିତ୍ରତା ସ୍ଥାପନ କରିବାର ସୁଯୋଗ ପାଇବେ ।
ବୃଷ
ବୃଷ
ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ପ୍ରତିକୂଳ ବାତାବରଣ ସୃଷ୍ଟି ହେବ। ଆଲୋଚନା କ୍ଷେତ୍ରରେ ମନ ଅସ୍ଥିର ରହିବା କାରଣରୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ଅନୁଷ୍ଠାନିକ କାମରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ମାତ୍ର ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ।
ମିଥୁନ
ମିଥୁନ
କୈାଣସି ବ୍ୟକ୍ତିଙ୍କୁ ଅପ୍ରିୟ କଟୁସତ୍ୟ କହି ସେମାନଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। ଅବଶ୍ୟ ନୂତନ କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ। ସାମୟିକ ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ମଧ୍ୟ ବଢ଼ିପାରେ।
କର୍କଟ
କର୍କଟ
ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆମତ୍ବିଭୋର ହୋଇପାରନ୍ତି। ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇପାରେ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ। କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।
ସି˚ହ
ସି˚ହ
ଋଣ ପରିଶୋଧ କରିବାର ରାସ୍ତା ଖୋଜି ନ ପାଇବାରୁ ଅସ୍ଥିରତା ବୃଦ୍ଧିପାଇବ। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। କର୍ମକ୍ଷେତ୍ରରେ ପରିବାରବର୍ଗଙ୍କ ସହାୟତା ପାଇବେ ଓ ଆନନ୍ଦ ମନରେ କାମ କରିବେ। ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ପ୍ରତି ଦୂରତ୍ୱ ବଜାୟ ରଖି ଚଳିବା ଭଲ ହେବ।
କନ୍ୟା
ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ସାମାଜିକ ସ୍ତରରେ ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି। କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ମାର୍ଗରେ ଅନୁଧାବନ କରିବେ। ସ୍ଥଗିତ ରହିଯାଇଥିବା କାମ ସକାଶେ ଅନ୍ୟମାନଙ୍କର ସାହାଯ୍ୟ ନେବାପାଇଁ ବାଧ୍ୟ ହେବେ।
ତୁଳା
ତୁଳା
ଫେରି ଯାଉଥିବା ବନ୍ଧୁଟି ବାଟରୁ ଲେଉଟି ଆସିବ, ଫଳରେ ନିଜର କାମ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢିଯାଇପାରେ। ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିଯିବ। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା କିମ୍ବା ଆନୁଷ୍ଠାନିକ ଦିଗକୁ ମନ ବଳାଇପାରନ୍ତି।
ବିଛା
ବିଛା
ଅର୍ଥ ସମ୍ପର୍କରେ ଯେତେ ପାଇଲେ ମଧ୍ୟ ଆହୁରି ଅଧିକ ସକାଶେ ବ୍ୟାକୁଳତା ପ୍ରକାଶ କରିବେ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରି ସଫଳ ହେବେ। ଘରୋଇ ବ୍ୟାପାରରେ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ। ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ସମସ୍ୟାକୁ ଡାକି ଆଣିପାରନ୍ତି।
ଧନୁ
ଧନୁ
କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିବେ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ ା ଏଣୁ ଗାଡିକୁ ପରଖି ନେବା ଭଲ ହେବ। ଚେଷ୍ଟା କରୁଥିବା କାମରେ ପରିବାରରୁ ପୂର୍ଣ୍ଣ ସହଯୋଗ ଲାଭକରି କାର୍ଯ୍ୟ ସାଧନ କରିବେ।
ମକର
ମକର
ଶାରୀରିକ ଅସୁସ୍ଥତା ଦୂରେଇବା ହେତୁ ଆଶ୍ୱସ୍ତି ଲାଭ କରିବେ। ଉପରିସ୍ଥ ଅଧିକାରୀ କାମ ହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ଶତ୍ରୁମାନେ ବିଭିନ୍ନ ଝମେଲା ସୃଷ୍ଟି କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢ଼ା ପ୍ରଭୃତିରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ଆଜି ବନ୍ଧୁରେ କଳହ, ଧନହାନି, ପରିବହନରେ ତର୍କ ବିତର୍କର ସମ୍ମୁଖୀନ ହୋଇପାରନ୍ତି। ପାରିବାରିକ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁମାନଙ୍କ ସାହାଯ୍ୟ ଭିକ୍ଷା କରିବାକୁ ପଡ଼ିପାରେ। କଳା, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ପୁରାତନ ରୋଗରେ କଷ୍ଟ ପାଇବେ।
ମୀନମୀନ
କର୍ମ କ୍ଷେତ୍ରରେ ଅନ୍ୟ ଦ୍ୱାରା ପ୍ରଭାବିତ ହେବା ଦ୍ୱାରା ସମ୍ପର୍କ ହାନି ଦୁଶ୍ଚିନ୍ତାର କାରଣ ହେବ। ପରିବାର କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ସାମାଜିକ ସ୍ତରରେ ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହେବେ। ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତିକୁ ବିଶ୍ୱାସ କରି ଖାଲରେ ପଡ଼ିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri