Posted inRasifala

ରାଶିଫଳ: ବୁଧବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ
ଆଜି ଗୁରୁଚାନ୍ଦ୍ରୀ ଯୋଗ କାରଣରୁ କୌଣସି ନୂଆ କାମ ଆରମ୍ଭ କରିବାକୁ ମନ ବଳାଇବେ। ଦୂରସ୍ଥ ସନ୍ତାନଙ୍କ ସକାଶେ ମନ ଉଦ୍‌ବେଗ ରହିବା ଫଳରେ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ। ଅର୍ଥ ସମ୍ପର୍କକୁ ନେଇ ଭାତୃବିବାଦ ଦେଖାଦେବାର ସୂଚନା ରହିଛି। ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ସୃଷ୍ଟ ଅନ୍ତର୍ଦ୍ଦ୍ୱନ୍ଦର ସମାଧାନ ହୋଇଯିବ।
ବୃଷ
ବୃଷ
ତୃତୀୟାଧିପ ଦ୍ୱାଦଶସ୍ଥ ହେତୁ ଭ୍ରାତୃ ବିବାଦର ଆଶଙ୍କା ଦେଖାଦେବ। କର୍ମ କ୍ଷେତ୍ରରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି; ଯଦ୍ଦ୍ବାରା କି କୌଣସି ଘରୋଇ କଥା ଭିତରେ ନିଜର ଅସୁବିଧା ଜଣାଇ ସାହାଯ୍ୟ ଭିକ୍ଷା କରିବେ। ପାରିବାରିକ କ୍ଷେତ୍ରରେ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ।
ମିଥୁନ
ମିଥୁନ
ରାହୁଯୁକ୍ତ ବୁଧ ଯୋଗୁ ସ୍ବାସ୍ଥ୍ୟହାନି ସହ ପାରିବାରିକ ଅଶାନ୍ତିର ସମ୍ମୁଖୀନ ହେବେ। ମନରେ ଚିନ୍ତା କରିଥିବା କାମଟିକୁ ଆଜି ସମ୍ପନ୍ନ କରିପାରନ୍ତି। ସାଧାରଣ ଯୁକ୍ତି ତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହେବାର ସୂଚନା ରହିଛି। ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, କଳା, ସାହିତ୍ୟ ଚର୍ଚ୍ଚା ଏବଂ ସଙ୍ଗୀତ ଆସରରେ ନିଜକୁ ହଜାଇ ଦେଇପାରନ୍ତି।
କର୍କଟ
କର୍କଟ
ରାଶ୍ୟାଧିପ ଭାଗ୍ୟାଧିପତି ସହ ରହିଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ସକାଳୁ ଦେବଦର୍ଶନ ଓ ଭ୍ରମଣ ସାଙ୍ଗକୁ ନୂତନ ଜିନିଷ କିଣିବାକୁ ମନ ବଳାଇବେ। ଭାଇଙ୍କ ଅଭାବ ଅସୁବିଧାକୁ କେନ୍ଦ୍ରକରି ମନ ଅଶାନ୍ତ ରହିପାରେ। କର୍ମକ୍ଷେତ୍ରରେ ବନ୍ଧୁ କାମ ହାସଲ ସକାଶେ ଆପଣଙ୍କୁ ଅସ୍ତ୍ର ରୂପେ ବ୍ୟବହାର କରିପାରନ୍ତି।
ସି˚ହ
ସି˚ହ
ରାଶିକୁ ତିନୋଟି ଗ୍ରହ ଅବଲୋକନ କରୁଥିବାରୁ ଏକାଧିକ ଚିନ୍ତା ଓ ଯୋଜନା ଭିତରେ ମନ ଅସ୍ଥିର ରହିବ। ଭାଇ, ଭଉଣୀ କିମ୍ବା ପଡ଼ୋଶିନୀଙ୍କ କଥାରେ ପ୍ରଭାବିତ ହୋଇ ଭୁଲ୍‌ କାମ କରିପାରନ୍ତି। କାରବାର, ପରିବହନ,ଷ୍ଟେସନାରୀ କିମ୍ବା ଫଳ ଦୋକାନୀ ବିଶେଷ ଭାବେ ଲାଭବାନ ହେବେ।
କନ୍ୟା
ଆଜି ଅଷ୍ଟମ ଚନ୍ଦ୍ର ହେଲେ ମଧ୍ୟ ଅର୍ଥନୈତିକ ଅଭିବୃଦ୍ଧି ସହ କୌଣସି କାମ ଅଟକିବ ନାହିଁ। ସବୁ କାମ ଶୃଙ୍ଖଳିତ ରହିବା ସହ ସହଜ ଓ ସୁବିଧାରେ କାମ କରିବା ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ଦାୟିତ୍ୱରେ ଅବେହଳା ଓ ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି।
ତୁଳା
ତୁଳା
ଉଚ୍ଚାରୋହୀ ଲାଭାଧିପ ହେତୁ ଯାହା ଆଜି ପର୍ଯ୍ୟନ୍ତ ପାଉ ନ ଥିଲେ ଆଜି ତାହା ପାଇ ଖୁସି ହେବେ। ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁ କିମ୍ବା ସହକର୍ମୀଙ୍କ ସହ ବିବାଦ ହୋଇପାରେ। ପାରିବାରିକ କ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ନେଲେ କ୍ଷତିରେ ପଡ଼ିବେ। ଆଲୋଚନା କ୍ଷେତ୍ରରେ ଭୁଲ୍‌ ବୁଝାମଣା ହେତୁ ବିତର୍କର ସମ୍ଭାବନା ରହିଛି।
ବିଛା
ବିଛା
ଶୁଭ ଚନ୍ଦ୍ର ପ୍ରଭାବରୁ ଆଜିର ଯାତ୍ରା ମଙ୍ଗଳମୟ ହେବ ଓ ଲକ୍ଷ୍ୟ ହାସଲ କରିବାରେ ଅସୁବିଧା ହେବ ନାହିଁ। ପରିବହନ, ଶିଳ୍ପ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଶତ୍ରୁମାନେ ପରୋକ୍ଷରେ ସମସ୍ୟା ସୃଷ୍ଟି କରିବା ସକାଶେ ଯୋଜନା କରିବେ। ପାରିବାରିକ କ୍ଷେତ୍ରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ମୁଖଭାବସ୍ଥ ମଙ୍ଗଳଜନିତ କଠୋରବାକ୍ୟାଳାପ ବନ୍ଧୁ ଓ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି କରିବ। ନୂତନ ସ୍ଥାନ ପରିଦର୍ଶନ, କ୍ରୀଡ଼ା ଓ ମନୋରଞ୍ଜନରେ ନିଜକୁ ମଜ୍ଜାଇ ରଖିବେ। ଭାଇ, ବନ୍ଧୁ, ପଡ଼ୋଶୀଙ୍କ ସହ ମିଷ୍ଟାଳାପରେ ମାତିରହିବେ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିବ। ବ୍ୟବସାୟ ଓ ପରିବହନ ପାଇଁ ଦିନଟି ବହୁତ ଭଲ।
ମକର
ମକର
ସ୍ବସ୍ଥାନ ହନ୍ତା ଗୁରୁଙ୍କ ଯୋଗୁ ପାରିବାରିକ ସ୍ତରରେ ଭୁଲ୍‌ ବୁଝାମଣା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ସବୁ କଥାରେ ହଠାତ୍‌ ଆଗଭର ହେଲେ ସାଧାରଣ କଥାରୁ କଳହର ସମ୍ଭାବନା ରହିଛି। ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ପରିବାରରେ ଜିଦ୍‌ଖୋର ପ୍ରକୃତିରୁ ଅନର୍ଥ ସୃଷ୍ଟି ହେବ।
କୁମ୍ଭ
କୁମ୍ଭ
ବାକ୍‌ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବା କାରଣରୁ ମନ ଭଲ ରହି ନ ପାରେ। କ୍ରୀଡ଼ା, ସଙ୍ଗୀତ, ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ, ମାତ୍ର ଡରିବାର କିଛି କାରଣ ନାହିଁ କହିଲେ ଚଳେ। ପରିବହନ, ଯାନ୍ତ୍ରିକ ଶିଳ୍ପ, ଅଳଙ୍କାର ଦୋକାନୀ, ବିଶେଷ ଭାବରେ ଉପକୃତ ହେବେ।
ମୀନମୀନ

ବୃହସ୍ପତିଙ୍କ ଶୁଭତ୍ୱରୁ ବିଭିନ୍ନ ପ୍ରକାରର ଯୋଜନା କରି ପରିସ୍ଥିତିକୁ ସୁଧାରି ନେବାର ପ୍ରଯନତ୍ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବ। ସାଂସ୍କୃତିକ କାର୍ଯ୍ୟକ୍ରମରେ ନିଜକୁ ସାମିଲ୍‌ କରି ବିଶିଷ୍ଟବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନସପ୍ତମାଧିପତି ଯୁକ୍ତ ହୋଇଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ କାମକୁ ସହଜ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?