Posted inRasifala

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ
ସୁସ୍ଥ ପାରିବାରିକ ଜୀବନ ଓ ନିରଙ୍କୁଶ କର୍ମସାଧନ ପାଇଁ ଆନୁଷଙ୍ଗିକ ପରିବେଶ ଅନୁକୂଳ ରହିବ। ବନ୍ଧୁଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିବେ। ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ,ପରିବହନଜନିତ ଝଗଡ଼ାରେ ବିଜୟୀ ହେବେ। ସାହିତ୍ୟଚର୍ଚ୍ଚା ଓ ସଚ୍ଚୋଟପଣିଆରୁ ପ୍ରଶଂସିତ ହେବେ।
ବୃଷ
ବୃଷ
ସମ୍ପର୍କୀୟଙ୍କ ସହାନୁଭୂତି ଯୋଗୁ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରିବେ। କର୍ମକ୍ଷେତ୍ରରେ ଗଠନମୂଳକ କାର୍ଯ୍ୟ, ବ୍ୟବସାୟରେ ସଫଳତା ଓ କଳା ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହିଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ। ଅଭାବ ନ ଥିଲେ ମଧ୍ୟ ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ଉଠିବ।
ମିଥୁନ
ମିଥୁନ
ଆଜି ବନ୍ଧୁଙ୍କ ସହଯୋଗ ଓ ହିତୈଷୀଙ୍କ ପରାମର୍ଶ ପାଇ କାର୍ଯ୍ୟ ସାଧନ କରିବେ। ପରିବାରର ଅନୁରୋଧକ୍ରମେ ଭ୍ରମଣରେ ବାହାରିପାରନ୍ତି। ଉଦ୍ୟୋଗ, ନୂତନ ପ୍ରକଳ୍ପ କିମ୍ବା ବ୍ୟବସାୟରେ ବ୍ୟତିକ୍ରମ ଦେଖାଦେବ। ବହୁତ ଦିନରୁ ଧାର ନେଇଥିବା ଲୋକଟି ଟଙ୍କା ଦେବାର ନାଁ ଧରିବ ନାହିଁ, ଫଳରେ ଉଚ୍ଚବାଚ ଘଟିବାର ଆଶଙ୍କା ରହିଛି।
କର୍କଟ
କର୍କଟ
ସହକର୍ମୀମାନେ ସହଯୋଗର ହାତ ବଢ଼ାଇପାରନ୍ତି। କିନ୍ତୁ ପରିବାର ଭିତରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସାହିତ୍ୟ, ସାମ୍ବାଦିକତା, ଏଜେନ୍ସିପ୍‌, ଗଣଯୋଗାଯୋଗ କ୍ଷେତ୍ରରୁ ସୁଫଳ ମିଳିବ। କ୍ରୀଡ଼ା, ସଙ୍ଗୀତ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱୀମାନଙ୍କ ମଧ୍ୟରେ ପ୍ରତିଯୋଗିତାର ସମ୍ଭାବନା ରହିଛି।
ସି˚ହ
ସି˚ହ
ଆଜି କର୍ମକ୍ଷେତ୍ରରେ ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପା, ସମ୍ମାନଜନକ ପଦବୀ ସାଙ୍ଗକୁ ସମ୍ବର୍ଦ୍ଧିତ ହୋଇପାରନ୍ତି। ପ୍ରଶାସନିକ ସ୍ତରରେ ବିଭିନ୍ନ ଯୋଜନା ସମ୍ପର୍କିତ ଆଲୋଚନା, ଆନୁଷ୍ଠାନିକ କାମର ପ୍ରସ୍ତୁତି ସମ୍ପନ୍ନ କରି ଖୁସି ହେବେ। ଜମିଜମା, ଗାଡ଼ି ମୋଟର ମରାମତି ସକାଶେ ଆଲୋଚନା କରିବେ। ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ।
କନ୍ୟା
ସୁସ୍ଥମାନସିକତା ଯୋଗୁ ଦିନଟିରେ କାର୍ଯ୍ୟାରମ୍ଭ, ସଭାସମିତି ଓ ବନ୍ଧୁଙ୍କ ସହ ଆଲୋଚନା ସକାରାତ୍ମକ ରହିବ। ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ବ୍ୟତିକ୍ରମ ଦେଖାଦେବ। ସହଯୋଗର ପ୍ରତିଶ୍ରୁତି ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ଯୁକ୍ତିତର୍କର ଆଶ୍ରୟ ନେଇପାରନ୍ତି।
ତୁଳା
ତୁଳା
ଦୀର୍ଘଦିନରୁ ପାଉ ନ ଥିବା ଅର୍ଥ କିମ୍ବା ଭବିଷ୍ୟନିଧିରୁ ଟଙ୍କା ପାଇବାର ବିଳମ୍ବ ଯୋଗୁ ବ୍ୟସ୍ତତା ପ୍ରକାଶ କରିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରନ୍ତୁ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯିବାରୁ ନିର୍ଦ୍ଦିଷ୍ଟ ସମୟରେ କାମଟି ଶେଷ ନ ହୋଇପାରେ। ପରିବାରରେ ଭୁଲ୍‌ ବୁଝାମଣାଜନିତ ବିତର୍କ ବଢ଼ିବ।
ବିଛା
ବିଛା
ବନ୍ଧୁଗହଣରେ ବହୁ ପ୍ରତୀକ୍ଷିତ କାର୍ଯ୍ୟାରମ୍ଭ କରି ଆତ୍ମତୃପ୍ତି ଅନୁଭବ କରିବେ। ମାଙ୍ଗଳିକ କାର୍ଯ୍ୟ, ଜମିଜମା କ୍ରୟ କିମ୍ବା ଗୃହାରମ୍ଭ, ପ୍ରତିଷ୍ଠାଦି କର୍ମ ସକାଶେ ପ୍ରସ୍ତୁତି ଆରମ୍ଭ କରିବେ। ଉଚ୍ଚବର୍ଗଙ୍କ ସହାୟତା, ପଡ଼ୋଶୀଙ୍କ ଆଦର, ଅଭ୍ୟର୍ଥନା ସାଙ୍ଗକୁ ବିଭିନ୍ନ କ୍ଷେତ୍ରରେ ସଫଳତାର ଝଲକ ଦେଖିପାରିବେ।
ଧନୁ
ଧନୁ
ମନର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରୁଥିଲେ ମଧ୍ୟ କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣରେ ରଖିପାରିବେ। ପରିବାରରେ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହୋଇପାରେ। ଆବଶ୍ୟକତା ପୂରଣ ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି। ସାଂଗଠନିକ କ୍ଷେତ୍ରରେ ପଦସ୍ଥବ୍ୟକ୍ତିଙ୍କ ଶ୍ରଦ୍ଧାଭାଜନ ହେବାର ଆଶା ରହିଛି।
ମକର
ମକର
ମାନସିକ ସୁସ୍ଥତା ଅଭାବରୁ ଅସ୍ବାଭାବିକ ଚିନ୍ତାଧାରା କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଆଜିର ପ୍ରତ୍ୟୁଷ ଯାତ୍ରା, ପ୍ରଶାସନ, ବନ୍ଧୁ ସମ୍ପର୍କ, ମନୋରଞ୍ଜନ କାର୍ଯ୍ୟକ୍ରମ ଓ ବାଣିଜ୍ୟାଦି ସନ୍ତୋଷଦାୟକ ରହିବ। ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିପାରନ୍ତି। ପଡ଼ୋଶୀଙ୍କ ସହାୟତାରେ ବନ୍ଧୁସମ୍ପର୍କ ସ୍ଥାପିତ ହେବ।
କୁମ୍ଭ
କୁମ୍ଭ
ଆଜି ପାରିବାରିକ ଅନୁରକ୍ତି, ସରକାରୀ ସାହାଯ୍ୟ, ବିଶିଷ୍ଟବ୍ୟକ୍ତିଙ୍କ ପ୍ରତିଶ୍ରୁତି ଆତ୍ମସମ୍ମାନ ବୃଦ୍ଧି କରିବ। ସ୍ଥଗିତକାର୍ଯ୍ୟ, ବିବାଦୀୟ ସ୍ଥିତି, ସହକର୍ମୀଙ୍କ ଅସହଯୋଗ ବଦଳିଯାଇପାରେ। ପ୍ରତ୍ୟେକ କ୍ଷେତ୍ରରେ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରାଇପାରେ। ସାମାଜିକ କ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟା ସୁଧାରି ନେବେ।
ମୀନମୀନ

ବନ୍ଧୁଙ୍କ ସହାୟତାରେ ଟେନସନ୍‌ କମିଯିବ, ସହଯୋଗ ଭିତ୍ତିରେ କାମ କରି ପ୍ରଶଂସିତ ହେବେ। ବିଶିଷ୍ଟ ବ୍ୟକ୍ତିଙ୍କ ପୃଷ୍ଠପୋଷକତାରେ ଶିଳ୍ପ, ବ୍ୟବସାୟ ଓ ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ଭୁଲ୍‌ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହେବ। ପୂର୍ବଭାଦ୍ରପଦ ନକ୍ଷତ୍ର ସକାଶେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri