Posted inRasifala

ରାଶିଫଳ: ଗୁରୁବାର, ମେ ୧୩ ତାରିଖ – Daily Horoscope

ମେଷ
ବିଭିନ୍ନ ପ୍ରକାର ସମସ୍ୟା ହେତୁ ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ହେବେ। ପ୍ରତ୍ୟେକ କାମ ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କେତେକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।
ବୃଷ
ବୃଷ
ସ୍ବାସ୍ଥ୍ୟ ବିଶେଷ କିଛି ଖରାପ ନଥିଲେ ମଧ୍ୟ ବିଭିନ୍ନ ପ୍ରକାର ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ। ଲେଖାପଢ଼ା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁମାନଙ୍କ ପ୍ରତି ସ୍ନେହ ଶ୍ରଦ୍ଧା ଓ ପ୍ରେମାନୁରାଗୀ ହୋଇପାରନ୍ତି। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ, ନତୁବା ହଜିଯିବାର ସମ୍ଭାବନା ରହିଛି ।
ମିଥୁନ
ମିଥୁନ
ଦୀର୍ଘଦିନରୁ ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ହୋଇଯିବ। କର୍ମକ୍ଷେତ୍ରରେ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁମାନଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି । ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହୋଇପାରନ୍ତି।
କର୍କଟ
କର୍କଟ
ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ବ୍ୟବସାୟ,ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ଚିନ୍ତିତ ରହିପାରନ୍ତି।
ସି˚ହ
ସି˚ହ
ଦେହ ଭଲ ରହିବ ମାତ୍ର କର୍ମକ୍ଷେତ୍ରରେ କଠିନ ପରିଶ୍ରମଜନିତ କ୍ଳାନ୍ତିବୋଧ କରିବେ। ପ୍ରତ୍ୟେକ ପ୍ରକାର ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଅଫିସରେ ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ଚକ୍ଷୁଶୂଳ ହୋଇପାରନ୍ତି। ମାଲିମକଦ୍ଦମା, ରଚନାତ୍ମକ କାର୍ଯ୍ୟ, ଯାତ୍ରା, ଗବେଷଣା ତଥା ପରିବହନରେ ଲାଭବାନ ହେବେ।
କନ୍ୟା
ସକାଳୁ ସକାଳୁ ବନ୍ଧୁଙ୍କ ଅନୁରୋଧରେ କୌଣସି କାମ କରିବା ସକାଶେ ମନ ବଳାଇବେ। ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ମାଲିମକଦ୍ଦମା, ତର୍କବିତର୍କ, ସଭାସମିତି, ସଂଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ। ପରିସ୍ଥିତିରେ ପଡ଼ି ନିଜକୁ ସଂକୁଚିତ କରି ରଖିବାକୁ ବାଧ୍ୟ ହେବେ।
ତୁଳା
ତୁଳା
ବିରକ୍ତି ପ୍ରକାଶ କରି ବିଭିନ୍ନ କଥା କହିବା କାରଣରୁ ବିବାଦ ବଢ଼ିପାରେ। ମତାନ୍ତର ଜନିତ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ପାଇବେ ନାହିଁ। ସାମାଜିକ ଓ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ବିଛା
ବିଛା
ଦୀର୍ଘଦିନର ଅଭିଳାଷ ପୂରଣ ହେବା କାରଣରୁ ମନ ପ୍ରଫୁଲ୍ଲ ରହିବ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ଉଦାସ ରହିପାରନ୍ତି। ଯାତ୍ରା ସମୟରେ ଅସାବଧାନତାବଶତଃ ଦବ୍ର୍ୟ ନଷ୍ଟ ହୋଇପାରେ। କଳା, ସାହିତ୍ୟ, ପ୍ରକାଶନ, ସାମ୍ବାଦିକତା, ରାଜନୀତି, ସାଂଗଠନିକ କାର୍ଯ୍ୟରେ ସମସ୍ୟା ଆପଣାଛାଏ ସମାଧାନ ହୋଇଯିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ବନ୍ଧୁଙ୍କ ସମ୍ମୁଖରେ ପ୍ରିୟ କଥା କହି ଭୁଲ୍‌ ବୁଝାମଣା ହେତୁକ ସମସ୍ୟାକୁ ସୁଧାରି ନେବେ। ପାଖ ପଡ଼ୋଶୀମାନେ କିମ୍ବା ଈର୍ଷାପରାୟଣ ବ୍ୟକ୍ତିମାନେ ପରୋକ୍ଷ ଶତ୍ରୁତା କରିପାରନ୍ତି। ଆଲୋଚନା ମାଧ୍ୟମରେ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ।
ମକର
ମକର
ମତାନ୍ତରଜନିତ ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ସରସତା ରହିବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ଆକସ୍ମିକ ଭାବେ କଳହର ସମ୍ମୁଖୀନ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ବନ୍ଧୁଙ୍କ ସହାୟତାରେ ସଫଳତା ମିଳିବ। ରତ୍ପାନି କାରବାର, ଏଜେନ୍ସି, ସାମ୍ବାଦିକତାରେ ପ୍ରଂଶସିତ ହେବେ।
କୁମ୍ଭ
କୁମ୍ଭ
ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ସହକର୍ମୀଙ୍କ ମାଧ୍ୟମରେ ତାହା ଅତି ସୁବିଧାରେ ପାଇଯିବେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ବନ୍ଧୁଙ୍କ ସହ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ। ଆଜିର ଯାତ୍ରା ଅବଶ୍ୟ ସଫଳ ହେବ।
ମୀନମୀନ
ଦୀର୍ଘଦିନରୁ ଅଟକି ରହିଥିବା କାମ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହେବ। କର୍ମକ୍ଷେତ୍ରରେ ଅର୍ଥ ଓ ସମ୍ମାନ ପାଇବାରେ କୌଣସି ଅସୁବିଧା ହେବନାହିଁ। ଆଲୋଚନା ପରିସରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସାହିତ୍ୟ, ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri