Posted inRasifala

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ
ପ୍ରତ୍ୟେକ କାମ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। କିନ୍ତୁ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବାକୁ ପଡ଼ିପାରେ। ବ୍ୟବସାୟ ବାଣିଜ୍ୟ ଓ ପରିବହନ ସାମୟିକ ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବାର ସୌଭାଗ୍ୟ ଲାଭ କରିବେ।
ବୃଷ
ବୃଷ
ସ୍ବାସ୍ଥ୍ୟ ଖରାପ ନ ଥିଲେ ମଧ୍ୟ ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ। ଶିଳ୍ପ, ବାଣିଜ୍ୟ ଏବଂ ପ୍ରଶାସନିକ କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁ ମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ପ୍ରଦର୍ଶନ କରି ପ୍ରଶଂସିତ ହୋଇପାରନ୍ତି। ଆଜିର ସକାଳୁଆ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ ନତୁବା ହଜି ଯିବାର ସମ୍ଭାବନା ରହିଛି।
ମିଥୁନ
ମିଥୁନ
ଦୀର୍ଘଦିନରୁ ଅଟକିଥିବା କାମ ସୁବିଧାରେ ହୋଇଯିବାରୁ ଖୁସି ଅନୁଭବ କରିପାରନ୍ତି। ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁମାନଙ୍କର କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିବେ। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କୌଣସି ବିକଳ୍ପ ବ୍ୟବସ୍ଥା କରିପାରନ୍ତି। କଳା, ସାହିତ୍ୟ, ବାଣିଜ୍ୟ ଓ ପରିବହନରେ ଉନ୍ନତିଜନିତ ମନ ଖୁସି ରହିପାରେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି ା ବ୍ୟବସାୟ ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପାରିବାରିକ ଜୀବନରେ ବୁଝାମଣାର ଅଭାବ କଳହଜନିତ ମାନସିକ ଅଶାନ୍ତି ସୃଷ୍ଟି ହେବ। ପରିବାରରେ ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ଚିନ୍ତିତ ରହିପାରନ୍ତି।
ସି˚ହ
ସି˚ହ
ଆଜି ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ପ୍ରତିଦ୍ୱନ୍ଦ୍ୱିତା ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ବନ୍ଧୁଙ୍କ ସମ୍ମୁଖରେ ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ଚକ୍ଷୁଶୂଳ ହେବେ। ମାଲିମକଦ୍ଦମା, ରଚନାମତ୍କ କାର୍ଯ୍ୟ, ଯାତ୍ରା, ଗବେଷଣା ତଥା ପରିବହନରେ ଲାଭବାନ ହେବେ। ବିଳମ୍ବରେ ହାତକୁ ନେଇଥିବା କାର୍ଯ୍ୟ ହାସଲରେ ସମର୍ଥ ହେବେ।
କନ୍ୟା
ସକାଳୁ ବନ୍ଧୁଙ୍କ ଅନୁରୋଧରେ କୌଣସି କାମ କରିବାକୁ ମନ ବଳାଇବେ। ଯାତ୍ରା କାଳରେ ଖଳ ଲୋକଙ୍କ କଥାରେ ଭୁଲ୍‌ ମାର୍ଗର ଅନୁସରଣ କରିପାରନ୍ତି। ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ। ମକଦ୍ଦମା, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ।
ତୁଳା
ତୁଳା
ପୂର୍ବର ମତାନ୍ତରଜନିତ କର୍ମକ୍ଷେତ୍ରରେ ସହକର୍ମୀ ସହଯୋଗ ପାଇବେ ନାହିଁ। ବିଶିଷ୍ଟବ୍ୟକ୍ତିଙ୍କ ଅନୁକମ୍ପାରୁ ସାମାଜିକ ଓ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ। ରାଜନୀତି, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହେବ। ପରିବାରର ସମସ୍ୟା ନିରାକରଣ କ୍ଷେତ୍ରରେ ଆଶାନୁରୂପ ସଫଳତା ମିଳି ନ ପାରେ।
ବିଛା
ବିଛା
ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଯାତ୍ରା ସମୟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ କାରଣରୁ ଅନ୍ୟ ଉପରେ ରାଗି ପାରନ୍ତି। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ସାହିତ୍ୟ, ପ୍ରକାଶନ, ସାମ୍ବାଦିକତା, ରାଜନୀତି, ସଂଗଠନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ଭଲ ସମ୍ପର୍କଥିବା ବନ୍ଧୁଙ୍କ ସମ୍ମୁଖରେ ପ୍ରିୟ କଥା କହି ଭୁଲ୍‌ ବୁଝାମଣାକୁ ଦୂରେଇବାରେ ସମର୍ଥ ହେବେ। ଈର୍ଷା ପରାୟଣ ବ୍ୟକ୍ତି ପରୋକ୍ଷ ଶତ୍ରୁତା କରିପାରନ୍ତି। ଆଲୋଚନା ମାଧ୍ୟମରେ ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟାଇବାକୁ ଚେଷ୍ଟା କରିପାରନ୍ତି।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ ସତର୍କ ନ ହେଲେ କଳହର ସମ୍ମୁଖୀନ ହେବେ। ବନ୍ଧୁଙ୍କ ସହାୟତାରେ ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ରପ୍ତାନି କାରବାର, ଏଜେନ୍ସି, ସାମ୍ବାଦିକତାରେ ସୁଫଳ ପାଇପାରନ୍ତି।
କୁମ୍ଭ
କୁମ୍ଭ
ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ବନ୍ଧୁଙ୍କ ମାଧ୍ୟମରେ ତାହା ଅତି ସୁବିଧାରେ ପାଇଯିବେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ବନ୍ଧୁମାନଙ୍କ ସହ ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ପରିଜନମାନଙ୍କ ସହିତ ଆଜିର ଯାତ୍ରା ଅବଶ୍ୟ ସଫଳ ହେବାର ଆଶା ରହିଛି।
ମୀନମୀନ
ଦୀର୍ଘଦିନରୁ ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ ା ଆଲୋଚନା ପରିସରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ରହିବ ନାହିଁ। ସାହିତ୍ୟ, ସଙ୍ଗୀତ, ନିର୍ମାଣ, ପରିବହନରେ ଆଶାତୀତ ସଫଳତା ହାସଲ କରିବେ।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ ଅଭାବ ଦୂରୀକରଣ ପାଇଁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ରାହୁଙ୍କ ଦୃଷ୍ଟିରେ ଶୁକ୍ର ଅବସ୍ଥାନ କରିଥିବାରୁ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୨୫ ତାରିଖ – Daily Horoscope

ମେଷ ଲାଭଭାବସ୍ଥ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଶୁଭକାର୍ଯ୍ୟର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ ଟଙ୍କାକୁ କେନ୍ଦ୍ରକରି କଳହର ସମ୍ଭାବନା ମଧ୍ୟ ଦେଖାଦେଇପାରେ।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ ଆଜି ସକାଳୁ ସକାଳୁ କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ। ସନ୍ତାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?