Posted inRasifala

ରାଶିଫଳ: ଶନିବାର, ନଭେମ୍ବର ୧୩ ତାରିଖ – Daily Horoscope

ମେଷ
ଆଜି ଦୃଢ଼ ପଦକ୍ଷେପ ନେଇ କାମ ହାସଲ କରିବେ। ବନ୍ଧୁଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ଜିଣିବେ ଏବଂ ପାରିବାରିକ ସମସ୍ୟା ସମାଧାନରେ ସଫଳ ହେବେ। ବିଭିନ୍ନ ସୂତ୍ରରୁ ରୋଜଗାର କରି ଆନନ୍ଦ ଲଭିବେ। ଅର୍ଥ, ପ୍ରଶାସନ, ଆଇନ, ସଭା ସମିତି, ଆନୁଷ୍ଠାନିକ କାମ ଓ ବନ୍ଧୁ ମିଳନ ହେତୁକ ଖୁସି ରହିବେ।
ବୃଷ
ବୃଷ
ବନ୍ଧୁବର୍ଗଙ୍କ ସହାୟତାରେ କର୍ମକ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ବ୍ୟବସାୟିକ ସଫଳତା ମିଳିବ ଓ କଳା ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ। ଅଭାବ ନ ଥିଲେ ମଧ୍ୟ ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିବାର ଆଭାସ ମିଳିବ।
ମିଥୁନ
ମିଥୁନ
ପୂର୍ବ ନିର୍ଦ୍ଧାରିତ କୌଣସି ସ୍ଥାନକୁ ଭ୍ରମଣରେ ବାହାରି ପଡ଼ିବେ। ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବ କିନ୍ତୁ ଉଭୟଙ୍କର ସମ୍ପର୍କହାନି ଘଟିବ। ଆତ୍ମୀୟଙ୍କ ଅସହଯୋଗ ସାମୟିକ ସମସ୍ୟା ସୃଷ୍ଟି କରିପାରେ। ଅସୁବିଧାରେ ପଡ଼ି ଅର୍ଥ ନେଇଥିବା ଲୋକଟି ଟଙ୍କା ଦେବାର ନାଁ ଧରିବ ନାହିଁ, ଫଳରେ ଉଚ୍ଚବାଚ ଘଟିବ।
କର୍କଟ
କର୍କଟ
ସହକର୍ମୀଙ୍କ କଥା ଓ କାର୍ଯ୍ୟକୁ ସମ୍ମତି ପ୍ରଦାନ ପରିପ୍ରେକ୍ଷୀରେ କାର୍ଯ୍ୟହାସଲରେ ସମର୍ଥ ହେବେ। ପରିବାର ଭିତରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସାହିତ୍ୟ, ସାମ୍ବାଦିକତା, କଳା, ସଙ୍ଗୀତାଦି କ୍ଷେତ୍ରରୁ ସୁଫଳ ମିଳିବ। ଯେତେ ଅର୍ଥ ପାଇଲେ ମଧ୍ୟ ଅଭାବ ଲାଗି ରହିବା କାରଣରୁ ମନେ ମନେ ଅଶାନ୍ତି ଅନୁଭବ କରିବେ।
ସି˚ହ
ସି˚ହ
ପରିବାରରେ ବିଭିନ୍ନ ଯୋଜନା ସମ୍ପର୍କୀୟ ଆଲୋଚନା, ଜମିଜମା କାରବାରରେ ବ୍ୟସ୍ତତା ବଢ଼ିଯିବ। ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ରାଜନୈତିକ ତଥା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।
କନ୍ୟା
ଦିନଟିରେ ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ ନାହିଁ। ସାହାଯ୍ୟ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ଯୁକ୍ତିତର୍କର ଆଶ୍ରୟ ନେବେ। ଶଯ୍ୟାଶାୟୀ ଆତ୍ମୀୟଙ୍କ ଆରୋଗ୍ୟ ପାଇଁ ଚିନ୍ତା ବଢ଼ିପାରେ। ବହୁତ ଦିନର ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ବନ୍ଧୁ ମିଳନ ଅବକାଶରେ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। ସଭାସମିତିରେ ଯୋଗଦେଇ ଲାଭବାନ ହେବେ ଓ ପ୍ରତିଷ୍ଠା ପାଇବେ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।
ବିଛା
ବିଛା
ଦୀର୍ଘଦିନରୁ ବିସ୍ମୃତିଗର୍ଭରେ ବିଲୀନ ହୋଇଯାଇଥିବା କୌଣସି ସ୍ମୃତିଚାରଣ କରି ଅଜଣା ଆବେଗରେ ମନ ଉତ୍‌ଫୁଲ୍ଲିତ ରହିବ। ଜମିଜମା କିମ୍ବା ଗୃହସୀମା ବିବାଦରୁ ମୁକ୍ତି ମିଳିବ। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବାକୁ ପଡ଼ିପାରେ। କର୍ମକ୍ଷେତ୍ରର ପ୍ରତ୍ୟେକ ଘଟଣାଗୁଡ଼ିକୁ ଅସ୍ବାଭାବିକ ମନେ ହୋଇପାରେ।
ଧନୁ
ଧନୁ
ପରିବାର ମଧ୍ୟରେ ଛୋଟ କଥାକୁ କେନ୍ଦ୍ର କରି କଳହ ଆଶଙ୍କା ଦେଖାଦେଇପାରେ। ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଅର୍ଥ ସଂଗ୍ରହ କରିବାରେ ତପତ୍ର ହେବେ। ସାଂଗଠନିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ୍‌ ରୋଗରେ କଷ୍ଟ ପାଇପାରନ୍ତି।
ମକର
ମକର
ଆଜି ଦିନଟିରେ ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ଅବଶ୍ୟମ୍ଭାବୀ। ପ୍ରତ୍ୟୁଷ ଯାତ୍ରା ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ର ମଧ୍ୟ ମନ୍ଦ ହେବନି। ଉତ୍ତରାଷାଢ଼ା ନକ୍ଷତ୍ର ଜାତ ବ୍ୟକ୍ତିମାନଙ୍କର ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ। ବିଶୃଙ୍ଖଳିତ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ।
କୁମ୍ଭ
କୁମ୍ଭ
ଆଜିର ପୂର୍ବାହ୍ନରେ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ଲାଭ କରି ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ। ବିବାଦୀୟ ପରିସ୍ଥିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବାର ଚେଷ୍ଟାକରି ସଫଳ ହେବେ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହୋଇପାରନ୍ତି। ବାଣିଜ୍ୟ ଓ ବ୍ୟବସାୟରେ କିଛିନା କିଛି ସମସ୍ୟା ଅବଶ୍ୟ ପରିଲକ୍ଷିତ ହେବ।
ମୀନମୀନ
ଗତ କିଛିଦିନ ହେଲା ଯେଉଁ ଜିନିଷ ପାଇବାକୁ ଇଚ୍ଛା କରିଛନ୍ତି ତାହା ନିଶ୍ଚିତ ପାଇବେ। ଅପରାହ୍ନରେ ଟେନ୍‌ସନ କମିଯିବ, ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଶିଳ୍ପ, ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ଅଶାନ୍ତିର ସୂଚନା ରହିଛି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri