Posted inRasifala

ରାଶିଫଳ: ଶନିବାର, ନଭେମ୍ବର ୧୩ ତାରିଖ – Daily Horoscope

ମେଷ
ଆଜି ଦୃଢ଼ ପଦକ୍ଷେପ ନେଇ କାମ ହାସଲ କରିବେ। ବନ୍ଧୁଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ଜିଣିବେ ଏବଂ ପାରିବାରିକ ସମସ୍ୟା ସମାଧାନରେ ସଫଳ ହେବେ। ବିଭିନ୍ନ ସୂତ୍ରରୁ ରୋଜଗାର କରି ଆନନ୍ଦ ଲଭିବେ। ଅର୍ଥ, ପ୍ରଶାସନ, ଆଇନ, ସଭା ସମିତି, ଆନୁଷ୍ଠାନିକ କାମ ଓ ବନ୍ଧୁ ମିଳନ ହେତୁକ ଖୁସି ରହିବେ।
ବୃଷ
ବୃଷ
ବନ୍ଧୁବର୍ଗଙ୍କ ସହାୟତାରେ କର୍ମକ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ବ୍ୟବସାୟିକ ସଫଳତା ମିଳିବ ଓ କଳା ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ। ଅଭାବ ନ ଥିଲେ ମଧ୍ୟ ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିବାର ଆଭାସ ମିଳିବ।
ମିଥୁନ
ମିଥୁନ
ପୂର୍ବ ନିର୍ଦ୍ଧାରିତ କୌଣସି ସ୍ଥାନକୁ ଭ୍ରମଣରେ ବାହାରି ପଡ଼ିବେ। ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବ କିନ୍ତୁ ଉଭୟଙ୍କର ସମ୍ପର୍କହାନି ଘଟିବ। ଆତ୍ମୀୟଙ୍କ ଅସହଯୋଗ ସାମୟିକ ସମସ୍ୟା ସୃଷ୍ଟି କରିପାରେ। ଅସୁବିଧାରେ ପଡ଼ି ଅର୍ଥ ନେଇଥିବା ଲୋକଟି ଟଙ୍କା ଦେବାର ନାଁ ଧରିବ ନାହିଁ, ଫଳରେ ଉଚ୍ଚବାଚ ଘଟିବ।
କର୍କଟ
କର୍କଟ
ସହକର୍ମୀଙ୍କ କଥା ଓ କାର୍ଯ୍ୟକୁ ସମ୍ମତି ପ୍ରଦାନ ପରିପ୍ରେକ୍ଷୀରେ କାର୍ଯ୍ୟହାସଲରେ ସମର୍ଥ ହେବେ। ପରିବାର ଭିତରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସାହିତ୍ୟ, ସାମ୍ବାଦିକତା, କଳା, ସଙ୍ଗୀତାଦି କ୍ଷେତ୍ରରୁ ସୁଫଳ ମିଳିବ। ଯେତେ ଅର୍ଥ ପାଇଲେ ମଧ୍ୟ ଅଭାବ ଲାଗି ରହିବା କାରଣରୁ ମନେ ମନେ ଅଶାନ୍ତି ଅନୁଭବ କରିବେ।
ସି˚ହ
ସି˚ହ
ପରିବାରରେ ବିଭିନ୍ନ ଯୋଜନା ସମ୍ପର୍କୀୟ ଆଲୋଚନା, ଜମିଜମା କାରବାରରେ ବ୍ୟସ୍ତତା ବଢ଼ିଯିବ। ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ରାଜନୈତିକ ତଥା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।
କନ୍ୟା
ଦିନଟିରେ ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ ନାହିଁ। ସାହାଯ୍ୟ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ଯୁକ୍ତିତର୍କର ଆଶ୍ରୟ ନେବେ। ଶଯ୍ୟାଶାୟୀ ଆତ୍ମୀୟଙ୍କ ଆରୋଗ୍ୟ ପାଇଁ ଚିନ୍ତା ବଢ଼ିପାରେ। ବହୁତ ଦିନର ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ବନ୍ଧୁ ମିଳନ ଅବକାଶରେ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। ସଭାସମିତିରେ ଯୋଗଦେଇ ଲାଭବାନ ହେବେ ଓ ପ୍ରତିଷ୍ଠା ପାଇବେ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।
ବିଛା
ବିଛା
ଦୀର୍ଘଦିନରୁ ବିସ୍ମୃତିଗର୍ଭରେ ବିଲୀନ ହୋଇଯାଇଥିବା କୌଣସି ସ୍ମୃତିଚାରଣ କରି ଅଜଣା ଆବେଗରେ ମନ ଉତ୍‌ଫୁଲ୍ଲିତ ରହିବ। ଜମିଜମା କିମ୍ବା ଗୃହସୀମା ବିବାଦରୁ ମୁକ୍ତି ମିଳିବ। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବାକୁ ପଡ଼ିପାରେ। କର୍ମକ୍ଷେତ୍ରର ପ୍ରତ୍ୟେକ ଘଟଣାଗୁଡ଼ିକୁ ଅସ୍ବାଭାବିକ ମନେ ହୋଇପାରେ।
ଧନୁ
ଧନୁ
ପରିବାର ମଧ୍ୟରେ ଛୋଟ କଥାକୁ କେନ୍ଦ୍ର କରି କଳହ ଆଶଙ୍କା ଦେଖାଦେଇପାରେ। ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଅର୍ଥ ସଂଗ୍ରହ କରିବାରେ ତପତ୍ର ହେବେ। ସାଂଗଠନିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ୍‌ ରୋଗରେ କଷ୍ଟ ପାଇପାରନ୍ତି।
ମକର
ମକର
ଆଜି ଦିନଟିରେ ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ଅବଶ୍ୟମ୍ଭାବୀ। ପ୍ରତ୍ୟୁଷ ଯାତ୍ରା ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ର ମଧ୍ୟ ମନ୍ଦ ହେବନି। ଉତ୍ତରାଷାଢ଼ା ନକ୍ଷତ୍ର ଜାତ ବ୍ୟକ୍ତିମାନଙ୍କର ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ। ବିଶୃଙ୍ଖଳିତ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ।
କୁମ୍ଭ
କୁମ୍ଭ
ଆଜିର ପୂର୍ବାହ୍ନରେ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ଲାଭ କରି ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ। ବିବାଦୀୟ ପରିସ୍ଥିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବାର ଚେଷ୍ଟାକରି ସଫଳ ହେବେ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହୋଇପାରନ୍ତି। ବାଣିଜ୍ୟ ଓ ବ୍ୟବସାୟରେ କିଛିନା କିଛି ସମସ୍ୟା ଅବଶ୍ୟ ପରିଲକ୍ଷିତ ହେବ।
ମୀନମୀନ
ଗତ କିଛିଦିନ ହେଲା ଯେଉଁ ଜିନିଷ ପାଇବାକୁ ଇଚ୍ଛା କରିଛନ୍ତି ତାହା ନିଶ୍ଚିତ ପାଇବେ। ଅପରାହ୍ନରେ ଟେନ୍‌ସନ କମିଯିବ, ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଶିଳ୍ପ, ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ଅଶାନ୍ତିର ସୂଚନା ରହିଛି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri