Posted inRasifala

ରାଶିଫଳ: ରବିବାର, ନଭେମ୍ବର ୧୩ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ରମଙ୍ଗଳ ଯୋଗ ଏକାଧାରରେ ଶାରୀରିକ, ମାନସିକ ଓ ଆର୍ଥିକ ଦିଗର ପୁଷ୍ଟିସାଧନ କରିବ। ବିବାଦୀୟ ପରିସ୍ଥିତିରେ ଅବୁଝା ବନ୍ଧୁଙ୍କ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟବିକ୍ରୟ କ୍ଷେତ୍ରରେ ସତର୍କତା ଅବଲମ୍ବନ କରିବା ଭଲ। ସାହିତ୍ୟ, ସାମ୍ବାଦିକତା ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ଶୁକ୍ରଙ୍କ ସ୍ବରାଶ୍ୟାବଲୋକନ ହେତୁ ଆନୁଷ୍ଠାନିକ କ୍ଷେତ୍ରରେ ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇବେ। ପ୍ରଶାସନିକ ସ୍ତରରେ, ସଭାସମିତି ଓ ରାଜନୀତି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ସାଧାରଣ କଥାକୁ କେନ୍ଦ୍ରକରି ଭୁଲ୍‌ ବୁଝାମଣାବଶତଃ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ।
ମିଥୁନ
ମିଥୁନ
ଆଜିର ଗ୍ରହଯୋଗ ଆପଣଙ୍କ କାର୍ଯ୍ୟ ପାଇଁ ବିଶେଷ ଅନୁକୂଳ ରହିବ। କୋଣାଧିପତିଙ୍କ ଶଭତ୍ୱଜନିତ ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ କ୍ଷେତ୍ରରେ ସଫଳତା ପାଇବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପ୍ରତାରଣା ପୂର୍ବକ ନିଜ ଲୋକ ହଇରାଣ କରିପାରନ୍ତି ।
କର୍କଟ
କର୍କଟ
ଆଜି କର୍ମକ୍ଷେତ୍ର ଏକାଧିକ ଗ୍ରହଙ୍କ ଦ୍ୱାରା ପ୍ରଭାବିତ ହେଉଥିବାରୁ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଦୂରଯାତ୍ରା, ବ୍ୟବସାୟ ତଥା ଚୁକ୍ତିପତ୍ର ସମ୍ପାଦନାରେ ସଫଳ ହେବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଆନୁଷ୍ଠାନିକ କାମରେ ସହଯୋଗ କରି ଖୁସି ରହିବେ। ପାରିବାରିକ କ୍ଷେତ୍ରରେ ମତାନ୍ତରଜନିତ ମାନସିକ ଶାନ୍ତି ନଷ୍ଟ ହୋଇପାରେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଆପଣ ସୁଧାରିନେବାରେ ସମର୍ଥ ହେବେ। କିନ୍ତୁ ମାଲିମକଦ୍ଦମାର ବିଚାର ବିଳମ୍ବ ହେବାରୁ ମନସ୍ତାପ ବଢ଼ିଯିବ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଅଧିକାଂଶ ସମୟ ବିତିବ। ଶନିଙ୍କ ପ୍ରଭାବରେ ବାଣିଜ୍ୟ ଓ ପରିବହନରେ ଉନ୍ନତ ମାନର ସୁଫଳ ପାଇବେ।
କନ୍ୟା
କର୍ମସ୍ଥ ତୃତୀୟ ଅଷ୍ଟମାଧିପଙ୍କ ଅବସ୍ଥିତି ହେତୁ ପ୍ରତିବନ୍ଧକଜନିତ କୌଣସି କାମ ଶୃଙ୍ଖଳିତ ହେବ ନାହିଁ। ଆର୍ଥିକ ସମସ୍ୟା ବୃଦ୍ଧି କାରଣରୁ ପ୍ରତ୍ୟେକ କାମରେ ନିରୁତ୍ସାହିତ ରହିବେ। ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦର ଅଭାବ ଅନୁଭବ କରିପାରନ୍ତି। ସାମାଜିକ କ୍ଷେତ୍ରରେ ଉଚ୍ଚ ସମ୍ମାନ ମାନସିକ ଶାନ୍ତି ପ୍ରଦାନ କରିବ।
ତୁଳା
ତୁଳା
ରାଶିରେ ପାପଗ୍ରହମାନେ ଅବସ୍ଥାନ କରୁଥିବାରୁ ଆଶା ଓ ଆଶଙ୍କା ମଧ୍ୟରେ ଚଳିବା ହେତୁ ଟେନ୍‌ସନ ଲାଗି ରହିବ। କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇଯିବେ। ଛୋଟ କଥାକୁ କେନ୍ଦ୍ରକରି ମାନସିକ ଅବସାଦରେ ରହିପାରନ୍ତି। ଶିଳ୍ପ, ବ୍ୟବସାୟ ଓ ପରିବହନରେ ଆଂଶିକ ସମସ୍ୟା ସମାଧାନ ହେବ।
ବିଛା
ବିଛା
ବିଭିନ୍ନ କ୍ଷେତ୍ରରେ ଅଧିକ ଆଶା କରି ଯେତିକି ପାଇବା କଥା ସେତିକି ମଧ୍ୟ ହରାଇବେ। ଆବଶ୍ୟକତା ପୂରଣ କରିବା ସକାଶେ ବନ୍ଧୁଙ୍କୁ ଅନୁନୟ ବିନୟ କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ସଫଳତା ମିଳିପାରେ। ଜମିଜମା କିମ୍ବା ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହୋଇପାରନ୍ତି।
ଧନୁ
ଧନୁ
କଠୋର କଥା କହିବା ହେତୁ ପରିବାରରେ କଳହ ଦେଖାଦେଇପାରେ। କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କ୍ରମରେ ଅଫିସ୍‌ କାମରେ ତର୍କବିତର୍କର ସମ୍ଭାବନା ରହିଛି। ରାଜନୀତିରେ, ରଚନାମତ୍କ କାମରେ, କଳା, ସାହିତ୍ୟରେ ପ୍ରଶଂସିତ ହେବେ। ମାଲିମକଦ୍ଦମାରେ ସମାଧାନ ଘଟିବାର ଆଶା ମଉଳି ଯାଇପାରେ।
ମକର
ମକର
ପାରିବାରିକ ଅଶାନ୍ତି ଲାଗିରହିବା କାରଣରୁ ମାନସିକ ଅସ୍ଥିରତା ସୃଷ୍ଟିହେବ। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖାଦେଇଥିବା କାରଣରୁ ମନ ବିଚଳିତ ରହିବ। କିନ୍ତୁ, ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ସରକାରୀ ସ୍ତରରୁ ସୁବିଧା ସୁଯୋଗ ପାଇ କାମ ହାସଲ କରିପାରନ୍ତି।
କୁମ୍ଭ
କୁମ୍ଭ
ଆଜିର କାମ ସମ୍ପନ୍ନ ହେବାରେ ବାଧାବିଘ୍ନର ସମ୍ମୁଖୀନ ହେବାକୁ ପଡିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ। ଦୀର୍ଘ ଦିନରୁ ଲାଗି ରହିଥିବା ରୋଗ ଓ ଋଣ ଦୁଶ୍ଚିନ୍ତାର କାରଣ ହେବ। ଦୂର ସମ୍ପର୍କୀୟଙ୍କଠାରୁ ସୁଖବର ପାଇବେ।
ମୀନମୀନ
ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ନିଶ୍ଚିତ ଭାବରେ ସଫଳତା ପାଇପାରିବେ। ପଡ଼ୋଶୀଙ୍କ ସହ ସମ୍ପର୍କରେ ଉନ୍ନତି ଘଟିବ। ବ୍ୟକ୍ତିମାନଙ୍କ ଦ୍ୱାରା ସମ୍ମାନିତ ହେବେ। ଅର୍ଥ ସମ୍ପର୍କକୁ ନେଇ ବିବାଦଗ୍ରସ୍ତ ହୋଇପାରନ୍ତି। ନିଜ ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ରହିବେ। ନ୍ୟାୟାଳରେ ଥିବା ମାମଲା ସମାଧାନର ଆଶା ଉଜ୍ଜ୍ୱଳ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri