Posted inRasifala

ରାଶିଫଳ: ରବିବାର, ନଭେମ୍ବର ୧୩ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ରମଙ୍ଗଳ ଯୋଗ ଏକାଧାରରେ ଶାରୀରିକ, ମାନସିକ ଓ ଆର୍ଥିକ ଦିଗର ପୁଷ୍ଟିସାଧନ କରିବ। ବିବାଦୀୟ ପରିସ୍ଥିତିରେ ଅବୁଝା ବନ୍ଧୁଙ୍କ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟବିକ୍ରୟ କ୍ଷେତ୍ରରେ ସତର୍କତା ଅବଲମ୍ବନ କରିବା ଭଲ। ସାହିତ୍ୟ, ସାମ୍ବାଦିକତା ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ଶୁକ୍ରଙ୍କ ସ୍ବରାଶ୍ୟାବଲୋକନ ହେତୁ ଆନୁଷ୍ଠାନିକ କ୍ଷେତ୍ରରେ ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇବେ। ପ୍ରଶାସନିକ ସ୍ତରରେ, ସଭାସମିତି ଓ ରାଜନୀତି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ସାଧାରଣ କଥାକୁ କେନ୍ଦ୍ରକରି ଭୁଲ୍‌ ବୁଝାମଣାବଶତଃ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ।
ମିଥୁନ
ମିଥୁନ
ଆଜିର ଗ୍ରହଯୋଗ ଆପଣଙ୍କ କାର୍ଯ୍ୟ ପାଇଁ ବିଶେଷ ଅନୁକୂଳ ରହିବ। କୋଣାଧିପତିଙ୍କ ଶଭତ୍ୱଜନିତ ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ କ୍ଷେତ୍ରରେ ସଫଳତା ପାଇବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପ୍ରତାରଣା ପୂର୍ବକ ନିଜ ଲୋକ ହଇରାଣ କରିପାରନ୍ତି ।
କର୍କଟ
କର୍କଟ
ଆଜି କର୍ମକ୍ଷେତ୍ର ଏକାଧିକ ଗ୍ରହଙ୍କ ଦ୍ୱାରା ପ୍ରଭାବିତ ହେଉଥିବାରୁ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଦୂରଯାତ୍ରା, ବ୍ୟବସାୟ ତଥା ଚୁକ୍ତିପତ୍ର ସମ୍ପାଦନାରେ ସଫଳ ହେବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଆନୁଷ୍ଠାନିକ କାମରେ ସହଯୋଗ କରି ଖୁସି ରହିବେ। ପାରିବାରିକ କ୍ଷେତ୍ରରେ ମତାନ୍ତରଜନିତ ମାନସିକ ଶାନ୍ତି ନଷ୍ଟ ହୋଇପାରେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଆପଣ ସୁଧାରିନେବାରେ ସମର୍ଥ ହେବେ। କିନ୍ତୁ ମାଲିମକଦ୍ଦମାର ବିଚାର ବିଳମ୍ବ ହେବାରୁ ମନସ୍ତାପ ବଢ଼ିଯିବ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଅଧିକାଂଶ ସମୟ ବିତିବ। ଶନିଙ୍କ ପ୍ରଭାବରେ ବାଣିଜ୍ୟ ଓ ପରିବହନରେ ଉନ୍ନତ ମାନର ସୁଫଳ ପାଇବେ।
କନ୍ୟା
କର୍ମସ୍ଥ ତୃତୀୟ ଅଷ୍ଟମାଧିପଙ୍କ ଅବସ୍ଥିତି ହେତୁ ପ୍ରତିବନ୍ଧକଜନିତ କୌଣସି କାମ ଶୃଙ୍ଖଳିତ ହେବ ନାହିଁ। ଆର୍ଥିକ ସମସ୍ୟା ବୃଦ୍ଧି କାରଣରୁ ପ୍ରତ୍ୟେକ କାମରେ ନିରୁତ୍ସାହିତ ରହିବେ। ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦର ଅଭାବ ଅନୁଭବ କରିପାରନ୍ତି। ସାମାଜିକ କ୍ଷେତ୍ରରେ ଉଚ୍ଚ ସମ୍ମାନ ମାନସିକ ଶାନ୍ତି ପ୍ରଦାନ କରିବ।
ତୁଳା
ତୁଳା
ରାଶିରେ ପାପଗ୍ରହମାନେ ଅବସ୍ଥାନ କରୁଥିବାରୁ ଆଶା ଓ ଆଶଙ୍କା ମଧ୍ୟରେ ଚଳିବା ହେତୁ ଟେନ୍‌ସନ ଲାଗି ରହିବ। କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇଯିବେ। ଛୋଟ କଥାକୁ କେନ୍ଦ୍ରକରି ମାନସିକ ଅବସାଦରେ ରହିପାରନ୍ତି। ଶିଳ୍ପ, ବ୍ୟବସାୟ ଓ ପରିବହନରେ ଆଂଶିକ ସମସ୍ୟା ସମାଧାନ ହେବ।
ବିଛା
ବିଛା
ବିଭିନ୍ନ କ୍ଷେତ୍ରରେ ଅଧିକ ଆଶା କରି ଯେତିକି ପାଇବା କଥା ସେତିକି ମଧ୍ୟ ହରାଇବେ। ଆବଶ୍ୟକତା ପୂରଣ କରିବା ସକାଶେ ବନ୍ଧୁଙ୍କୁ ଅନୁନୟ ବିନୟ କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ସଫଳତା ମିଳିପାରେ। ଜମିଜମା କିମ୍ବା ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହୋଇପାରନ୍ତି।
ଧନୁ
ଧନୁ
କଠୋର କଥା କହିବା ହେତୁ ପରିବାରରେ କଳହ ଦେଖାଦେଇପାରେ। କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କ୍ରମରେ ଅଫିସ୍‌ କାମରେ ତର୍କବିତର୍କର ସମ୍ଭାବନା ରହିଛି। ରାଜନୀତିରେ, ରଚନାମତ୍କ କାମରେ, କଳା, ସାହିତ୍ୟରେ ପ୍ରଶଂସିତ ହେବେ। ମାଲିମକଦ୍ଦମାରେ ସମାଧାନ ଘଟିବାର ଆଶା ମଉଳି ଯାଇପାରେ।
ମକର
ମକର
ପାରିବାରିକ ଅଶାନ୍ତି ଲାଗିରହିବା କାରଣରୁ ମାନସିକ ଅସ୍ଥିରତା ସୃଷ୍ଟିହେବ। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖାଦେଇଥିବା କାରଣରୁ ମନ ବିଚଳିତ ରହିବ। କିନ୍ତୁ, ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ସରକାରୀ ସ୍ତରରୁ ସୁବିଧା ସୁଯୋଗ ପାଇ କାମ ହାସଲ କରିପାରନ୍ତି।
କୁମ୍ଭ
କୁମ୍ଭ
ଆଜିର କାମ ସମ୍ପନ୍ନ ହେବାରେ ବାଧାବିଘ୍ନର ସମ୍ମୁଖୀନ ହେବାକୁ ପଡିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ। ଦୀର୍ଘ ଦିନରୁ ଲାଗି ରହିଥିବା ରୋଗ ଓ ଋଣ ଦୁଶ୍ଚିନ୍ତାର କାରଣ ହେବ। ଦୂର ସମ୍ପର୍କୀୟଙ୍କଠାରୁ ସୁଖବର ପାଇବେ।
ମୀନମୀନ
ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ନିଶ୍ଚିତ ଭାବରେ ସଫଳତା ପାଇପାରିବେ। ପଡ଼ୋଶୀଙ୍କ ସହ ସମ୍ପର୍କରେ ଉନ୍ନତି ଘଟିବ। ବ୍ୟକ୍ତିମାନଙ୍କ ଦ୍ୱାରା ସମ୍ମାନିତ ହେବେ। ଅର୍ଥ ସମ୍ପର୍କକୁ ନେଇ ବିବାଦଗ୍ରସ୍ତ ହୋଇପାରନ୍ତି। ନିଜ ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ରହିବେ। ନ୍ୟାୟାଳରେ ଥିବା ମାମଲା ସମାଧାନର ଆଶା ଉଜ୍ଜ୍ୱଳ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର , ଜୁଲାଇ ୬ ତାରିଖ – Daily Horoscope

ମେଷ ଆଜି କେନ୍ଦ୍ରରେ ବୁଧ ଓ ବୃହସ୍ପତିଙ୍କ ଯୋଗୁ କାର୍ଯ୍ୟସିଦ୍ଧି ଓ ବନ୍ଧୁମିଳନ ଘଟିବ। ମନୋରଞ୍ଜନ ଉପକରଣ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ…

ରାଶିଫଳ: ରବିବାର, ଜୁଲାଇ ୫ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର ବନ୍ଧୁମାନଙ୍କ ପରାମର୍ଶକ୍ରମେ ଦୂରଯାତ୍ରା କରିବାକୁ ମନ ବଳାଇବେ। ଗୃହ ମରାମତି, ଭୂମିକ୍ରୟ, ଗାଡ଼ିମୋଟର, ଯାନ୍ତ୍ରିକ ଜିନିଷ କ୍ରୟ କରିପାରନ୍ତି। ଟଙ୍କା ପଇସା…

ରାଶିଫଳ: ଶନିବାର, ଜୁଲାଇ ୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଆଜିର ଭୁଲ୍‍ ନିଷ୍ପତ୍ତି ସମସ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି। ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ ତଥାପି ସକାଳ ସମୟଟି ମାନସିକ ଅସ୍ଥିରତା…

ରାଶିଫଳ: ଶୁକ୍ରବାର, ଜୁଲାଇ ୩ ତାରିଖ – Daily Horoscope

ମେଷ ଆଜି ଦ୍ୱିତୀୟଭାବସ୍ଥ ମଙ୍ଗଳ ଓ କେତୁଙ୍କ ସ୍ଥିତିଜନିତ କଠୋର ବ୍ୟବହାର ସାଙ୍ଗକୁ ବିଚାରଧାରାରେ ବ୍ୟତିକ୍ରମ ରହିପାରେ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। କର୍ମକ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri