Posted inRasifala

ରାଶିଫଳ: ବୁଧବାର, ଅକ୍ଟୋବର ୧୩ ତାରିଖ – Daily Horoscope

ମେଷ
ବିଭିନ୍ନ ସମସ୍ୟା ସଙ୍ଗକୁ ଅଯଥା ଅର୍ଥ ବ୍ୟୟ ମାନସିକ ସ୍ଥିତିକୁ କଳୁଷିତ କରିଦେବ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିବେ। ଦୂରଯାତ୍ରା ପାଇଁ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ରଚନାତ୍ମକ କାମ, ଆନୁଷ୍ଠାନିକ କ୍ଷେତ୍ର ତଥା ସଭାସମିତିରେ ବନ୍ଧୁଙ୍କ ସହ ଆଲୋଚନାରୁ ଆଶ୍ୱସ୍ତି ଲାଭ କରିବେ।
ବୃଷ
ବୃଷ
ଶାରୀରିକ ଅସୁସ୍ଥତା ସଙ୍ଗକୁ ପାରିବାରିକ ଅଶାନ୍ତି ଓ ଅର୍ଥାଭାବର ସାମ୍ନା କରିବାକୁ ପଡ଼ିପାରେ। ଭୁଲ୍‌ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କରେ ତିକ୍ତତା ସୃଷ୍ଟି ସମ୍ଭାବନା ରହିଛି। ଯାନ୍ତ୍ରିକ ଜିନିଷ, ଯାନବାହନ କିମ୍ବା ଗୃହୋପକରଣ କ୍ରୟ କରିପାରନ୍ତି। ପ୍ରଶାସନ, ପ୍ରକାଶନ, ବାଣିଜ୍ୟ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଜିଦ୍‌ରେ ଅଟଳ ରହିବା କାରଣରୁ କଳହ ଲାଗିପାରେ। ଅର୍ଥ ସମ୍ବନ୍ଧୀୟ କଥା, ଚୁକ୍ତିପତ୍ର, ଜମିଜମା, ଆନୁଷ୍ଠାନିକ କାମରେ ସୁଫଳ ପାଇବେ। ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ଭଲ ସମ୍ପର୍କ ରହିଥିବା ବନ୍ଧୁମାନେ ସାହାଯ୍ୟ କରିବେ। ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ। ଫେରିବା ସମୟରେ ପୂର୍ବର ଆନନ୍ଦ ଆଉ ନ ଥିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ଓ ବଦାନ୍ୟତା ଆପଣଙ୍କ ପାରିବାରିକ କ୍ଷେତ୍ରକୁ ବିପଦରେ ପକାଇପାରେ। ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପ୍ରଶାସନ, ସାମ୍ବାଦିକତା ଓ ନିର୍ମାଣ କ୍ଷେତ୍ରରେ ସହଯୋଗ ପାଇ ଖୁସି ହେବେ। ଶିଳ୍ପ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରୁ ସମସ୍ୟା ଦୂର ହୋଇଯିବ।
ସି˚ହ
ସି˚ହ
ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ଅଳ୍ପ ସମୟ ଭିତରେ ଦୂରେଇଯିବ। ସହକର୍ମୀଙ୍କ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ ସାହାଯ୍ୟ କରିବ। ବ୍ୟବସାୟିକ କ୍ଷେତ୍ର ଓ ପ୍ରଶାସନିକ ସ୍ତରରେ ପରିସ୍ଥିତି ସେତେଟା ଭଲ ରହି ନ ପାରେ । ଆକସ୍ମିକ ଭାବରେ ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ।
କନ୍ୟା
ଆଜିର କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରି କାର୍ଯ୍ୟ ହାସଲ କରିବେ। ଗଠନମୂଳକ କିମ୍ବା ସାମୂହିକ କାମରେ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। କାର୍ଯ୍ୟଦକ୍ଷତା ଓ କଥନଶୈଳୀରୁ ପ୍ରଶଂସିତ ହେବେ। ସଭାସମିତିରେ ତଥା ଆଲୋଚନା କ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ।
ତୁଳା
ତୁଳା
ଆତ୍ମୀୟଙ୍କ ସହଯୋଗରୁ ସମାଧାନର ସରଳସୂତ୍ର ବାହାର କରିନେବେ। ଦୀର୍ଘଦିନର ଅଭିଳାଷ ପୂରଣ ହେବ ଓ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ। ଆଜିର ଯାତ୍ରା ଶୁଭପ୍ରଦ ହେବ କିନ୍ତୁ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ମାଲିମକଦ୍ଦମା, ଜମିଜମା ସମସ୍ୟା ସମାଧାନ ଦିଗକୁ ମୁହାଁଇବ।
ବିଛା
ବିଛା
ଅଧିକାଂଶ ସମୟ ମାନସିକ ଅସ୍ଥିରତା କାରଣରୁ କୌଣସି କାମ ଶୃଙ୍ଖଳିତ ରହିବ ନାହିଁ। ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ଓ ସାହାଯ୍ୟ ମଧ୍ୟ କରିବେ।
ଧନୁ
ଧନୁ
ପ୍ରତ୍ୟେକ ସ୍ତରରେ ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ଆଗାମୀ ବୈବାହିକ କର୍ମ ସମ୍ପାଦନ ପାଇଁ ନୂତନ ବନ୍ଧୁ ପ୍ରସ୍ତାବ ସମ୍ପର୍କୀୟ ଆଲୋଚନା କଲେ ଉପକୃତ ହେବେ। ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ହେତୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ । ଦୀର୍ଘଦିନ ପରେ ଆଜି ଶାରୀରିକ ସୁସ୍ଥତା ଫେରିପାଇବେ।
ମକର
ମକର
ବିଭିନ୍ନ ଦିଗରୁ ପ୍ରତିବନ୍ଧକର ସାମନା କରି କାମ ହାସଲ କରିବାକୁ ପଡ଼ିବ। ବନ୍ଧୁଙ୍କ ଆଚରଣ ମନରେ ସଂନ୍ଦେହ ସୃଷ୍ଟି କରିବା ଫଳରେ ସେହି ପ୍ରଭାବରୁ କିଛି ସମସ୍ୟା ମଧ୍ୟ ଆସିବ। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଅଳ୍ପ ସମୟ ମଧ୍ୟରେ ଦୂରେଇ ଯିବ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।
କୁମ୍ଭ
କୁମ୍ଭ
ଅଧିକାଂଶ ସମୟ ଅନ୍ୟମନସ୍କ ରହିବା କାରଣରୁ କିଛିନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ। ଅଭିମାନ କରି ରହିଥିବା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ସରକାରୀ କ୍ଷେତ୍ରରୁ ଆଶା କରିଥିବା କାଗଜପତ୍ର ଲାଭକରି ମନ ଖୁସି ହୋଇଯିବ। ରାଜନୀତି କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।
ମୀନମୀନ
ଆଜି ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସଙ୍ଗକୁ ପ୍ରଶଂସିତ ହୋଇପାରନ୍ତି। ବନ୍ଧୁମାନଙ୍କ ଅନୁରୋଧକୁ ଉପେକ୍ଷା ନ କରି ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ଢଳିପାରେ। ଆର୍ଥିକ ସ୍ବଚ୍ଛଳତା ବଢ଼ିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। ସାମାଜିକ ସ୍ତରରେ ଉନ୍ନତିମୂଳକ କାମ ସକାଶେ ଦିନଟି ବହୁତ ଭଲ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri