Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୧୩ ତାରିଖ – Daily Horoscope

ମେଷ
ବିଭିନ୍ନ ସମସ୍ୟା ସାଙ୍ଗକୁ ଅର୍ଥ ବ୍ୟୟ ମାନସିକ ସ୍ଥିତିକୁ କଳୁଷିତ କରିଦେବ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ କିମ୍ବା ସଭାସମିତିରେ ଯୁକ୍ତିଯୁକ୍ତ କଥା କହି ପ୍ରଶଂସିତ ହେବେ । ରଚନାତ୍ମକ କାମ, ଆନୁଷ୍ଠାନିକ କ୍ଷେତ୍ର, ସଭାସମିତିରେ ବନ୍ଧୁଙ୍କ ସହ ଆଲୋଚନାରୁ ଆଶ୍ୱସ୍ତି ଲାଭ କରିବେ।
ବୃଷ
ବୃଷ
ଶାରୀରିକ ଅସୁସ୍ଥତା ସାଙ୍ଗକୁ ପାରିବାରିକ ଅଶାନ୍ତି ଓ ଅର୍ଥାଭାବର ପରିସ୍ଥିତିକୁ ସାମନା କରିବାକୁ ପଡ଼ିପାରେ। ବନ୍ଧୁମାନେ ସୁଯୋଗକୁ ସ୍ବାର୍ଥ ସାଧନ ଦିଗରେ ଲଗାଇପାରନ୍ତି । ଭୁଲ୍‌ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କ ତିକ୍ତ ହେବାର ସମ୍ଭାବନା ରହିଛି। ଆଜିର ଯାତ୍ରା, ପ୍ରକାଶନ, ବ୍ୟବସାୟ, କଳା କ୍ଷେତ୍ର ମନ୍ଦ ହେବନି।
ମିଥୁନ
ମିଥୁନ
ପ୍ରତ୍ୟେକ ସ୍ତରରେ ଭାବିଚିନ୍ତି କାମ କରିବା ଭଲ। କର୍ମକ୍ଷେତ୍ରରେ ଜିଦ୍‌ରେ ଅଟଳ, ଅଚଳ ରହିବା କାରଣରୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ। ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ଭଲ ସମ୍ପର୍କ ରହିଥିବା ବନ୍ଧୁମାନେ ସାହାଯ୍ୟ କରିବେ। ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ, କିନ୍ତୁ ଫେରିବା ସମୟରେ ପୂର୍ବର ଆନନ୍ଦ ଆଉ ନ ଥିବ ।
କର୍କଟ
କର୍କଟ
ବନ୍ଧୁ ଅର୍ଥଲାଭର ସୁବିଧା କରାଇଲେ ମଧ୍ୟ ପାରିବାରକ କ୍ଷେତ୍ରକୁ ବିପଦସଙ୍କୁଳ କରିପାରନ୍ତି। ସଭା ସମିତିରେ କିମ୍ବା ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପ୍ରକାଶନ, ପ୍ରଶାସନ, ସାମ୍ବାଦିକତା ଓ ନିର୍ମାଣ କ୍ଷେତ୍ରରେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ।
ସି˚ହ
ସି˚ହ
ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ସବୁ କିଛି ପାଣିଫୋଟକା ପରି ମିଳାଇଯିବ। ସହକର୍ମୀଙ୍କ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ ସାହାଯ୍ୟ କରିବ। ବ୍ୟବସାୟିକ କ୍ଷେତ୍ର ଓ ପ୍ରଶାସନିକ ସ୍ତରରେ ପରିସ୍ଥିତି ସେତେଟା ଭଲ ରହି ନ ପାରେ । ଆକସ୍ମିକ ଭାବରେ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ।
କନ୍ୟା
କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରି କାର୍ଯ୍ୟ ହାସଲ କରିବେ। ଗଠନମୂଳକ କିମ୍ବା ସାମୂହିକ କାମରେ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । ଆପଣଙ୍କ କାର୍ଯ୍ୟଦକ୍ଷତା ଓ କଥନଶୈଳୀରୁ ପ୍ରଶଂସିତ ହେବେ। ସଭାସମିତିରେ ତଥା ଆଲୋଚନା କ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ।
ତୁଳା
ତୁଳା
ଆତ୍ମୀୟଙ୍କ ସହଯୋଗରୁ ସମାଧାନର ସୂତ୍ର ବାହାର କରିବାରେ ସମର୍ଥ ହେବେ । ଦୀର୍ଘଦିନର ଅଭିଳାଷ ପୂରଣ ହେବ ଓ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ । ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ମାଲିମକଦ୍ଦମା, ଜମିଜମା ସମସ୍ୟା ସମାଧାନ ଦିଗକୁ ମୁହାଁଇବ।
ବିଛା
ବିଛା
ସତର୍କତା ଅଭାବରୁ ଯାହା ଭାବୁଥିବେ କାମ କରିବା ବେଳକୁ ତାହା ଠିକ୍‌ ଓଲଟା ହୋଇଯିବ। ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଅଫିସରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ବିଭିନ୍ନ ପ୍ରତିବନ୍ଧକ ହେତୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ । ଦୀର୍ଘଦିନ ପରେ ଆଜି ଶାରୀରିକ ସୁସ୍ଥତା ଫେରିପାଇବେ। କୌଣସି ସତ୍ୟତା ନ ଥାଇ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡିପାରନ୍ତି। ମହିଳାମାନଙ୍କ କ୍ଷେତ୍ରରେ ଅର୍ଥ ସଙ୍କଟ ଲାଗିରହିବ ।
ମକର
ମକର
ବିଭିନ୍ନ ଦିଗରୁ ମାନସିକ ଚାପ ଓ ପ୍ରତିବନ୍ଧକର ସାମନା କରି କାମ ହାସଲ କରିବାକୁ ପଡ଼ିବ। ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଅଳ୍ପ ସମୟ ମଧ୍ୟରେ ଦୂରେଇ ଯିବ। ଆପଣ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।
କୁମ୍ଭ
କୁମ୍ଭ
ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛିନା କିଛି ବ୍ୟତିକ୍ରମ ସୃଷ୍ଟି ହେବ। ଅଭିମାନ କରି ରହିଥିବା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ସରକାରୀ କ୍ଷେତ୍ରରୁ କାଗଜପତ୍ର ସମ୍ପର୍କିତ ଶୁଭ ସୂଚନା ପାଇ ଖୁସି ହେବେ। ରାଜନୀତି କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।
ମୀନମୀନ
ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରଶଂସିତ ହୋଇପାରନ୍ତି। ବନ୍ଧୁମାନଙ୍କ ଅନୁରୋଧକୁ ଉପେକ୍ଷା ନ କରି ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ଢଳିପାରେ । ଆର୍ଥିକ ସ୍ବଚ୍ଛଳତା ବଢିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ । ସାମାଜିକ ସ୍ତରରେ ଉନ୍ନତିମୂଳକ କାମ ସକାଶେ ଦିନଟି ବହୁତ ଭଲ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

ରାଶିଫଳ: ଶନିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଟେନସନ୍‍ କିଛି ମାତ୍ରାରେ କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ପାଇପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ…

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

ରାଶିଫଳ: ଗୁରୁବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ ଆଜି ମୁଖଭାବସ୍ଥ ଚନ୍ଦ୍ରଙ୍କ ଯୋଗୁ କୋମଳ ବଚନ ମାଧ୍ୟମରେ ପାରିବାରିକ ଅଶାନ୍ତିକୁ ବଦଳାଇଦେଇ ପାରିବେ। ମଙ୍ଗଳଙ୍କ ଦୁର୍ବଳତା ଯୋଗୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?