Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ
କର୍ମ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ ଏବଂ କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେବେ। ଅବହେଳା କାରଣରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ପ୍ରଶାସନ, ଆଇନ ଅଦାଲତ, ସଭା ସମିତି ଓ ରପ୍ତାନି ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଉପକୃତ ହେବେ।
ବୃଷ
ବୃଷ
ଆଜିର ଜୀବନଯାତ୍ରା ବ୍ୟୟବହୁଳ ହେବା ସାଙ୍ଗକୁ ମାନସିକ ସ୍ଥିତି ଭଲ ରହିନପାରେ। ଗୃହସୀମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମନରେ ଉଦ୍‌ବେଗ ସୃଷ୍ଟି ହେବ। ଅବଶ୍ୟ ରୋହିଣୀ ପାଇଁ ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶ୍ରୁତି ପାଇ ଟେନସନ୍‌ ଦୂର ହେବ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ।
ମିଥୁନ
ମିଥୁନ
ଭୁଲ୍‌ ବୁଝାମଣା କାରଣରୁ ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଶିକ୍ଷା, ପରୀକ୍ଷା, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶା ଅନୁଯାୟୀ ଫଳ ପାଇବେ। କର୍ମକ୍ଷେତ୍ରରେ ଉପର ଅଧିକାରୀମାନେ ଆପଣଙ୍କୁ ପ୍ରଶଂସା କରିପାରନ୍ତି। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
କର୍କଟ
କର୍କଟ
ଆପଣ ଯେତେ ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝିପାରିବେ ନାହିଁ। ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବାରେ ସହକର୍ମୀ ସାହାଯ୍ୟ କରିବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ସଫଳତା ହାସଲ କରିବେ। କିନ୍ତୁ ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
ସି˚ହ
ସି˚ହ
ଆପଣଙ୍କ ଉନ୍ନତିରେ ପଡ଼ୋଶୀ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରିପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଊଣା ନ ହେଲେ ମଧ୍ୟ ମାନସିକ ଶାନ୍ତି ବ୍ୟାହତ ହୋଇପାରେ। ଅଫିସରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବାର ଆଶା ରହିଛି। ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ପ୍ରତିଯୋଗିତା ଲାଗି ରହିବ।
କନ୍ୟା
ଆଜିର କାମ ସାଧନ କରିବାରେ କିଛି ଅସୁବିଧା ହେବ ନାହିଁ। ଆପଣଙ୍କ ମିତ୍ରମାନେ ସୁପରାମର୍ଶ ନ ଦେଇ କିଛି ସମସ୍ୟାମୂଳକ କାମ ପ୍ରତି ପ୍ରଲୋଭିତ କରାଇ ପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ହେବେ। ପାରିବାରିକ ସ୍ତରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।
ତୁଳା
ତୁଳା
ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖାଦେଇପାରେ। ଆଜି ପ୍ରିୟ ବନ୍ଧୁମାନଙ୍କ ସହ ବିଭିନ୍ନ ସ୍ଥାନ ପରିଦର୍ଶନର ମଉକା ଜୁଟିବ। ସ୍ବାସ୍ଥ୍ୟ, ପରିବାର, କର୍ମକ୍ଷେତ୍ର, ଅର୍ଥ ସମ୍ପର୍କୀୟ କଥା ଆଲୋଚନା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ।
ବିଛା
ବିଛା
ଅଟକି ରହିଥିବା କାମଟି ଉପରିସ୍ଥଙ୍କ ସୌଜନ୍ୟରୁ ହୋଇଯିବ। ଦୃଢ଼ ପଦକ୍ଷେପ ନେଇ ବକେୟା ଅର୍ଥକୁ ହାସଲ କରିବାରେ ବନ୍ଧୁ ସାହାଯ୍ୟ କରିବେ। ବ୍ୟବସାୟୀ ମାନଙ୍କ ଆର୍ଥିକ ସ୍ଥିତିରେ ଅବନତି ଆସିପାରେ। କିଣାବିକାରେ ସତର୍କ ନ ରହିଲେ ଠକାମିରେ ପଡ଼ିପାରନ୍ତି। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ବିବ୍ରତ ହୋଇପାରନ୍ତି।
ଧନୁ
ଧନୁ
ସକାଳୁ ସକାଳୁ ଜଣେ ବନ୍ଧୁ ଆସି କୌଣସି ଗୁରୁତ୍ୱପୂର୍ଣ୍ଣ କଥା କହିପାରନ୍ତି। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ବାଧ୍ୟ ହେବେ। ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇପାରନ୍ତି। ପରୋକ୍ଷ ଶତ୍ରୁତା ଯୋଗୁ କର୍ମକ୍ଷେତ୍ର ବିବାଦୀୟ ହୋଇ ଉଠିବାର ଆଶଙ୍କା ରହିଛି।
ମକର
ମକର
ଆଜି ଯାହା କିଛି କରିବେ ସେଥିରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ପୂର୍ବ ଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ ହେବ। ମୁହଁ ଖୋଲିଲେ ପାଖ ପଡ଼ୋଶୀଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସାଧାରଣ ଘଟଣାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ।
କୁମ୍ଭ
କୁମ୍ଭ
ମନୋବଳ ବୃଦ୍ଧି ପାଇବା କାରଣରୁ କର୍ମକ୍ଷେତ୍ରରେ ଅଗ୍ରଗାମୀ ହେବେ। ଶିଳ୍ପ, ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ପରିଲକ୍ଷିତ ହେବ। ପରିବାର ଭିତରେ ବସନ ଭୂଷଣ ପ୍ରଭୃତି କ୍ରୟ କରିବା ନେଇ ସମସ୍ୟା ଦେଖାଦେଇପାରେ। ବନ୍ଧୁଙ୍କ ସହ ପାରସ୍ପରିକ ଅସହଯୋଗ କେତେକ ସାଧାରଣ ସମସ୍ୟା ସୃଷ୍ଟି କରିବ।
ମୀନମୀନ
ସାମାନ୍ୟ ବିଳମ୍ବ ହେଲେ ମଧ୍ୟ ହାତକୁ ନେଇଥିବା କାମ ଅଟକି ରହିବ ନାହିଁ। କର୍ମକ୍ଷେତ୍ରର କେତେକ ଫାଇଲ୍‌ କାମ ସକାଶେ ସମସ୍ୟାରେ ପଡ଼ି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଆନୁଷ୍ଠାନିକ କିମ୍ବା ସାମାଜିକ କାମରେ ଖଟଣି ବଢ଼ିଯିବ । ବ୍ୟବସାୟ, ପରିବହନ ଓ ଯାତ୍ରା, ସୁଫଳ ପାଇବାର ଆଶା ରହିଛି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୯ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ର ଭଲ ରହିବ। ପରିବାରର ଆବଶ୍ୟକତାକୁ ଅନୁଭବକରି ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ବନ୍ଧୁମିଳନରୁ ଖୁସି ରହିବେ। ଦୂରଯାତ୍ରା, ବ୍ୟବସାୟ, ପରିବହନ, ସାହିତ୍ୟ, ସଙ୍ଗୀତାଦି ପ୍ରତି...

ରାଶିଫଳ: ରବିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଶନିବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଗୁରୁବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବୈଷୟିକ ସୁଖ, ସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ...

ରାଶିଫଳ: ବୁଧବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଆଶା ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ମାନସିକ ସୁସ୍ଥତାକୁ ପରିପୁଷ୍ଟ କରିବ। ଥଣ୍ଡାଜନିତ ପୀଡ଼ାନୁଭବ ସାଙ୍ଗକୁ ଧୈର୍ଯ୍ୟହରା, ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର...

ରାଶିଫଳ: ସୋମବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ ଆଜି ବୃହସ୍ପତିଙ୍କ ଦୃଷ୍ଟିରେ ଚନ୍ଦ୍ର ପାରିବାରିକ ସମସ୍ୟାର ଅନ୍ତ ଘଟାଇବ। ବିବାଦର ସମାଧାନ ସଙ୍ଗକୁ ଋଣ ପରିଶୋଧ କରି ଆମତ୍ତୃପ୍ତି ଲାଭ କରିପାରନ୍ତି। ପରିବହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri