Posted inRasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ । ଅବହେଳା କାରଣରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ପ୍ରଶାସନ, ଆଇନ ଅଦାଲତ, ସଭା ସମିତି ଓ ରପ୍ତାନି ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଉପକୃତ ହେବେ। ଜନକଲ୍ୟାଣ ଦିଗରେ ଅଗ୍ରଣୀ ଭୂମିକା ଗ୍ରହଣକରି ସାମାଜିକ ସ୍ତରରେ ପ୍ରଶଂସିତ ହେବେ।
ବୃଷ
ବୃଷ
ଆଜିର ବ୍ୟୟବହୁଳ ଜୀବନଯାତ୍ରା ହେତୁ ମାନସିକ ସ୍ଥିତି ଭଲ ରହି ନ ପାରେ । ରୋହିଣୀ ନକ୍ଷତ୍ର ବନ୍ଧୁଙ୍କ ଠାରୁ ସାହାଯ୍ୟର ପ୍ରତିଶ୍ରୁତି ପାଇ ଟେନ୍‌ସନ ଦୂରହେବ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ। ସାଧାରଣ କଥାକୁ କେନ୍ଦ୍ରକରି ବାଦବିବାଦ ହେତୁ ପରିବାରରେ ଅଶାନ୍ତି ସୃଷ୍ଟି ହୋଇପାରେ।
ମିଥୁନ
ମିଥୁନ
ଭୁଲ୍‌ ବୁଝାମଣା କାରଣରୁ ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ରହିଛି। ଶିକ୍ଷା, ପରୀକ୍ଷା, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶା ଅନୁଯାୟୀ ଫଳ ପାଇବେ। କର୍ମକ୍ଷେତ୍ରରେ ଉପର ଅଧିକାରୀମାନେ ଆପଣଙ୍କୁ ପ୍ରଶଂସା କରିପାରନ୍ତି। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
କର୍କଟ
କର୍କଟ
ଆପଣ ଯେତେ ଭଲ ଚିନ୍ତାକଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝିପାରିବେ ନାହିଁ। ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବାରେ ସହକର୍ମୀ ସାହାଯ୍ୟ କରିବେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ସଫଳତା ହାସଲ କରିବେ। କିନ୍ତୁ ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
ସି˚ହ
ସି˚ହ
ଆପଣଙ୍କ ଉନ୍ନତିରେ ପଡ଼ୋଶୀ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି କରିପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଊଣା ନ ହେଲେ ମଧ୍ୟ ମାନସିକ ଶାନ୍ତି ବ୍ୟାହତ ହୋଇପାରେ। ଅଫିସରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବା ଆଶା ରହିଛି। ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ପ୍ରତିଯୋଗିତା ଲାଗି ରହିବ।
କନ୍ୟା
ଆଜିର କାମ ସାଧନ କରିବାରେ କିଛି ଅସୁବିଧା ହେବ ନାହିଁ। ଆପଣଙ୍କ ମିତ୍ରମାନେ ସୁପରାମର୍ଶ ନ ଦେଇ କିଛି ସମସ୍ୟାମୂଳକ କାମ ପ୍ରତି ପ୍ରଲୋଭିତ କରାଇପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରି ଖୁସି ହେବେ। ପାରିବାରିକ ସ୍ତରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣକରି ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି ।
ତୁଳା
ତୁଳା
ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟା ଦେଖାଦେଇପାରେ। ଆଜି ପ୍ରିୟ ବନ୍ଧୁମାନଙ୍କ ସହ ବିଭିନ୍ନ ସ୍ଥାନ ପରିଦର୍ଶନର ମଉକା ଜୁଟିବ। ସ୍ବ୍ୟାସ୍ଥ୍ୟ, ପରିବାର, କର୍ମକ୍ଷେତ୍ର, ଅର୍ଥ ସମ୍ପର୍କିତ କଥା ଆଲୋଚନା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ।
ବିଛା
ବିଛା
ଅଟକି ରହିଥିବା କାମଟି ଉପରିସ୍ଥଙ୍କ ସୌଜନ୍ୟରୁ ହୋଇଯିବ। ଦୃଢ଼ ପଦକ୍ଷେପ ନେଇ ବକେୟା ଅର୍ଥ ହାସଲ କରିବାରେ ବନ୍ଧୁ ସାହାଯ୍ୟ କରିବେ। ବ୍ୟବସାୟୀଙ୍କ ଆର୍ଥିକ ସ୍ଥିତିରେ ଅବନତି ଆସିପାରେ। କିଣାବିକାରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ବିବ୍ରତ ହୋଇପାରନ୍ତି।
ଧନୁ
ଧନୁ
ସକାଳୁ ସକାଳୁ ଜଣେ ବନ୍ଧୁ ଆସି କୌଣସି ଗୁରୁତ୍ୱପୂର୍ଣ୍ଣ କଥା କହିପାରନ୍ତି। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ବାଧ୍ୟ ହେବେ। ବିଳାସ ଉପକରଣ କ୍ରୟକରିବା ସକାଶେ ଘରୁ ବରାଦ ପାଇପାରନ୍ତି। ପରୋକ୍ଷ ଶତ୍ରୁତା ଯୋଗୁ କର୍ମକ୍ଷେତ୍ର ବିବାଦୀୟ ହୋଇ ଉଠିବା ଆଶଙ୍କା ରହିଛି ।
ମକର
ମକର
ଆଜି ଯାହା କିଛି କରିବେ ସେଥିରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଇପାରେ। ପୂର୍ବ ଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ ହେବ। ମୁହଁ ଖୋଲିଲେ ପାଖ ପଡ଼ୋଶୀଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସାଧାରଣ ଘଟଣାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ।
କୁମ୍ଭ
କୁମ୍ଭ
ମନୋବଳ ବୃଦ୍ଧି ପାଇବା କାରଣରୁ କର୍ମକ୍ଷେତ୍ରରେ ଅଗ୍ରଗାମୀ ହେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ହେବ। ପରିବାର ଭିତରେ ବସନ ଭୂଷଣ ପ୍ରଭୃତି କ୍ରୟ କରିବା ନେଇ ସମସ୍ୟା ଦେଖାଦେଇପାରେ। ବନ୍ଧୁଙ୍କ ସହ ପାରସ୍ପରିକ ଅସହଯୋଗ କେତେକ ସାଧାରଣ ସମସ୍ୟା ସୃଷ୍ଟି କରିବ।
ମୀନମୀନ
ସାମାନ୍ୟ ବିଳମ୍ବ ହେଲେ ମଧ୍ୟ ହାତକୁ ନେଇଥିବା କାମ ଅଟକି ରହିବ ନାହିଁ। କର୍ମକ୍ଷେତ୍ରର କେତେକ ଫାଇଲ୍‌ କାମ ସକାଶେ ଅସୁବିଧାରେ ପଡ଼ି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଆନୁଷ୍ଠାନିକ କିମ୍ବା ସାମାଜିକ କାମରେ ଖଟଣି ବଢ଼ିଯିବ। ବ୍ୟବସାୟ, ପରିବହନ ଓ ଯାତ୍ରାରେ ସୁଫଳ ପାଇବା ଆଶା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri