ଆଜି ସକାଳୁ ସକାଳୁ ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ରହିବ। ଗୁରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର ପରିଶ୍ରମ କାରଣରୁ ଶାରୀରିକ ଅସୁସ୍ଥତା ହେଇପାରେ।
ରାଶି ପ୍ରତି ଅଶୁଭ ଦୃଷ୍ଟି ସାଙ୍ଗକୁ ଶୁକ୍ରଙ୍କ ଦୁର୍ବଳତା ଯୋଗୁ ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ। ବନ୍ଧୁମାନଙ୍କ ସହାନୁଭୂତି ଲାଭକରି ବିବାଦୀୟ ଘଟଣା ଓ ଆର୍ଥିକ ସମସ୍ୟାର ସମାଧାନ କରିବାର ସମ୍ଭାବନା ରହିଛି।
ଧନାଧିପ ଚନ୍ଦ୍ର ସ୍ବଗୃହକୁ ଦେଖୁଥିବାରୁ ଅର୍ଥ ସମ୍ପର୍କୀୟ ସମସ୍ୟାର ସମାଧାନ ହେବ। ଫାଇଦା ହାସଲ ପାଇଁ ବନ୍ଧୁ ମନଲୋଭା କଥାରେ ଆକର୍ଷିତ କରିପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍ବେଗର କାରଣ ହୋଇପାରେ। ବାଣିଜ୍ୟ,ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା କର୍ମକ୍ଷେତ୍ରକୁ ବ୍ୟସ୍ତବହୁଳ କରିବାର ଆଶଙ୍କା ଦେଖାଦେବ।
କର୍ମାଧିପ ମୁଖ ଭାବରେ ଥିବାରୁ କଠୋର ବାକ୍ୟାଳାପ ସମସ୍ୟାକୁ ନିମନ୍ତ୍ରଣ କରିପାରେ। ଆତ୍ମୀୟସ୍ବଜନମାନଙ୍କ ସାହାଯ୍ୟର ପ୍ରତିଶ୍ରୁତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିବ। ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ।
ଦ୍ୱିତୀୟସ୍ଥ ଶୁଭଗ୍ରହ ଜନିତ ଯାତ୍ରା, ବାଣିଜ୍ୟ, ଚେଷ୍ଟା କରୁଥିବା କାମ ଏବଂ ଅର୍ଥ ସମ୍ପର୍କରୁ ଉପକୃତ ହେବେ। ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। କାର୍ଯ୍ୟବ୍ୟସ୍ତ ଯୋଗୁ ମିଶିବାକୁ ଆସିଥିବା ବନ୍ଧୁଙ୍କ ସହ ଆଲୋଚନା କରିବାର ଅବସର ପାଇବେ ନାହିଁ। ବ୍ୟବସାୟିକ କ୍ଷେତ୍ରରେ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି।
ମୁଖଭାବସ୍ଥ ଗ୍ରହ ସମ୍ପର୍କରୁ ଆପଣଙ୍କ ଅପ୍ରିୟ ସତ୍ୟ ଭାଷଣ ପରିସ୍ଥିତିକୁ ସରଗରମ କରିଦେଇପାରେ। ଉଚ୍ଚଶିକ୍ଷା,ସନ୍ତାନଙ୍କ ସମସ୍ୟା,ବନ୍ଧୁସମ୍ପର୍କ ଏବଂ ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ବ୍ୟତିକ୍ରମ ଦେଖା ଦେଇପାରେ। ସାମାଜିକ ସ୍ତରରେ ବନ୍ଧୁମାନଙ୍କ ଦ୍ୱାରା ନିମନ୍ତ୍ରିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନିତ ହୋଇପାରନ୍ତି।
ପ୍ରତ୍ୟେକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା କରନ୍ତୁ ନତୁବା ଅସୁବିଧାରେ ପଡ଼ିପାରନ୍ତି। ଶନି ଦୃଷ୍ଟ ଚନ୍ଦ୍ରଙ୍କ ଯୋଗୁ କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିବେ। କର୍ମକ୍ଷେତ୍ରରେ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବାର ଅନୁଭବ କରିବେ। ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ।
ପାପଗ୍ରହ ଦୃଷ୍ଟ ଚନ୍ଦ୍ରଙ୍କ ଯୋଗୁ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗି ରହିବ। ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମନାନ୍ତର ଦେଖା ଦେଇପାରେ। ଜମିଜମା କାରଣକୁ ନେଇ କୌଣସି ନିକଟ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ।
ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବ ପରି ରହିବା ହେତୁ ଚିନ୍ତା କରିପାରନ୍ତି। ଯାତ୍ରା ସମୟରେ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ହଇରାଣ ହେବେ। ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ସବୁ ସମୟରେ ବିରୋଧ କରୁଥିବା ଲୋକଟି ଆଜି ସାଧାରଣ କଥାକୁ କେନ୍ଦ୍ରକରି କଳହ କରିପାରେ।
ରାଶି ପ୍ରତି ଅଶୁଭଗ୍ରହର ଦୃଷ୍ଟି ନ ଥିବାରୁ ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ। କର୍ମକ୍ଷେତ୍ରରେ ହାତ ପାହାନ୍ତାକୁ ସୁଯୋଗ ଆସିଯିବା ହେତୁ ଅଟକି ରହିଥିବା କାମଗୁଡ଼ିକ ତ୍ୱରାନ୍ବିତ ହେବ। ସାମାଜିକ ସ୍ତରରେ କଳା, କ୍ରୀଡ଼ା,ପ୍ରତିଯୋଗିତାଦି କ୍ଷେତ୍ରରେ କୃତିତ୍ୱ ଯୋଗୁ ପୁରସ୍କୃତ ହୋଇପାରନ୍ତି।
ତୃତୀୟାଧିପ ରାଶିକୁ ଦେଖୁଥିବାରୁ ଆତ୍ମୀୟ ଓ ବନ୍ଧୁମାନଙ୍କ ସାହାଯ୍ୟ ପାଇଁ ଅନୁକୂଳ ପରିବେଶ ସୃଷ୍ଟିହେବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ,ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଆଜି ସଭାସମିତି, ସତ୍ସଙ୍ଗ, ଆଧ୍ୟାତ୍ମିକତା, ରାଜନୀତି,ପ୍ରଶାସନ ପାଇଁ ଭଲ।
ବୁଧଙ୍କ ସ୍ଥାନ ପ୍ରଭାବରେ ପାରିବାରିକ ଜୀବନରେ କୌଣସି ସମସ୍ୟା ଦେଖାଦେଇପାରେ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଉପରିସ୍ଥଙ୍କ ତାଗିଦାରୁ ଅନୁତାପ କରିପାରନ୍ତି। ଅନ୍ୟମାନଙ୍କ କଥାକୁ ଗୁରୁ୍ତ୍ୱ ନ ଦେଇ ଆମତ୍ନିର୍ଭରଶୀଳ ହେବାକୁ ପଡ଼ିପାରେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।
📲 Follow Dharitri – Odisha’s No. 1 Odia Daily 📰✨
Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.
Subscribe to updates
Unsubscribe from updates