Posted inRasifala

ରାଶିଫଳ: ଶନିବାର, ଅଗଷ୍ଟ ୧୪ ତାରିଖ – Daily Horoscope

ମେଷ
ଆଜି ସପ୍ତମସ୍ଥ ଚନ୍ଦ୍ର ହେତୁ ଯାତ୍ରା, ବନ୍ଧୁମିଳନରୁ ଖୁସି ରହିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଆଶାନୁରୂପ ସୁଫଳ ପାଇବେ। ଉପରିସ୍ଥଙ୍କ ଆସ୍ଥାଭାଜନ ହେବା ସଙ୍ଗକୁ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। କଠୋର ପରିଶ୍ରମଜନିତ ଶାରୀରିକ କ୍ଳାନ୍ତି ଅନୁଭବ କରିପାରନ୍ତି।
ବୃଷ
ବୃଷ
ଶୁକ୍ରଙ୍କ ଦୁର୍ବଳତା କାରଣରୁ ସ୍ବାସ୍ଥ୍ୟ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ। ବ୍ୟବସାୟ, ଲେଖାପଢ଼ା ଓ ପ୍ରଶାସନ କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ପ୍ରଦର୍ଶନ କରି ପ୍ରଶଂସିତ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ହଜି ଯିବାର ସମ୍ଭାବନା ରହିଛି।
ମିଥୁନ
ମିଥୁନ
କର୍ମସ୍ଥ ବୃହସ୍ପତି ହେତୁ ଅଟକି ରହିଥିବା କାମଗୁଡିକ ସୁବିଧାରେ ହୋଇଯିବ। କାମ କରିବାର ସ୍ପୃହା ଥିଲେ ମଧ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ କର୍ମମୁଖର ହେବେ। ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପାଇ ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢିଚାଲିବ।
କର୍କଟ
କର୍କଟ
ଚତୁର୍ଥ ଚନ୍ଦ୍ର ଯୋଗୁ ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ସେମିତି କିଛି ହେବନି। ଶିଳ୍ପ, ବ୍ୟବସାୟ, ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ସାମୟିକ ଚିନ୍ତିତ ରହିବେ। ଆକସ୍ମିକ ଭାବେ କାହା ଉପରେ ରାଗି ଅନର୍ଥ ଓ ଶତ୍ରୁତା ସୃଷ୍ଟି କରିବାକୁ ପଡ଼ିପାରେ।
ସି˚ହ
ସି˚ହ
ପରିସ୍ଥିତିର କ୍ରୂର ତାଡନା ସଙ୍ଗକୁ ଆର୍ଥିକ ଅନଟନ ମଧ୍ୟରେ ଅଣନିଃଶ୍ୱାସୀ ହୋଇପାରନ୍ତି। ହଠାତ୍‌ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡିପାରେ। ଦେହ ଭଲ ରହିବ ମାତ୍ର କଠିନ ପରିଶ୍ରମଜନିତ କ୍ଳାନ୍ତିବୋଧ କରିବେ। ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
କନ୍ୟା
ମଙ୍ଗଳଯୁକ୍ତ କର୍ମାଧିପତି ଅପ୍ରୀତିକର ପରିସ୍ଥିତି ସୃଷ୍ଟିର ଆଶଙ୍କା ରହିଛି। ପୂର୍ବ ପ୍ରସ୍ତୁତି ନ ଥାଇ ମଧ୍ୟ ବନ୍ଧୁଙ୍କ ଅନୁରୋଧରେ କୌଣସି କାମ କରିବାକୁ ମନ ବଳାଇବେ। ଖଳ ଲୋକଙ୍କ କଥାରେ ପଡି ଭୁଲ ମାର୍ଗର ଅନୁସରଣ କରି ହଇରାଣ ହେବେ। ହଠାତ୍‌ ଜଣେ ସହକର୍ମୀଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବାର ସମ୍ଭାବନା ରହିଛି।
ତୁଳା
ତୁଳା
ଏକାଦଶଭାବରେ ମଙ୍ଗଳ ରହିଥିବାରୁ ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଜିନିଷ ପାଇ ମନ ଖୁସି ହୋଇଯିବ। କିନ୍ତୁ କର୍ମାଧିପ ପାପଗ୍ରହ ମଧ୍ୟଯୁକ୍ତ ହେତୁ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ପାଇବେ ନାହିଁ। କଳା, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ବିଛା
ବିଛା
ଭାଗ୍ୟଭାବରେ କର୍ମାଧିପତି ରହିଥିବାରୁ ଦୀର୍ଘ ଦିନର ଅଭିଳାଷ ପୂରଣ କାରଣରୁ ମନ ପ୍ରଫୁଲ୍ଲ ରହିବ। ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ କାରଣରୁ ଅନ୍ୟ ଉପରେ ରାଗି ପାରନ୍ତି। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ପରୋକ୍ଷରେ ସମାଲୋଚିତ ହେବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ଆଜି ଦିନଟିରେ ଯାନ ବାହନରେ ସତର୍କତା ରକ୍ଷା କରିବା ଭଲ ହେବ। ପାରସ୍ପରିକ ବୁଝାମଣା ହେତୁ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ। ବନ୍ଧୁମାନଙ୍କ ସାହାଯ୍ୟ ଫଳରେ ବାକି ରହିଥିବା ଟଙ୍କା ପାଇବାରେ ଅସୁବିଧା ହେବ ନାହିଁ।
ମକର
ମକର
ମଙ୍ଗଳଙ୍କ ଦୁର୍ବଳତା କାରଣରୁ ପାରିବାରିକ କ୍ଷେତ୍ରରେ ଅଶାନ୍ତି ବୃଦ୍ଧି କାରଣରୁ ମନରେ ସରସତା ରହିବ ନାହିଁ। ସତର୍କ ନ ରହିଲେ କଳହର ସମ୍ମୁଖୀନ ହୋଇ ପାରନ୍ତି। ଅବଶ୍ୟ ବନ୍ଧୁଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ଏଜେନ୍ସି, ସାହିତ୍ୟଚର୍ଚ୍ଚା, ଲେଖାପଢା ଓ ସାମ୍ବାଦିକତାରେ ପ୍ରଂଶସିତ ହେବାର ସୌଭାଗ୍ୟ ଲାଭ କରିବେ।
କୁମ୍ଭ
କୁମ୍ଭ
ଶୁକ୍ର ଦୁଃସ୍ଥାନସ୍ଥ ଓ ଅଷ୍ଟମସ୍ଥ ହେତୁ ପାରିବାରିକ କ୍ଷେତ୍ରରେ ମତାନ୍ତରଜନିତ ଅଶାନ୍ତି ଉପୁଜିପାରେ। ବିବାଦୀୟ ଘଟଣା କିମ୍ବା କଚେରି ମାମଲାରେ ଆଶାଜନକ ଫଳ ପାଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭ ପାଇବେ। ଆଲୋଚନା କାଳରେ ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ।
ମୀନମୀନ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମ ସମ୍ପନ୍ନ କରିବା କଷ୍ଟକର ହେବ। ବନ୍ଧୁଙ୍କ ନିକଟରୁ ଅର୍ଥ ଓ ସମ୍ମାନ ପାଇବାରେ ଅସୁବିଧା ହେବନାହିଁ। ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri