Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୧୪ ତାରିଖ – Daily Horoscope

ମେଷ
ଏକାଦଶ ଚନ୍ଦ୍ର ପ୍ରଭାବରେ ଆଜି ଯାହା ଚାହୁଁଛନ୍ତି ତାହା ସହଜ ଓ ସୁବିଧାରେ ପାଇଯିବେ। କର୍ମ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଯାତ୍ରା କିମ୍ବା କଠୋର ପରିଶ୍ରମଜନିତ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରି ପାରନ୍ତି। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ।
ବୃଷ
ବୃଷ
ସ୍ବାସ୍ଥ୍ୟ ଖରାପ ନ ଥିଲେ ମଧ୍ୟ ବିଭିନ୍ନ ଘରୋଇ ଝାମେଲା କାରଣରୁ ମନଟା ଭଲ ରହିବ ନାହିଁ। ବାଣିଜ୍ୟ, ଲେଖାପଢ଼ା, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ପ୍ରଦର୍ଶନ କରି ପ୍ରଶଂସିତ ହୋଇପାରନ୍ତି। ଦ୍ୱାଦଶରେ ରାହୁ ଥିବାରୁ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ।
ମିଥୁନ
ମିଥୁନ
ବହୁତ ଦିନରୁ ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ହୋଇଯିବ। କାମ କରିବାର ସ୍ପୃହା ଥିଲେ ମଧ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ସହକର୍ମୀଙ୍କ ସହଯୋଗ ପାଇ ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢ଼ିଚାଲିବ। କର୍ମଭାବରେ ଗୁରୁ ହେତୁ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ଶିଳ୍ପ, ବ୍ୟବସାୟ, ବାଣିଜ୍ୟ, ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ଚିନ୍ତିତ ରହିବେ। ଆକସ୍ମିକ ଭାବେ କାହା ଉପରେ ରାଗି ଅନର୍ଥ ଓ ଶତ୍ରୁତା ସୃଷ୍ଟି ହୋଇପାରେ।
ସି˚ହ
ସି˚ହ
ହଠାତ୍‌ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିପାରେ। ଦେହ ଭଲ ରହିବ, ମାତ୍ର କଠିନ ପରିଶ୍ରମଜନିତ କ୍ଳାନ୍ତି ବୋଧ କରିବେ। ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ମଙ୍ଗଳଙ୍କ ପ୍ରଭାବରୁ କାର୍ଯ୍ୟ ହାସଲରେ ସମର୍ଥ ହେବେ, କିନ୍ତୁ ପାରିବାରିକ ସ୍ଥିତି ପୂର୍ବ ଭଳି ରହିବ।
କନ୍ୟା
କୌଣସି ଖଳ ଲୋକଙ୍କ କଥାରେ ପଡ଼ି ଭୁଲ ମାର୍ଗର ଅନୁସରଣ କରି ହଇରାଣ ହେବାକୁ ପଡିପାରେ। ଲାଭ ଭାବରେ ଶୁକ୍ର ଥିବାରୁ ହଠାତ୍‌ ଜଣେ ସହକର୍ମୀଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ। ବିଦେଶରେ ଥିବା ସନ୍ତାନଙ୍କଠାରୁ ସୁଖର ପାଇବେ।
ତୁଳା
ତୁଳା
ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଜିନିଷ ପାଇ ମନ ଖୁସି ହୋଇଯିବ। କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତାରେ ସାମାନ୍ୟ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ବନ୍ଧୁମାନଙ୍କ ସାହାଯ୍ୟରୁ ଅର୍ଥ ଲାଭ ଓ ବନ୍ଧୁମିଳନ ଅବଶ୍ୟ ଘଟିବ।
ବିଛା
ବିଛା
ଅଭିଳାଷ ପୂରଣ ହେବା କାରଣରୁ ମନ ପ୍ରଫୁଲ୍ଲ ରହିବ। ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହେବା କାରଣରୁ ଅନ୍ୟ ଉପରେ ରାଗି ପାରନ୍ତି। କଳା, ସାହିତ୍ୟ, ପ୍ରକାଶନ, ସାମ୍ବାଦିକତା, ରାଜନୀତି, ସଙ୍ଗଠନ, କ୍ରୀଡ଼ା, ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ। ନିଜ ପରିସରରେ ବନ୍ଧୁଙ୍କ ଦ୍ୱାରା ସଭାରେ ପ୍ରଶଂସିତ ହେବେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ପଡ଼ୋଶୀମାନେ ଈର୍ଷାପରାୟଣ ହୋଇ ସମସ୍ୟା ସୃଷ୍ଟିରେ ସହାୟକ ହୋଇପାରନ୍ତି। ପାରସ୍ପରିକ ବୁଝାମଣା ହେତୁ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ। ବନ୍ଧୁଙ୍କ ପାଖରେ ବାକି ରହିଥିବା ଟଙ୍କା ପାଇବାରେ ଅସୁବିଧା ହେବ ନାହିଁ।
ମକର
ମକର
ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ସରସତା ରହିବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ କରନ୍ତୁ, ନତୁବା ଆକସ୍ମିକ ଭାବେ କଳହର ସମ୍ମୁଖୀନ ହୋଇପାରନ୍ତି। ରପ୍ତାନି କାରବାର, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ। ଦୂର ବନ୍ଧୁ ଆଜି ଆସିପାରନ୍ତି।
କୁମ୍ଭ
କୁମ୍ଭ
ବହୁ ଦିନ ହେଲା ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ, ଆଜି ତାହା ଅତି ସୁବିଧାରେ ପାଇଯିବେ। ହଠାତ୍‌ ଜଣେ ବନ୍ଧୁ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ। ବିବାଦୀୟ ଘଟଣା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଆଲୋଚନା କାଳରେ ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ।
ମୀନମୀନ
ଆଜି ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି କାମ ହାସଲ କରିବେ। ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ। କିନ୍ତୁ ବନ୍ଧୁମାନଙ୍କ ନିକଟରୁ ଅର୍ଥ ଓ ସମ୍ମାନ ପାଇବାରେ କୌଣସି ଅସୁବିଧା ହେବନାହିଁ। ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri