Posted inRasifala

ରାଶିଫଳ: ଗୁରୁବାର ୧୪, ଅଗଷ୍ଟ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଯାତ୍ରା କିମ୍ବା କଠୋର ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି। ମିଠାକଥା କହି ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ପାରିବାରିକ କ୍ଷେତ୍ରରେ କୌଣସି ପରିବର୍ତ୍ତନ ଘଟିବ ନାହିଁ ପୂର୍ବପରି ପରିସ୍ଥିତି ଲାଗିରହିବ।
ବୃଷ
ବୃଷ
କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାରର ଝମେଲା କାରଣରୁ ମନଟା ଭଲ ରହିବ ନାହିଁ। ବ୍ୟବସାୟ, ପରିବହନ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ପ୍ରଦର୍ଶନ କରି ପ୍ରଶଂସିତ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ, ନତୁବା ହଜିଯିବାର ଆଶଙ୍କା ରହିଛି।
ମିଥୁନ
ମିଥୁନ
ବନ୍ଧୁଙ୍କ ସାହାଯ୍ୟରେ ଅଟକି ରହିଥିବା କାମ ସୁବିଧାରେ ହୋଇଯିବ। ପୁରାତନ ରୋଗପୀଡା ସାଙ୍ଗକୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କର୍ମମୁଖର ହେବେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସାହାଯ୍ୟ, ସହଯୋଗ ପାଇ ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢିଚାଲିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେକରୁଛନ୍ତି ସେମିତି କିଛି ହେବନି। ଶିଳ୍ପ, ବ୍ୟବସାୟ ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ଶତ୍ରୁକୃତ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପାରିବାରିକ ଜୀବନ ବୁଝାମଣାରେ କିଛିଟା ବ୍ୟତିକ୍ରମ ଦେଖାଦେବାର ସୂଚନା ରହିଛି। ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ସାମୟିକ ଚିନ୍ତିତ ରହିବେ ।
ସି˚ହ
ସି˚ହ
ଆର୍ଥିକ ଅନଟନ ମଧ୍ୟରେ ଅଣନିଃଶ୍ୱାସୀ ହେବେ। ଦେହ ଭଲ ରହିବ ମାତ୍ର କର୍ମକ୍ଷେତ୍ରରେ କଠିନ ପରିଶ୍ରମଜନିତ କ୍ଳାନ୍ତିବୋଧ କରିବେ। ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ବନ୍ଧୁମାନଙ୍କ ସହ ଆଲୋଚନା ପ୍ରସଙ୍ଗରେ ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ଚକ୍ଷୁଶୂଳ ହୋଇପାରନ୍ତି।
କନ୍ୟା
ବନ୍ଧୁଙ୍କ ଅନୁରୋଧରେ କୌଣସି ନୂଆ କାମଟିଏ କରିବାକୁ ମନ ବଳାଇବେ। ଖଳ ଲୋକଙ୍କ କଥାରେ ପଡି ଭୁଲ୍‌ ମାର୍ଗ ଅନୁସରଣ କରି ହଇରାଣ ହେବେ। ଜଣେ ସହକର୍ମୀଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । ମକଦ୍ଦମା, ତର୍କବିତର୍କ, ସଭାସମିତି, ସଂଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ।
ତୁଳା
ତୁଳା
ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଜିନିଷ ପାଇ ମନ ଖୁସି ହୋଇଯିବ। ବନ୍ଧୁଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବାକୁ ନେଇ ମାନସିକ ସ୍ତରରେ ଖୁସି ରହିବେ। ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ଶିଳ୍ପ, ବାଣିଜ୍ୟ, ରାଜନୀତି, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ ।
ବିଛା
ବିଛା
ଆଜି ଦୀର୍ଘଦିନର ଅଭିଳାଷ ପୂରଣ ହେବାରୁ ମନ ପ୍ରଫୁଲ୍ଲ ରହିବ। ଆଲୋଚନା ପରିସରରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହେବା କାରଣରୁ ଅନ୍ୟ ଉପରେ ରାଗି ପାରନ୍ତି। ସାହିତ୍ୟ, ପ୍ରକାଶନ, ସାମ୍ବାଦିକତା, ରାଜନୀତି, ସଂଗଠନ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ।
ଧନୁ
ଧନୁ
ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି । ବନ୍ଧୁଙ୍କ ଜରିଆରେ ଅର୍ଥ ଓ ସମ୍ମାନ ଲାଭ ହୋଇପାରେ। ଯାନବାହନରେ ଯାତ୍ରା କରିବା ସମୟରେ ଅନ୍ୟମନସ୍କତା ପରିହାର କରିବା ଭଲ ହେବ। ପାରିବାରିକ ସ୍ତରରେ ପାରସ୍ପରିକ ବୁଝାମଣା ହେତୁ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ।
ମକର
ମକର
ପାରିବାରିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ସରସତା ରହିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ ନ କଲେ କଳହର ସମ୍ମୁଖୀନ ହୋଇପାରନ୍ତି। ବନ୍ଧୁ ଓ ପରିଜନଙ୍କ ସହିତ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ସାହିତ୍ୟ, ସାମ୍ବାଦିକତା, ରପ୍ତାନି କାରବାର ତଥା ଏଜେନ୍ସିରୁ ଲାଭବାନ ହେବେ।
କୁମ୍ଭ
କୁମ୍ଭ
ଆପଣଙ୍କୁ ସାହାଯ୍ୟ କରିବାକୁ ଯାଇ ବନ୍ଧୁ ସମସ୍ୟା ସମାଧାନ ସକାଶେ ଚେଷ୍ଟା କରିପାରନ୍ତି। ବିବାଦୀୟ ଘଟଣା କିମ୍ବା କଚେରି ମାମଲାରେ ଆଶାଜନକ ଫଳ ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ବହୁତ ଲାଭ ପାଇବେ। ଆଲୋଚନା କାଳରେ ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ।
ମୀନମୀନ

ପାରିବାରିକ ସ୍ତରରେ ମନ ବୁଝିଲାଭଳି କଥା କହି ପରିସ୍ଥିତିରେ ସାମ୍ୟତା ଆଣିପାରିବେ। ଅଟକି ରହିଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇ ପଡ଼ିବ। ବନ୍ଧୁଙ୍କ ନିକଟରୁ ଅର୍ଥ ଓ ସମ୍ମାନ ପାଇବାରେ ଅସୁବିଧା ହେବନାହିଁ। ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ସଫଳତା ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?