Posted inRasifala

ରାଶିଫଳ: ବୁଧବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର ଓ ବୃହସ୍ପତିଙ୍କ ଷଡ଼ାଷ୍ଟକ ସ୍ଥିତି କାରଣରୁ ଆପଣଙ୍କ କାମରେ ପରିବାରର ସହମତି ମିଳିବ ନାହିଁ। କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ। ବିଳମ୍ବିତ ସମୟରେ ଲକ୍ଷ୍ୟସ୍ଥଳକୁ ଯିବା ସମ୍ଭବ ହୋଇପାରେ।
ବୃଷ
ବୃଷ
ସ୍ଥଗିତ କାମ ସମାପନ ସକାଶେ ସହକର୍ମୀ ସହଯୋଗ କରିବେ। ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ମାତ୍ର ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ନିଜର ସ୍ବାସ୍ଥ୍ୟ ପ୍ରତି ସତର୍କ ରହି କାମ କରିବା ଭଲ ।
ମିଥୁନ
ମିଥୁନ
ରାସ୍ତାରେ କୌଣସି ବ୍ୟକ୍ତିଙ୍କୁ ଅପ୍ରିୟ କଟୁସତ୍ୟ କହି ତିକ୍ତତା ଅର୍ଜନ କରିବେ । ସକାଳୁ ସକାଳୁ ନୂତନ କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ମିଳିବ। ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ । ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିିକ ଜୀବନ ସୁଖ ସନ୍ତୋଷରେ କଟିବ।
କର୍କଟ
କର୍କଟ
ବ୍ୟବହାରରେ ସଂଯମତା ଅଭାବରୁ ଅଯଥା କଳହର ସମ୍ମୁଖୀନ ହେବାକୁ ପଡ଼ିବ। ସଭାସମିତିରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆମତ୍ବିଭୋର ହୋଇପାରନ୍ତି। ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇପାରେ । କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ ।
ସି˚ହ
ସି˚ହ
ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି କାମ କରିପାରନ୍ତି, ମାତ୍ର ଫଳ ପାଇବେ ଓଲଟା। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ସମସ୍ୟାଗୁଡ଼ିକର ସରଳ ସମାଧାନ କରିବାରେ ସଫଳ ହେବେ । ନୂତନ କର୍ମାରମ୍ଭରେ ପରିବାରବର୍ଗଙ୍କ ସହାୟତା ପାଇବେ ଓ ଆନନ୍ଦିତ ହେବେ ।
କନ୍ୟା
ଆଜି ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି। କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଧର୍ମଚର୍ଚ୍ଚା ଦିଗକୁ ମୁହାଁଇପାରନ୍ତି । ଅତିପ୍ରିୟ ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିବେ।
ତୁଳା
ତୁଳା
ବିଭିନ୍ନ ପ୍ରକାରର ଚିନ୍ତା ଓ କଳ୍ପନା କରି କେବଳ ଭାବି ଭାବି ସମୟ କଟାଇବେ। ଗତ କେତେଦିନ ହେଲା ପ୍ରତିଶ୍ରୁତି ଦେଇଥିବା କୌଣସି ବନ୍ଧୁଙ୍କୁ ହଁ କରିପାରିବେନି କିମ୍ବା ନାହିଁ ମଧ୍ୟ କରିପାରିବେନି। ଫେରି ଯାଉଥିବା ବନ୍ଧୁଟି ବାଟରୁ ଲେଉଟି ଆସିବ। ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ, ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ ।
ବିଛା
ବିଛା
ଯାହା ଦୀର୍ଘଦିନ ହେଲା ହୋଇପାରି ନ ଥିଲା ଆଜି ଜଣେ ବନ୍ଧୁଙ୍କ ସାହାଯ୍ୟରୁ ଆକସ୍ମିକ ଭାବରେ ତାହା ହୋଇଯିବ। ପରିବହନ, ଶିଳ୍ପ, ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବାରେ ସମର୍ଥ ହେବେ । ପଡ଼ୋଶୀଙ୍କ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ।
ଧନୁ
ଧନୁ
କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ । ପିଲାଙ୍କ ଶିକ୍ଷା ଓ ଅନ୍ୟାନ୍ୟ ସଫଳତାରେ ଆନନ୍ଦ ଅନୁଭବ କରିବେ। ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇବ । ଆପଣଙ୍କ ଉଦ୍ଦେଶ୍ୟରେ ଗୋପନ କଥାକୁ କେନ୍ଦ୍ରକରି ବନ୍ଧୁ ଗହଣରେ ଟୁପ୍‌ ଟାପ୍‌ କଥା ଶୁଣି ମନରେ ଛନକା ପଶିପାରେ।
ମକର
ମକର
କର୍ମକ୍ଷେତ୍ରରେ ଉପରିସ୍ଥମାନେ କାମହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ଶତ୍ରୁମାନେ ବିଭିନ୍ନ ଝମେଲା ସୃଷ୍ଟି କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢ଼ା ପ୍ରଭୃତିରୁ ସୁଫଳ ପାଇବେ। ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ।
କୁମ୍ଭ
କୁମ୍ଭ
ତର୍କବିତର୍କ କାରଣରୁ ସାଧାରଣ କଥାକୁ କେନ୍ଦ୍ରକରି କଳହ ଲାଗିରହିବ। ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି । ସାହିତ୍ୟ, ସାମ୍ବାଦିକତା, କଳା, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି ।
ମୀନମୀନ
କର୍ମ କ୍ଷେତ୍ରରେ ଉଚ୍ଚ ଅଫିସରଙ୍କ ସହ ସମ୍ପର୍କ ହାନି ଚିନ୍ତାର କାରଣ ହେବ। ରେବତୀ ନକ୍ଷତ୍ର ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପରିସ୍ଥିତି ବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ । ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri