Posted inRasifala

ରାଶିଫଳ: ଶନିବାର, ଜାନୁୟାରୀ ୧୪ ତାରିଖ – Daily Horoscope

ମେଷ
ପ୍ରିୟଜନଙ୍କ ସହ ଧାର୍ମିକ କ୍ଷେତ୍ରକୁ ଯାତ୍ରା ପ୍ରୀତିପ୍ରଦ ରହିବ। ଭଲ ସମ୍ପର୍କ ଥିବା ବନ୍ଧୁଙ୍କୁ ନୂଆ ପରିବେଶରେ ଦେଖି ଖୁସି ହୋଇଯିବେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ଅଥବା କୌଣସି ନୂଆ ଯୋଜନା ସକାଶେ ମନ ବଳାଇବେ। ଆଲୋଚନା ପରିସର କିମ୍ବା ସଭାସମିତିରେ ନିଜ ମତକୁ ପ୍ରାଧାନ୍ୟ ଦେଇ ସମାଲୋଚିତ ହୋଇପାରନ୍ତି।
ବୃଷ
ବୃଷ
ଆପଣ ଯେତେ ଭଲ କାମ କଲେ ମଧ୍ୟ ଘରର ସଦସ୍ୟମାନେ ପୂର୍ଣ୍ଣତଃ ସନ୍ତୁଷ୍ଟ ହୋଇପାରିବେ ନାହିଁ। କର୍ମକ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇ କାମ ହାସଲ କରିବେ। କୌଣସି ଆନୁଷ୍ଠାନିକ କାର୍ଯ୍ୟ କିମ୍ବା ସଭାସମିତିରେ ଯୋଗଦେଇପାରନ୍ତି। ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ।
ମିଥୁନ
ମିଥୁନ
ବନ୍ଧୁଙ୍କ ପରାମର୍ଶରେ ପୂର୍ବ ଯୋଜନା ଅନୁଯାୟୀ କର୍ମରେ ଆଂଶିକ ସଫଳତା ପାଇବେ। ପୁରାତନ ରୋଗର ପୀଡ଼ା କର୍ମକ୍ଷେତ୍ରକୁ ନିରୁତ୍ସାହିତ କରିବ। ବ୍ୟବସାୟ ଓ ପରିବହନ ଲାଗି ଦିନଟି ଭଲ କିନ୍ତୁ ଭୁଲ୍‌ ବୁଝାମଣା ନ ହେଲାଭଳି କାମ କରିବା ଭଲ। ପାରିବାରିକ, ରାଜନୈତିକ, ସାଂସ୍କୃତିକ ଓ ସାମାଜିକ ସ୍ଥିତି ଭଲ ରହିବ।
କର୍କଟ
କର୍କଟ
ସମସ୍ୟା ବିଜଡ଼ିତ ରହୁଥିବାରୁ କର୍ମକ୍ଷେତ୍ରରେ ବିଭିନ୍ନ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ନିଜେ ଅସୁବିଧା ଭିତରେ ଚଳୁଥିଲେ ମଧ୍ୟ ବନ୍ଧୁଙ୍କ କାମରେ ଯଥାସାଧ୍ୟ ସାହାଯ୍ୟ କରିବେ। ସମ୍ପତ୍ତି ବିବାଦ, ବ୍ୟବସାୟ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ନୈରାଶ୍ୟ ହେତୁ ବନ୍ଧୁଟି ଅଭିମାନଭରା କଥା କହି ଦୁଃଖ କରିପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ କିଛି ଆଶ୍ୱସ୍ତିସୂଚକ କଥା ଶୁଣି ମନ ହାଲୁକା ହୋଇଯିବ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜ କାମଟି ଅଟକି ରହିଯିବାର ସୂଚନା ରହିଛି। ଶିଳ୍ପ, ବାଣିଜ୍ୟ ବ୍ୟବସାୟ, ପ୍ରକାଶନ ଓ ପ୍ରଶାସନରେ ଅସୁବିଧା ହେବନି। ଶତ୍ରୁତା କାରଣରୁ ସମ୍ପର୍କୀୟଙ୍କ ଦ୍ୱାରା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
କନ୍ୟା
କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟାରୁ ମାନସିକ ସ୍ଥିରତା ରହିବ ନାହିଁ। ଆଜି ବିବାଦୀୟ କଥା କିମ୍ବା ସମସ୍ୟା ଥିବା ଘଟଣାରେ ମୁଣ୍ଡ ନ ପୂରାଇବା ଭଲ। କୌଣସି କର୍ମଚାରୀ ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ତାହାର ଆପଣଙ୍କ ପ୍ରତି ଥିବା ଭଲ ମନୋଭାବକୁ ବଦଳାଇଦେବ। ବ୍ୟବସାୟ, ପରିବହନରେ ଉନ୍ନତି କରିବେ।
ତୁଳା
ତୁଳା
କୌଣସି ଦୀର୍ଘ ମିଆଦି ଯୋଜନା ଫସର ଫାଟିଯିବ। ଅନ୍ୟମାନଙ୍କ ସକାଶେ ଯେତେ ଭଲ କାମ କଲେ ସୁଦ୍ଧା ଆପଣ ଜମା ପ୍ରଶଂସା ପାଇବା କଷ୍ଟକର ହେବ। ଆଜି ଇଚ୍ଛା ନ ଥିଲେ ମଧ୍ୟ ହଠାତ୍‌ ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି।
ବିଛା
ବିଛା
ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରି ଆଶା ପୂରଣ ଦିଗରେ ଚେଷ୍ଟା କରିପାରନ୍ତି। ସାହିତ୍ୟ, ସଙ୍ଗୀତ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଅବହେଳା କରନ୍ତୁ ନାହିଁ, ନତୁବା ପରେ ଚିନ୍ତା କରିବାକୁ ପଡ଼ିବ। ଯାନବାହନରେ ଯିବା ଆସିବା ସମୟରେ ଜିନିଷପତ୍ର ଅଦଳବଦଳ ହୋଇଯାଇପାରେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ବ୍ୟବସାୟ,ବାଣିଜ୍ୟରେ କ୍ଷତିର ଭରଣା ସକାଶେ ପ୍ରଯତ୍ନ କଲେ ଉପକୃତ ହେବେ। ବିବାଦୀୟ ଘଟଣାରେ ନୀରବ ରହିଯିବା ଏକପ୍ରକାର ଭଲ ହେବ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଭାଇ ଭାଇ ଭିତରେ ଟଣାଓଟରା ଦେଖାଦେଇପାରେ।
ମକର
ମକର
ଆଜି ଯେକୌଣସି ପ୍ରକାରେ ଗୁରୁତ୍ୱପୂର୍ଣ୍ଣ କାମଟି ଶେଷ କରିବାକୁ ବାଧ୍ୟ ହେବେ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି ଓଲଟି ଦୋଷାରୋପ କରିପାରନ୍ତି। ଦୂର ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଭୁଲ୍‌ ବୁଝାମଣା ଯୋଗୁ ପରିବାର ଭିତରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କୁମ୍ଭ
କୁମ୍ଭ
ପାରିବାରିକ ଶୃଙ୍ଖଳା ରକ୍ଷା କରିବାକୁ ଯାଇ ବହୁ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ଆର୍ଥିକ ସ୍ଥିତି ପୂର୍ବପରି ରହି ଦୁଶ୍ଚିନ୍ତାର କାରଣ ପାଲଟିଯିବ। ଶିଳ୍ପ, ବାଣିଜ୍ୟ, ପରିବହନ, ମାଲି ମକଦ୍ଦମା, ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ର ମନ୍ଦ ହେବନି।
ମୀନମୀନ
ଆଜି ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ଅତି ନିକଟରେ ରହୁଥିବା ବନ୍ଧୁ ଦ୍ୱାରା କାମ ହାସଲ କରିବେ। ପିଲାମାନଙ୍କୁ କେନ୍ଦ୍ରକରି ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। କୌଣସି ବନ୍ଧୁ ପ୍ରତିଶ୍ରୁତି ଦେଇ ମଧ୍ୟ ଆସି ନ ପାରନ୍ତି, ଯାହାକି ବିରକ୍ତିର କାରଣ ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୂଚନା ରହିଛି। ଦ୍ୱିଜା ନକ୍ଷତ୍ରର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭଲ ସମ୍ପର୍କ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ରାଶିରେ ଚନ୍ଦ୍ର ଥିବାରୁ ପ୍ରାଥମିକ ଅବସ୍ଥାରେ ସମସ୍ୟା ଓ ପ୍ରତିବନ୍ଧକ ଦେଖା ଦେଲେ ମଧ୍ୟ ପରେ ସବୁ ଠିକ୍‌ ହୋଇଯିବ। ଭୁଲ୍‌ ବୁଝାମଣା ଯୋଗୁ...

ରାଶିଫଳ: ବୁଧବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଗୁରୁଚାନ୍ଦ୍ରୀ ଯୋଗ ହେତୁ ବନ୍ଧୁଙ୍କ ସହ ସମ୍ପର୍କ ସ୍ଥାପନ, ଉନ୍ନତ ମାନର ଆଲୋଚନା, ପାରିବାରିକ ସଦ୍ଭାବ ସବୁ ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri