Posted inRasifala

ରାଶିଫଳ: ରବିବାର, ଜାନୁଆରୀ ୧୪ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ପରିବହନ ବ୍ୟବସାୟରେ ଶିଥିଳତା ଦେଖାଦେବାରୁ ମନ ଭଲ ରହି ନ ପାରେ। ପରିବାର ସକାଶେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିବ। ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ବନ୍ଧୁ ସମ୍ପର୍କ, ଯାତ୍ରା ଓ ଆନୁଷ୍ଠାନିକ କାମରେ ଦକ୍ଷତା ବୃଦ୍ଧି ପାଇବ।
ବୃଷ
ବୃଷ
ସକାଳୁ ସକାଳୁ ଦୀର୍ଘଦିନରୁ ଆଶା କରିଥିବା କାମଟି ଆଜି ହୋଇଯିବ। ଯାତ୍ରା କାଳରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ହାତକୁ ନେଇଥିବା ଅସଂପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରି ଖୁସି ହୋଇପାରନ୍ତି।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ବିବାଦୀୟ ବିଷୟ ନେଇ ଅନ୍ୟମନସ୍କ ରହିପାରନ୍ତି। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିପାରନ୍ତି। କିନ୍ତୁ ଦୀର୍ଘଦିନର ଆଶା ଫଳବତୀ ହେବାରେ କୌଣସି ଅସୁବିଧା ରହିବ ନାହିଁ। ବନ୍ଧୁଙ୍କ ସମ୍ମୁଖରେ ନିଜ ମନର ଭାବକୁ ପ୍ରକାଶ କରିବାରେ ପଛେଇଯିବେ।
କର୍କଟ
କର୍କଟ
ଅନ୍ୟାୟ ବିରୋଧରେ ସ୍ବର ଉଠାଇଲେ ମଧ୍ୟ ନିଜର ଲୋକଙ୍କ ତରଫରୁ ସହଯୋଗ ପାଇବେନି। ବ୍ୟବସାୟରୁ ଲାଭବାନ ହେବେ ଓ କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହେବ। ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାମ କିଛିଦିନ ସକାଶେ ଅଟକି ରହି ଯାଇପାରେ। ଆଲୋଚନା, ଚୁକ୍ତିପତ୍ର କ୍ଷେତ୍ରରେ ସୁଫଳ ପାଇବେ।
ସି˚ହ
ସି˚ହ
ନିଜର ଅବହେଳା ଓ ଅଳସୁଆମି ଯୋଗୁ କେତେକ କାମ ଅଧୁରା ରହିଯାଇପାରେ। କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକ ଶୀଘ୍ର ଶେଷ କରିବାକୁ ମନସ୍ଥ କରିବେ। ବୃଦ୍ଧ ପିତାଙ୍କ ବାଣିଜ୍ୟ, ବ୍ୟବସାୟରେ ବିଶେଷ ଉନ୍ନତି କରିବେ। କୌଣସି ଗୃହ, ଜମିଜମା ସମ୍ପର୍କୀୟ କଥା ସମ୍ପର୍କରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ।
କନ୍ୟା
ଆଜି ଅଟକି ରହିଥିବା କାମଗୁଡ଼ିକୁ ଶୀଘ୍ର ଶେଷ କରିଦେବା ପାଇଁ ଚେଷ୍ଟା କରିବେ। ବିଭିନ୍ନ ପ୍ରକାର କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାନ୍ତ କରି ପାରନ୍ତି। କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ। ଖର୍ଚ୍ଚଭାର ଯୋଗୁ ଚିନ୍ତା ପ୍ରକଟ କରିବେ, କିନ୍ତୁ କୌଣସି ଉପାୟ ପାଇବେ ନାହିଁ।
ତୁଳା
ତୁଳା
ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାଜନିତ ଟେନ୍‌ସନ ଲାଗିରହିବ। ଆଶା କରୁଥିବା ଦିଗରୁ ଅର୍ଥ ପାଇବେ ଓ ଉଚ୍ଚସ୍ତରରୁ ସମ୍ମାନିତ ହେବେ। ଆବଶ୍ୟକତା ପୂରଣ କରିବା ସକାଶେ ପର ପାଖରେ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୋଇପାରନ୍ତି। ନିକଟ ସମ୍ପର୍କୀୟଙ୍କ କାମରେ ଅସନ୍ତୁଷ୍ଟ ରହିବେ।
ବିଛା
ବିଛା
ଆଜିର କାମରେ ଟେନ୍‌ସନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। କାରବାର ବୃଦ୍ଧି ହେତୁ ଆର୍ଥିକ ସ୍ବଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆମତ୍ତୃପ୍ତି ଲାଭ କରିବେ। ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ଶିଳ୍ପ, ବ୍ୟବସାୟ ଓ ପରିବହନ ସକାଶେ କୌଣସି ଅସୁବିଧା ହେବ ନାହିଁ।
ଧନୁ
ଧନୁ
ସଭା ସମିତିରେ ଏପରି କିଛି ପ୍ରସ୍ତାବ ମାନ ଦେବେ ଯାହାକି ବନ୍ଧୁଙ୍କ ମନକୁ ବେଶ୍‌ ପାଇବ। ପ୍ରକାଶନ, ଏଜେନ୍‌ଶିପ୍‌, ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି। ମାତୁଳାଳୟ ବ୍ୟକ୍ତିବିଶେଷ ଚିନ୍ତାର କାରଣ ହୋଇପାରନ୍ତି। ପ୍ରତିଯୋଗିତାରେ ସଫଳତା ପାଇ ପ୍ରଶଂସିତ ହୋଇପାରନ୍ତି।
ମକର
ମକର
ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ। ଆନୁଷ୍ଠାନିକ କାମ, ମାଙ୍ଗଳିକ କାର୍ଯ୍ୟ ଓ ଲେଖାପଢ଼ାରୁ ଶୁଭଫଳ ପାଇବେ। ଛୋଟ ଘଟଣାକୁ ବଡ଼ ଆକାରରେ ଚିନ୍ତା କରି ବୃଥାରେ ସମୟ ଅପଚୟ କରିପାରନ୍ତି। ନିଜର କଥା ରକ୍ଷା କରିବାକୁ ଯାଇ ବନ୍ଧୁମାନଙ୍କ ଅପ୍ରିୟ ଭାଜନ ହେବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ଆଜି ପାରିବାରିକ ଅଶାନ୍ତି ଲାଗି ରହିବା କାରଣରୁ ପାରିବାରିକ ମାନସିକ ସ୍ଥିତି ସେତେଟା ଭଲ ରହିବ ନାହିଁ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।
ମୀନମୀନ

ଆଜି ପରିବାର କଥାନେଇ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ପିତୃ ଅର୍ଜିତ ସମ୍ପତ୍ତିକୁ କେନ୍ଦ୍ରକରି ଭ୍ରାତୃବିବାଦ ସୃଷ୍ଟି ହେବାର ଆଶଙ୍କା ରହିଛି। ଆନୁଷ୍ଠାନିକ କାମରେ ଆତ୍ମୀୟତା ଭିତ୍ତିରେ କାମ କରି ପ୍ରଶଂସିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…

ରାଶିଫଳ: ଗୁରୁବାର, ଜାନୁଆରୀ ୨୯ ତାରିଖ – Daily Horoscope

ମେଷ ଆପଣଙ୍କ ସହ ସବୁସମୟରେ ମିଶୁଥିବା ବନ୍ଧୁମାନେ ମୁହଁ ସାମ୍ନାରେ ମିଠାକଥା କହି ପଛରେ ଓଲଟା କଥା କହିବୁଲିବେ। କର୍ମାରମ୍ଭ ସକାଶେ ବିଜାତୀୟ ବନ୍ଧୁଙ୍କ ସହାୟତାରେ ଅର୍ଥ…

ରାଶିଫଳ: ବୁଧବାର, ଜାନୁଆରୀ ୨୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁ ନକ୍ଷତ୍ରରେ ଅବସ୍ଥାନ କରି ଭୁଲ୍‌ ବୁଝାମଣାରୁ ପାରିବାରିକ କିମ୍ବା ବନ୍ଧୁଙ୍କ ସହ ମନାନ୍ତର ସୃଷ୍ଟି କରିବ। ସମ୍ପର୍କୀୟଙ୍କ ବେପରୁଆ କଥା ମନକୁ…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୭ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ର ଆପଣଙ୍କ ବୈଷୟିକ ଅଭିବୃଦ୍ଧି ସହିତ କୈାଣସି ପ୍ରତିରୋଧ ଆପଣଙ୍କୁ ଅଟକାଇ ପାରିବ ନାହିଁ। ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି।…

ରାଶିଫଳ: ସୋମବାର, ଜାନୁଆରୀ ୨୬ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରସ୍ଥ ଚନ୍ଦ୍ର ଦୈହିକ ଓ ମାନସିକ ସୁସ୍ଥତା ରକ୍ଷା କରିବାରେ ଅସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ ଟେନ୍‍ସନର କାରଣ ହେବ।…

ରାଶିଫଳ: ରବିବାର, ଜାନୁଆରୀ ୨୫ ତାରିଖ – Daily Horoscope

ମେଷ କର୍ମସ୍ଥାନରେ ଉଚ୍ଚସ୍ଥ ମଙ୍ଗଳ ରାଜଯୋଗ ମଧ୍ୟସ୍ଥ ଯୋଗୁ ଆପଣଙ୍କୁ ମର୍ଯ୍ୟାଦାଜନକ ସ୍ଥିତିରେ ଆସୀନ କରାଇପାରେ। ହସଖୁସିରେ ପାରିବାରିକ ଜୀବନ କଟାଇବେ। ଅର୍ଥନୈତିକ ଅଭିବୃଦ୍ଧି , କଥନଶୈଳୀର…

ରାଶିଫଳ: ଶନିବାର, ଜାନୁଆରୀ ୨୪ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ସହିତ ଚନ୍ଦ୍ରଙ୍କ ସଂଯୋଗ ଯୋଗୁ ବନ୍ଧୁ ପରିଜନ ସ୍ନେହ, ଶ୍ରଦ୍ଧା ଆଦର ପାଇ ଦୁଃଖ ଭୁଲିଯିବେ। କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହେବ।…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୩ ତାରିଖ – Daily Horoscope

ମେଷ ଆଜି ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri