Posted inRasifala

ରାଶିଫଳ: ରବିବାର, ଜାନୁଆରୀ ୧୪ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ପରିବହନ ବ୍ୟବସାୟରେ ଶିଥିଳତା ଦେଖାଦେବାରୁ ମନ ଭଲ ରହି ନ ପାରେ। ପରିବାର ସକାଶେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିବ। ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ବନ୍ଧୁ ସମ୍ପର୍କ, ଯାତ୍ରା ଓ ଆନୁଷ୍ଠାନିକ କାମରେ ଦକ୍ଷତା ବୃଦ୍ଧି ପାଇବ।
ବୃଷ
ବୃଷ
ସକାଳୁ ସକାଳୁ ଦୀର୍ଘଦିନରୁ ଆଶା କରିଥିବା କାମଟି ଆଜି ହୋଇଯିବ। ଯାତ୍ରା କାଳରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ହାତକୁ ନେଇଥିବା ଅସଂପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରି ଖୁସି ହୋଇପାରନ୍ତି।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ବିବାଦୀୟ ବିଷୟ ନେଇ ଅନ୍ୟମନସ୍କ ରହିପାରନ୍ତି। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିପାରନ୍ତି। କିନ୍ତୁ ଦୀର୍ଘଦିନର ଆଶା ଫଳବତୀ ହେବାରେ କୌଣସି ଅସୁବିଧା ରହିବ ନାହିଁ। ବନ୍ଧୁଙ୍କ ସମ୍ମୁଖରେ ନିଜ ମନର ଭାବକୁ ପ୍ରକାଶ କରିବାରେ ପଛେଇଯିବେ।
କର୍କଟ
କର୍କଟ
ଅନ୍ୟାୟ ବିରୋଧରେ ସ୍ବର ଉଠାଇଲେ ମଧ୍ୟ ନିଜର ଲୋକଙ୍କ ତରଫରୁ ସହଯୋଗ ପାଇବେନି। ବ୍ୟବସାୟରୁ ଲାଭବାନ ହେବେ ଓ କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହେବ। ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାମ କିଛିଦିନ ସକାଶେ ଅଟକି ରହି ଯାଇପାରେ। ଆଲୋଚନା, ଚୁକ୍ତିପତ୍ର କ୍ଷେତ୍ରରେ ସୁଫଳ ପାଇବେ।
ସି˚ହ
ସି˚ହ
ନିଜର ଅବହେଳା ଓ ଅଳସୁଆମି ଯୋଗୁ କେତେକ କାମ ଅଧୁରା ରହିଯାଇପାରେ। କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକ ଶୀଘ୍ର ଶେଷ କରିବାକୁ ମନସ୍ଥ କରିବେ। ବୃଦ୍ଧ ପିତାଙ୍କ ବାଣିଜ୍ୟ, ବ୍ୟବସାୟରେ ବିଶେଷ ଉନ୍ନତି କରିବେ। କୌଣସି ଗୃହ, ଜମିଜମା ସମ୍ପର୍କୀୟ କଥା ସମ୍ପର୍କରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ।
କନ୍ୟା
ଆଜି ଅଟକି ରହିଥିବା କାମଗୁଡ଼ିକୁ ଶୀଘ୍ର ଶେଷ କରିଦେବା ପାଇଁ ଚେଷ୍ଟା କରିବେ। ବିଭିନ୍ନ ପ୍ରକାର କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାନ୍ତ କରି ପାରନ୍ତି। କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ। ଖର୍ଚ୍ଚଭାର ଯୋଗୁ ଚିନ୍ତା ପ୍ରକଟ କରିବେ, କିନ୍ତୁ କୌଣସି ଉପାୟ ପାଇବେ ନାହିଁ।
ତୁଳା
ତୁଳା
ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାଜନିତ ଟେନ୍‌ସନ ଲାଗିରହିବ। ଆଶା କରୁଥିବା ଦିଗରୁ ଅର୍ଥ ପାଇବେ ଓ ଉଚ୍ଚସ୍ତରରୁ ସମ୍ମାନିତ ହେବେ। ଆବଶ୍ୟକତା ପୂରଣ କରିବା ସକାଶେ ପର ପାଖରେ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୋଇପାରନ୍ତି। ନିକଟ ସମ୍ପର୍କୀୟଙ୍କ କାମରେ ଅସନ୍ତୁଷ୍ଟ ରହିବେ।
ବିଛା
ବିଛା
ଆଜିର କାମରେ ଟେନ୍‌ସନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। କାରବାର ବୃଦ୍ଧି ହେତୁ ଆର୍ଥିକ ସ୍ବଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆମତ୍ତୃପ୍ତି ଲାଭ କରିବେ। ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ଶିଳ୍ପ, ବ୍ୟବସାୟ ଓ ପରିବହନ ସକାଶେ କୌଣସି ଅସୁବିଧା ହେବ ନାହିଁ।
ଧନୁ
ଧନୁ
ସଭା ସମିତିରେ ଏପରି କିଛି ପ୍ରସ୍ତାବ ମାନ ଦେବେ ଯାହାକି ବନ୍ଧୁଙ୍କ ମନକୁ ବେଶ୍‌ ପାଇବ। ପ୍ରକାଶନ, ଏଜେନ୍‌ଶିପ୍‌, ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି। ମାତୁଳାଳୟ ବ୍ୟକ୍ତିବିଶେଷ ଚିନ୍ତାର କାରଣ ହୋଇପାରନ୍ତି। ପ୍ରତିଯୋଗିତାରେ ସଫଳତା ପାଇ ପ୍ରଶଂସିତ ହୋଇପାରନ୍ତି।
ମକର
ମକର
ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ। ଆନୁଷ୍ଠାନିକ କାମ, ମାଙ୍ଗଳିକ କାର୍ଯ୍ୟ ଓ ଲେଖାପଢ଼ାରୁ ଶୁଭଫଳ ପାଇବେ। ଛୋଟ ଘଟଣାକୁ ବଡ଼ ଆକାରରେ ଚିନ୍ତା କରି ବୃଥାରେ ସମୟ ଅପଚୟ କରିପାରନ୍ତି। ନିଜର କଥା ରକ୍ଷା କରିବାକୁ ଯାଇ ବନ୍ଧୁମାନଙ୍କ ଅପ୍ରିୟ ଭାଜନ ହେବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ଆଜି ପାରିବାରିକ ଅଶାନ୍ତି ଲାଗି ରହିବା କାରଣରୁ ପାରିବାରିକ ମାନସିକ ସ୍ଥିତି ସେତେଟା ଭଲ ରହିବ ନାହିଁ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।
ମୀନମୀନ

ଆଜି ପରିବାର କଥାନେଇ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ପିତୃ ଅର୍ଜିତ ସମ୍ପତ୍ତିକୁ କେନ୍ଦ୍ରକରି ଭ୍ରାତୃବିବାଦ ସୃଷ୍ଟି ହେବାର ଆଶଙ୍କା ରହିଛି। ଆନୁଷ୍ଠାନିକ କାମରେ ଆତ୍ମୀୟତା ଭିତ୍ତିରେ କାମ କରି ପ୍ରଶଂସିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri