Posted inRasifala

ରାଶିଫଳ: ବୁଧବାର, ଜୁଲାଇ ୧୪ ତାରିଖ – Daily Horoscope

ମେଷ
ପାରିବାରିକ ପରିସ୍ଥିତି ପୂର୍ବପରି ରହିବା କାରଣରୁ କେତେକାଂଶରେ ଆଶ୍ୱସ୍ତି ଲାଭ କରିବେ। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ, କିନ୍ତୁ ସମସ୍ୟା ଲାଗିରହିବ। ଆଲୋଚନା ପରିସରରେ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡିବ।
ବୃଷ
ବୃଷ
ବିଭିନ୍ନ ସମସ୍ୟା ରହିଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବା ଫଳରେ ମାନସିକ ସ୍ଥିରତା ରହି ନ ପାରେ। ସ୍ବାସ୍ଥ୍ୟ ସମସ୍ୟା ପୂର୍ବପରି ରହିବା କାରଣରୁ ସାମୟିକ ବିଚଳିତ ହୋଇପାରନ୍ତି। ସରଳ ମନ ନେଇ ଅନ୍ୟକୁ ସହଜରେ ବିଶ୍ୱାସ କରି ପ୍ରତାରିତ ହୋଇପାରନ୍ତି।
ମିଥୁନ
ମିଥୁନ
ସମସ୍ୟା ସମାଧାନ ହେବା କାରଣରୁ ମାନସିକ ଶାନ୍ତି ପାଇବେ। ବହୁତ ଦିନରୁ ରହିଯାଇଥିବା ଅପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ। ଆନୁଷ୍ଠାନିକ କିମ୍ବା ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ। ଅଫିସରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ।
କର୍କଟ
କର୍କଟ
କାମ ନ ଅଟକିଲେ ମଧ୍ୟ ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ। ଆର୍ଥିକ ଅନଟନ ଲାଗି ରହିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ। ଆକସ୍ମିକ ଆବଶ୍ୟକତା କାରଣରୁ ବନ୍ଧୁଙ୍କ ନିକଟରୁ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। ଆତ୍ମୀୟମାନେ ସାହାଯ୍ୟର ପ୍ରତିଶ୍ରୁତି ଦେବା ହେତୁ ବ୍ୟବସାୟିକ ଦିଗଟି ଭଲ ରହିବ।
ସି˚ହ
ସି˚ହ
ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରି ମାନସିକ ସ୍ଥିତି ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡି ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝି ପାରିବେନି। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ମନ ଭଲ ରହି ନ ପାରେ। ଈର୍ଷା ଓ ଅସୂୟା ମନୋଭାବ ପୋଷଣକରି ବନ୍ଧୁମାନେ ଅସହଯୋଗ କରି ସମସ୍ୟା ବୃଦ୍ଧି କରି ପାରନ୍ତି।
କନ୍ୟା
ହାତକୁ ନେଇଥିବା ଆଜିର କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଭାଇଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ବ୍ୟବସାୟ, ପରିବହନ, କୃଷି ଓ ବାଣିଜ୍ୟ କଥା ଚିନ୍ତା କରିପାରନ୍ତି।
ତୁଳା
ତୁଳା
ସକାଳୁ ସକାଳୁ ମନ କୌଣସି ଶୁଭ ଖବର ପାଇ ଖୁସି ହୋଇଯିବ। ଆଜି ଦିନ ଭିତରେ ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମ ମୁଖର ହେବେ। ଅଫିସରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନିଜର ଫାଇଦା ହାସଲ ପାଇଁ ପାଖପଡୋଶୀ ଫନ୍ଦିଫିକର ଚଳାଇପାରନ୍ତି।
ବିଛା
ବିଛା
କାର୍ଯ୍ୟହାନି କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବନାହିଁ। ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିବେ। ଅବଶ୍ୟ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ। ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
ଧନୁ
ଧନୁ
ଆଜିର ଯାତ୍ରା, ବାଣିଜ୍ୟ, ବନ୍ଧୁ ମିଳନ, ଅର୍ଥ ସମ୍ପର୍କ ପ୍ରଭୃତିରୁ ସୁଫଳ ପାଇବେ। ସମସ୍ତ କାମ ଠିକ୍‌ଠାକ୍‌ ଭାବେ ଚାଲିବ ଓ କୌଣସି ଅସୁବିଧା ହେବ ନାହିଁ। ନିଜ ଲୋକ ବିଶ୍ୱାସଘାତ କରିପାରନ୍ତି । ନିର୍ମାଣାଧୀନ କାମ, ନୂତନ ଚୁକ୍ତିପତ୍ର, ସଭାସମିତି, ଆନୁଷ୍ଠାନିକ କାମ ସାମାନ୍ୟ ସମସ୍ୟା ମଧ୍ୟରେ ସମ୍ପନ୍ନ ହୋଇପାରେ।
ମକର
ମକର
ନିଜର ଦୂରଦର୍ଶିତା ହେତୁ ପାରିବାରିିକ ଜୀବନ ସୁଖ ସନ୍ତୋଷରେ କଟିବ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। କାର୍ଯ୍ୟସାଧନ ପରିପ୍ରେକ୍ଷୀରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ। ବାରମ୍ବାର ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ।
କୁମ୍ଭ
କୁମ୍ଭ
ହାତକୁ ନେଇଥିବା କାମଗୁଡିକ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ଯୁକ୍ତିତର୍କ ସମୟରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ।
ମୀନମୀନ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। ପରିବାରର ବରାଦ ଅନୁସାରେ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଅନ୍ୟର ଉପକାର କରିଥିଲେ ମଧ୍ୟ ଠିକଣା ସମୟରେ ପ୍ରତିଦାନରେ କିଛି ପାଇବେ ନାହିଁ। କ୍ରୀଡା, କଳା, ସାହିତ୍ୟ, ସଙ୍ଗୀତ ଓ ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri