Posted inRasifala

ରାଶିଫଳ: ଗୁରୁବାର, ଜୁଲାଇ ୧୪ ତାରିଖ – Daily Horoscope

ମେଷ
ପାରିବାରିକ ପରିସ୍ଥିତି ପୂର୍ବପରି ରହିବା କାରଣରୁ କେତେକାଂଶରେ ଆଶ୍ୱସ୍ତି ଲାଭ କରିବେ। ଆଲୋଚନା ପରିସରରେ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ଲକ୍ଷ୍ୟ ହାସଲ କରିବାରେ ବିଭିନ୍ନ ପ୍ରତିବନ୍ଧକର ସାମ୍‌ନା କରିବାକୁ ପଡ଼ିବ।
ବୃଷ
ବୃଷ
ବିଭିନ୍ନ ସମସ୍ୟା ରହିଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ପ୍ରତ୍ୟେକ ଘଟଣାକୁ ସନ୍ଦେହଦୃଷ୍ଟିରେ ଦେଖିବେ,ଫଳରେ ମାନସିକ ସ୍ଥିରତା ରହି ନ ପାରେ। ସ୍ବାସ୍ଥ୍ୟ ସମସ୍ୟା ପୂର୍ବପରି ରହିବା କାରଣରୁ ସାମୟିକ ବିଚଳିତ ହୋଇପାରନ୍ତି। ଆଗପଛ ବିଚାର ନ କରି ଅନ୍ୟକୁ ବିଶ୍ୱାସ କରିବା ଦ୍ୱାରା ପ୍ରତାରିତ ହୋଇପାରନ୍ତି।
ମିଥୁନ
ମିଥୁନ
ଦୀର୍ଘଦିନରୁ ବହୁ ପ୍ରତୀକ୍ଷିତ ଖବରଟି ଅପରାହ୍ନେ ପାଇପାରନ୍ତି। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ପ୍ରଭୃତିରେ ଉନ୍ନତି କରିବେ। ଉଚ୍ଚଶିକ୍ଷା, ସନ୍ତାନଙ୍କ ସମସ୍ୟା, ଜମିଜମା କାରବାର ପ୍ରଭୃତି ବିଭିନ୍ନ ପ୍ରକାର କାମରେ ମନୋନିବେଶ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ଉନ୍ନତି କରିବେ।
କର୍କଟ
କର୍କଟ
କାମ ନ ଅଟକିଲେ ମଧ୍ୟ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ। ଆର୍ଥିକ ଅନଟନ ଲାଗିରହିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ। ବନ୍ଧୁଙ୍କ ନିକଟରୁ ମୂଲ୍ୟବାନ୍‌ ଦ୍ରବ୍ୟ ପାଇପାରନ୍ତି। ଆତ୍ମୀୟମାନେ ସାହାଯ୍ୟର ପ୍ରତିଶ୍ରୁତି ଦେବା ହେତୁ ବ୍ୟବସାୟିକ ଦିଗଟି ଭଲ ରହିବ।
ସି˚ହ
ସି˚ହ
ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରି ମାନସିକ ସ୍ଥିତି ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝିପାରିବେନି। ବନ୍ଧୁମାନେ ଅସହଯୋଗ କରି ସମସ୍ୟା ବୃଦ୍ଧି କରି ପାରନ୍ତି। ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ।
କନ୍ୟା
ବନ୍ଧୁଙ୍କ ସାହାଯ୍ୟରୁ ଆଜିର କାମ ଅତି ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। କାର୍ଯ୍ୟଦକ୍ଷତା ହେତୁ କର୍ମକ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପରିବାରରେ ଭାଇଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। କରଜଦାତାଙ୍କ ଚାପ ବୃଦ୍ଧି ଯୋଗୁ ଅର୍ଥ ସମ୍ପର୍କିତ ଚିନ୍ତାରେ ଚିନ୍ତିତ ରହିବେ।
ତୁଳା
ତୁଳା
ସକାଳୁ ସକାଳୁ କୌଣସି ଶୁଭଖବର ପାଇ ମନ ଖୁସି ହୋଇଯିବ। ଅର୍ଥ ଓ ସମ୍ମାନ ପାଇବେ ଏବଂ ଏହା ସାଙ୍ଗକୁ ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ। ଆଜି ଦିନଟିରେ ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିବ। ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ।
ବିଛା
ବିଛା
ପାରଷ୍ପରିକ ଉତ୍ତମ ବୁଝାମଣା କାରଣରୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ। ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। କଳା, କ୍ରୀଡ଼ା, ସାହିତ୍ୟ ତଥା ସାଂସ୍କୃତିକ କାର୍ଯ୍ୟକ୍ରମରୁ ପ୍ରଶଂସିତ ହୋଇପାରନ୍ତି। ସରକାରୀସ୍ତରରୁ ପଦୋନ୍ନତିର ସୂଚନା ପାଇ ମନ ଖୁସି ହୋଇଯିବ।
ଧନୁ
ଧନୁ
ଆଜିର ଯାତ୍ରା, ବାଣିଜ୍ୟ,ବନ୍ଧୁମିଳନ, ଅର୍ଥସମ୍ପର୍କ ପ୍ରଭୃତିରୁ ସୁଫଳ ପାଇବେ। ସମସ୍ତ କାମ ଠିକ୍‌ଠାକ୍‌ ଚାଲିବ ଓ କୌଣସି ପ୍ରକାର ଅସୁବିଧା ହେବନାହିଁ। ନିର୍ମାଣାଧୀନ କାମ, ନୂତନ ଚୁକ୍ତିପତ୍ର, ସଭାସମିତି, ଆନୁଷ୍ଠାନିକ କାମ ସାମାନ୍ୟ ସମସ୍ୟା ମଧ୍ୟରେ ସମ୍ପନ୍ନ ହୋଇପାରେ। ପରିବହନ ପାଇଁ ବିଶେଷ ଅସୁବିଧା ହେବନାହିଁ।
ମକର
ମକର
ନିଜର ଦୂରଦର୍ଶିତା ହେତୁ ପାରିବାରିିକ ଜୀବନ ସୁଖ ସନ୍ତୋଷରେ କଟିବ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ବାରମ୍ବାର ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡ଼ିବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ହାତକୁ ନେଇଥିବା କାମଗୁଡ଼ିକ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ପଡ଼ୋଶୀଙ୍କଠାରୁ ଶୁଭଖବର ପାଇ ଖୁସି ହେବେ। ପିଲାମାନଙ୍କ ପଢ଼ାସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ପରିବାରରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି।
ମୀନମୀନ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଅନ୍ୟର ଉପକାର ଚିନ୍ତା କରି ପ୍ରତିଦାନରେ କିଛି ପାଇବେ ନାହିଁ। କଳା, କ୍ରୀଡ଼ା, ସଙ୍ଗୀତ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri