Posted inRasifala

ରାଶିଫଳ: ଶୁକ୍ରବାର, ଜୁଲାଇ ୧୪ ତାରିଖ – Daily Horoscope

ମେଷ
ଆଜି ଯାହା କରିବା କଥା ସକାଳୁ ସକାଳୁ ଶୀଘ୍ର ଶେଷ କରିବା ଭଲ ହେବ। କୃତ୍ତିକା ନକ୍ଷତ୍ର କର୍ମକ୍ଷେତ୍ରର କୌଣସି ସମସ୍ୟା ଭିତରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜି ପ୍ରତ୍ୟୁଷ ଯାତ୍ରାରୁ ସୁଫଳ ପାଇବେ ଏବଂ ଅଭିଳଷିତ ଜିନିଷ ପାଇପାରନ୍ତି। ଶିଳ୍ପ, ପରିବହନ, ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ।
ବୃଷ
ବୃଷ
ନିଜ ଚତୁଃପାର୍ଶ୍ୱରେ ରହୁଥିବା ବ୍ୟକ୍ତିବିଶେଷଙ୍କ ସାହାଯ୍ୟ ଲାଭକରି ଆଶ୍ୱସ୍ତି ଅନୁଭବ କରିବେ। ଚେଷ୍ଟା କରୁଥିବା କାମଟି ହାସଲ କରିବା ସକାଶେ କଠିନ ଶ୍ରମ କରିବାକୁ ପଡ଼ିବ। ରପ୍ତାନି ବାଣିଜ୍ୟ ତଥା ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କିନ୍ତୁ ମୃଗଶିରା ନକ୍ଷତ୍ର ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ।
ମିଥୁନ
ମିଥୁନ
ଭୁଲ୍‌ବଶତଃ ସ୍ଥଗିତ କାମ ପାଇଁ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ। କୌଣସି ବନ୍ଧୁଙ୍କ ସାହାଯ୍ୟରୁ ଜଟିଳ ପରିସ୍ଥିତିକୁ ସ୍ବାଭାବିକ କରିପାରନ୍ତି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ଆରଦ୍ରା ନକ୍ଷତ୍ରର ଗୃହସଜ୍ଜା ପ୍ରତି ଆଗ୍ରହ ବଢ଼ିପାରେ।
କର୍କଟ
କର୍କଟ
ସମସ୍ୟାଗୁଡ଼ିକ ସୁପ୍ତ ଅବସ୍ଥାରେ ରହିଯିବ, କିନ୍ତୁ ଉନ୍ନତିମୂଳକ କାମ ଗତାନୁଗତିକ ରୀତିରେ ଗଡ଼ିଚାଲିବ। ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ଅଶ୍ଳେଷା ନକ୍ଷତ୍ର ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ପାରିବାରିକ ସମସ୍ୟାର ସମାଧାନ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିପାରନ୍ତି।
ସି˚ହ
ସି˚ହ
ଆଗଭଳି ସମସ୍ୟା ଉତ୍କଟ ନ ହେଲେ ମଧ୍ୟ ସମ୍ପୂର୍ଣ୍ଣ ଟେନ୍‌ସନ ମୁକ୍ତ ହୋଇପାରିବେ ନାହିଁ। ଇଚ୍ଛା ଥିଲେ ମଧ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ। ଅଭାବ ଓ ଅସୁବିଧା ପ୍ରଭୃତିରେ ମନର ଆବେଗିକ କଥାକୁ ସହକର୍ମୀଟି ବୁଝିପାରିବ ନାହିଁ। ମଘା ନକ୍ଷତ୍ର ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି।
କନ୍ୟା
କର୍ମକ୍ଷେତ୍ରରେ କଠିନ ପରିଶ୍ରମ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଉତ୍ତରାଫାଲ୍‌ଗୁନୀ ନକ୍ଷତ୍ର କିନ୍ତୁ ବନ୍ଧୁଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। ବ୍ୟବସାୟିକ କ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ପାଇବାରେ ସମର୍ଥ ହେବେ। ପାରିବାରିକ ସ୍ଥିତି ପୂର୍ବ ପରି ରହିବା ହେତୁ ଖୁସି ରହିବେ।
ତୁଳା
ତୁଳା
ପାରସ୍ପରିକ ଉତ୍ତମ ବୁଝାମଣା ହେତୁ ପରିବାରରେ ସୁଖ ଶାନ୍ତି ରାଜୁତିକରିବ। କର୍ମକ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ସହକର୍ମୀଙ୍କ ସହ ବଚସା କାରଣରୁ ମତ ପାର୍ଥକ୍ୟ ଦେଖାଦେଇପାରେ। ସ୍ବାତୀ ନକ୍ଷତ୍ର ସାଧାରଣ କଥାରେ ଆମତ୍ୀୟସ୍ବଜନ ମୁହଁ ଫେରାଇ ନେଇପାରନ୍ତି।
ବିଛା
ବିଛା
ପରିସ୍ଥିତି ବିଗିଡ଼ିଯାଉଥିବା କାରଣରୁ ବାରମ୍ବାର ମତ ପରିବର୍ତ୍ତନ କରିବାକୁ ବାଧ୍ୟ ହେବେ। ଜ୍ୟେଷ୍ଠା ନକ୍ଷତ୍ର ଆଲୋଚନା ପରିସରରେ ସାହସିକତା ପ୍ରଦର୍ଶନକରି ପ୍ରଶଂସିତ ହେବେ। ସାହିତ୍ୟ, ସଙ୍ଗୀତ ଓ ଆନୁଷ୍ଠାନିକ କାମରେ ସମସ୍ୟା ସମାଧାନ ହେବ। ଅନୁରାଧା ନକ୍ଷତ୍ର ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିଙ୍କ କ୍ଷେତ୍ରରୁ ଉପକୃତ ହେବେ।
ଧନୁ
ଧନୁ
ପାରିବାରିକ ସ୍ତରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ନିଜର ଲୋକଟି ଦୂରେଇ ରହିପାରେ। କର୍ମହାନିଜନିତ ପ୍ରତିଟି କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। ଅଜଣା ଲୋକଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ମୂଳା ନକ୍ଷତ୍ର କୌଣସି ସୂତ୍ରରୁ ପାଇବାକୁ ଥିବା ବକେୟା ଅର୍ଥ ଆଦାୟ କରିବେ।
ମକର
ମକର
ଦୀର୍ଘଦିନରୁ ଅଟକି ରହିଥିବା କୌଣସି କାର୍ଯ୍ୟ ଆଜି ଆରମ୍ଭ କରିବାକୁ ସ୍ଥିର କରିପାରନ୍ତି। ବିବାଦୀୟ ଘଟଣା ପରିପ୍ରେକ୍ଷୀରେ ଅପ୍ରୀତିକର ଘଟଣାର ଦିଗ ପରିବର୍ତ୍ତନ ହୋଇପାରେ। ଶ୍ରବଣା ନକ୍ଷତ୍ର ସକାଶେ ବନ୍ଧୁ ଦୂରେଇରହିବା ହେତୁ ମନସ୍ତାପ ବଢ଼ିବ। ବ୍ୟବସାୟ, ଯୋଗାଯୋଗ, ପରିବହନ କ୍ଷେତ୍ରରେ ସଫଳତା ହାସଲ କରିବେ।
କୁମ୍ଭ
କୁମ୍ଭ
ବନ୍ଧୁମାନଙ୍କ ସାହାଯ୍ୟ ଲାଭକରି ଅକସ୍ମାତ୍‌ ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହୋଇପାରେ। ଶତଭିଷା ନକ୍ଷତ୍ର ଆଜି ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ। ଅବଶ୍ୟ ପରିସ୍ଥିତିକୁ ହୃଦୟଙ୍ଗମ କରି ପାଖ ପଡ଼ୋଶୀମାନେ ସହାନୁଭୂତି ପ୍ରଦର୍ଶନ କରିପାରନ୍ତି। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
ମୀନମୀନ

ପ୍ରତ୍ୟେକ କ୍ଷେତ୍ରରେ ଦେଖିଚାହିଁ କାମ ନ କଲେ ପରିସ୍ଥିତି ଜଟିଳତା ଆଡ଼କୁ ଗତି କରିପାରେ। ପରିବାରରେ ନୀରବଦ୍ରଷ୍ଟା ଭଳି କାମକରି ଅନୁତପ୍ତ ହୋଇପାରନ୍ତି। ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ। ଆନୁଷ୍ଠାନିକ କାମରେ ନିଜକୁ ନିୟୋଜିତ କରିବା ସୁଯୋଗ ପାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୬ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ଦୃଷ୍ଟିରେ ଚନ୍ଦ୍ର ଥିବାରୁ ଉଦାସ ରହିପାରନ୍ତି ଏବଂ କାମ ସକାଶେ ନିରୁତ୍ସାହିତ ରହିବେ। ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ସମ୍ପର୍କିତ ଆଲୋଚନା କରିପାରନ୍ତି। କିନ୍ତୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୫ ତାରିଖ – Daily Horoscope

ମେଷ  ଆଜି ଉତ୍ତରାଫାଲଗୁନୀ ନକ୍ଷତ୍ରରେ ଚନ୍ଦ୍ର କର୍ମଜଞ୍ଜାଳଜନିତ ବ୍ୟସ୍ତତା ବୃଦ୍ଧି କରାଇପାରନ୍ତି। ସ୍ବାସ୍ଥ୍ୟୋନ୍ନତି ଓ କାର୍ଯ୍ୟସିଦ୍ଧିରୁ ଯେତିକି ଖୁସି ହେବେ ଭ୍ରାତୃବିବାଦ ଓ ବନ୍ଧୁସମ୍ପର୍କହାନିରୁ ସେତିକି ଦୁଃଖୀ…

ରାଶିଫଳ: ବୁଧବାର, ଫେବୃଆରୀ ୪ ତାରିଖ – Daily Horoscope

ମେଷ ଚତୁଃଗ୍ରହ କର୍ମସ୍ଥାନରେ କାର୍ଯ୍ୟସିଦ୍ଧି, ଅର୍ଥ ଓ ସମ୍ମାନ ଲାଭ କରାଇବେ। କିନ୍ତୁ ନିକିତି ତଉଲ ପରି ପାରିବାରିକ ଜୀବନର ପଲା ନିମ୍ନାଭିମୁଖୀ ହେତୁ ମନାନ୍ତର ଓ…

ରାଶିଫଳ: ମଙ୍ଗଳବାର , ଫେବୃଆରୀ ୩ ତାରିଖ – Daily Horoscope

ମେଷ କେତୁଯୁକ୍ତ ଚନ୍ଦ୍ର କୋଣଭାବସ୍ଥ ଯୋଗୁ କର୍ମକ୍ଷେତ୍ରରେ ଟେନ୍‍ସନ ଲାଗି ରହିବ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା…

ରାଶିଫଳ: ସୋମବାର , ଫେବୃଆରୀ ୨ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଦ୍ୱିଜା ନକ୍ଷତ୍ର ସମସ୍ତ ସମସ୍ୟାକୁ ପ୍ରତିହତ କରିବାରେ ସମର୍ଥ ହେବେ। ନିଜ ଲୋକ ବିରୁଦ୍ଧାଚରଣ କରିପାରନ୍ତି। ଯାନବାହନ, ହୋଟେଲଶିଳ୍ପ, ଛୋଟ ଦୋକାନ, ଆନୁଷ୍ଠାନିକ…

ରାଶିଫଳ: ରବିବାର, ଫେବୃଆରୀ ୧ ତାରିଖ – Daily Horoscope

ମେଷ ଆଜି ପୁଷ୍ୟା ନକ୍ଷତ୍ରରେ ଚନ୍ଦ୍ର ପରିବାର ଓ କର୍ମକ୍ଷେତ୍ରର ସ୍ଥିତିକୁ କେନ୍ଦ୍ର କରି ଭାବପ୍ରବଣ କରାଇବ। ସାମାଜିକ ସ୍ତରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ…

ରାଶିଫଳ: ଶନିବାର, ଜାନୁଆରୀ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହଚକ୍ରର ଅନୁକୂଳତା କର୍ମକ୍ଷେତ୍ର, ପାରିବାରିକ ଏବଂ ସାମାଜିକ ଦିଗକୁ ଋଦ୍ଧିମନ୍ତ କରିବ। ଶିଳ୍ପ, ନିର୍ମାଣ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ। ଆନୁଷ୍ଠାନିକ କାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri