Posted inRasifala

ରାଶିଫଳ: ସୋମବାର, ଜୁଲାଇ ୧୪ ତାରିଖ – Daily Horoscope

ମେଷ
ଆଜି ଦୈହିକ ସ୍ବାସ୍ଥ୍ୟରେ ଉନ୍ନତି ଓ ଅର୍ଥନୈତିକ ଅଭିବୃଦ୍ଧି ମନକୁ ଖୁସି ରଖିବ। ଯାତ୍ରା ପ୍ରୀତିପ୍ରଦ ରହିବା ସହ ବାଣିଜ୍ୟ, ବ୍ୟବସାୟ, ସାହିତ୍ୟ କ୍ଷେତ୍ରରେ ମଧ୍ୟ ସୁନାମ ଅର୍ଜନ କରିବେ । କର୍ମକ୍ଷେତ୍ରରେ କାମ ହାସଲର ଅନୁକୂଳ ସୂଚନା ପାଇ ମନ ହାଲୁକା ହୋଇଯିବ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି।
ବୃଷ
ବୃଷ
ବନ୍ଧୁଙ୍କ ସାହାଯ୍ୟ ଲାଭକରି ଚେଷ୍ଟା କରୁଥିବା କାମଟିକୁ ପୂର୍ଣ୍ଣାଙ୍ଗ କରିବାରେ ସଫଳ ହେବେ। ଅର୍ଥାଭାବର ସାମ୍ନା କରିବାକୁ ପଡ଼ିପାରେ। ଭୁଲ୍‌ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବାର ସମ୍ଭାବନା ରହିଛି। ହୋଟେଲ, ରେଷ୍ଟୁରାଣ୍ଟ, ଯାନ୍ତ୍ରିକ ଜିନିଷ, ଯାନବାହନ କିମ୍ବା ଗୃହୋପକରଣ କ୍ରୟ କରିପାରନ୍ତି।
ମିଥୁନ
ମିଥୁନ
ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତାରେ ଅନ୍ୟମାନଙ୍କୁ ପାଖେଇ ଆଣିବାରେ ସମର୍ଥ ହେବେ। ଆନୁଷ୍ଠାନିକ କାମରେ କେତେକ ବ୍ୟତିକ୍ରମକୁ ଦେଖି ମାନସିକ ଆଘାତ ପାଇପାରନ୍ତି। ଅଫିସିଆଲି ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ମନ୍ଦ ନୁହେଁ।
କର୍କଟ
କର୍କଟ
ସ୍ବାସ୍ଥ୍ୟ ସମସ୍ୟା ସାଙ୍ଗକୁ କାମର ଚାପ ମାନସିକ ବ୍ୟଥାର କାରଣ ହେବ। ବନ୍ଧୁ ଅର୍ଥଲାଭର ସୁବିଧା କରାଇଲେ ମଧ୍ୟ ପାରିବାରିକ କ୍ଷେତ୍ରକୁ ବିପଦସଙ୍କୁଳ କରିପାରନ୍ତି। ଗୁରୁତ୍ୱପୂର୍ଣ୍ଣ ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପ୍ରକାଶନ, ନିର୍ମାଣ କ୍ଷେତ୍ରରେ ସହଯୋଗ, ସୁଖ ସମ୍ମାନ ପାଇବେ।
ସି˚ହ
ସି˚ହ
ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ। ସହକର୍ମୀଙ୍କ ସହ ସମ୍ପର୍କ ଯୋଡିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ସାହାଯ୍ୟ କରିବ। ଆନୁଷ୍ଠାନିକ ତଥା ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ।
କନ୍ୟା
ପ୍ରତ୍ୟେକ କାର୍ଯ୍ୟରେ ସହକର୍ମୀ ଅନ୍ତରାୟ ସୃଷ୍ଟି କରି ମନବ୍ୟଥାର କାରଣ ପାଲଟିଯିବେ। ଗଠନମୂଳକ କିମ୍ବା ସାମୂହିକ କାମରେ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିବ। ଆଲୋଚନା କ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ।
ତୁଳା
ତୁଳା
ପାରିବାରିକ ସ୍ତରରେ ଅଶାନ୍ତ ମନର ବହୁବିଧ ଭାବନା ମନକୁ ଚିନ୍ତିତ କରାଇବ। ପ୍ରଶାସନିକ ସ୍ତରରେ ସମାଧାନର ସରଳ ସୂତ୍ର ବାହାର କରିବାରେ ସମର୍ଥ ହେବେ। ନିଜର ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଆଜିର ଯାତ୍ରା ଶୁଭପ୍ରଦ ହେବ, ତଥାପି ଜିନିଷପତ୍ର ହଜିଯିବାର ସମ୍ଭାବନା ରହିଛି।
ବିଛା
ବିଛା
ମାନସିକ ଅସ୍ଥିରତା କାରଣରୁ ଯାହା ଭାବୁଥିବେ କାମ କରିବା ବେଳକୁ ତାହା ଓଲଟା ହୋଇଯିବ। ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡା, ସାହିତ୍ୟ ଚର୍ଚ୍ଚା ତଥା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ଓ ସାହାଯ୍ୟ ମଧ୍ୟ କରିବେ।
ଧନୁ
ଧନୁ
ଦିନଟି ପ୍ର୍ରତ୍ୟେକ ଦିଗରୁ ଲାଭଦାୟକ ମନେହେଲେ ମଧ୍ୟ ସମସ୍ୟାଜନିତ ମନ ଭାରାକ୍ରାନ୍ତ ରହିବ। କ୍ଷଣକୋପର କୁପ୍ର୍ରଭାବଜନିତ ଭଲ ସମ୍ପର୍କ କ୍ଷଣିକ ମଧ୍ୟରେ ମିଳାଇ ଯିବ। ସହଜରେ କାହାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ଆକସ୍ମିକ ପାରିବାରିକ ସମସ୍ୟା କାରଣରୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ ।
ମକର
ମକର
ବିବାଦୀୟ ପରିସ୍ଥିତିକୁ ସୁଧାରିବାରେ ଅଗ୍ରଣୀ ଭୂମିକା ଗ୍ରହଣ କରିବେ। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକର ସାମ୍ନା କରି କାମ ହାସଲ କରିବାକୁ ପଡ଼ିବ। ସାଧାରଣ କଥାକୁ ନେଇ ସ୍ତ୍ରୀଙ୍କ ସହ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଅଳ୍ପ ସମୟ ମଧ୍ୟରେ ଦୂରେଇ ଯିବ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ବନ୍ଧୁଙ୍କୁ ମନବୁଝିଲା ଭଳି କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ପ୍ରିୟଜନଙ୍କ ନିକଟରୁ ସକାଳ ସମୟରେ ଖୁସି ଖବର ପାଇପାରନ୍ତି। ରାଜନୀତି, ସାମ୍ବାଦିକତା, ପ୍ରଶାସନ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ସଙ୍ଗୀତ ଚର୍ଚ୍ଚା, ବକ୍ତୃତା, ସଭାସମିତି,କ୍ରୀଡ଼ା କୌଶଳ ପ୍ରଦର୍ଶନଜନିତ ପ୍ରଶଂସିତ ହୋଇପାରନ୍ତି।
ମୀନମୀନ

ଆକସ୍ମିକ ଦୂରଯାତ୍ରା ଓ ବ୍ୟୟବୃଦ୍ଧିଜନିତ ମନ ଭଲ ରହି ନ ପାରେ। ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ବଢିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟଲାଭରୁ ଖୁସି ହେବେ। ଅଭାବ ନ ଥିଲେ ମଧ୍ୟ ସମସ୍ୟା ବୃଦ୍ଧି ପାଇବା କାରଣରୁ ସାମୟିକ ମନ ଅଶାନ୍ତ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri