Posted inRasifala

ରାଶିଫଳ: ସୋମବାର, ଜୁନ୍‌ ୧୪ ତାରିଖ – Daily Horoscope

ମେଷ
ବନ୍ଧୁମାନଙ୍କ ସହଯୋଗ ଲାଭ କରି ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ଉପରିସ୍ଥଙ୍କ ଅନୁକମ୍ପାରୁ ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ରାଜନୀତିରେ ଲକ୍ଷ୍ୟ ପୂରଣ ହୋଇଯିବ। ଫେରନ୍ତା ବାଟରୁ ଗୃହକୁ ସୌଖୀନ ପଦାର୍ଥ କିମ୍ବା ମୂଲ୍ୟବାନ ଜିନିଷ ଆଣିପାରନ୍ତି। ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ।
ବୃଷ
ବୃଷ
ଆଜିର କର୍ମକ୍ଷେତ୍ରରେ ଅପ୍ରିୟସତ୍ୟ ପ୍ରକାଶ ଆକସ୍ମିକ କଳହ ସୃଷ୍ଟିର ପ୍ରତୀକ ହୋଇଯିବ। ପଡ଼ୋଶୀଙ୍କୁ ନେଇ କିମ୍ବା ସହକର୍ମୀଙ୍କ ସହ ଏହା ଘଟିବାର ସମ୍ଭାବନା ରହିଛି। ରୋଗପୀଡ଼ା, ଶତ୍ରୁତା ଓ ଧାର କରଜ ସକାଶେ ଚିନ୍ତାକୁ ବଢ଼ାଇବ। କର୍ମକ୍ଷେତ୍ର, ଯାନବାହନ, ଦୋକାନ ବାଡ଼ି, ସଭା ସମିତି, ସାଂସ୍କୃତିକ କାର୍ଯ୍ୟକ୍ରମରୁ ଉପକୃତ ହେବେ।
ମିଥୁନ
ମିଥୁନ
ଆଜିର ଯାତ୍ରା ସମୟରେ ଅସାବଧାନତାବଶତଃ କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ। କୌଣସି ଅଭାବ ନ ଥିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ମନକୁ ବିଚଳିତ କରିବ। ଅନ୍ୟମାନଙ୍କ ଦ୍ୱାରା ପ୍ରେରିତ ନ ହୋଇ ଲକ୍ଷ୍ୟହୀନ ଯାତ୍ରାରୁ ବିରତ ରହିବା ଭଲ ହେବ। ବୈଠକସଭାରେ ଆଲୋଚନା ଅସମାପ୍ତ ରହିପାରେ।
କର୍କଟ
କର୍କଟ
ଆଜି ନୂତନ ବସ୍ତ୍ର ଅଳଙ୍କାର କିମ୍ବା ଗାଡ଼ି ମୋଟର ଆଦି କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। କର୍ମକ୍ଷେତ୍ରରେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ। ଦୀର୍ଘ ସମୟ ଗୋଟିଏ ସ୍ଥାନରେ ଅଟକି ରହି ଓ କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ। ଆତ୍ମୀୟ ସ୍ବଜନ କିମ୍ବା ପରିଜନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବ।
ସି˚ହ
ସି˚ହ
ଆର୍ଥିକ ଅନଟନ ଓ ପାରିବାରିକ ଦୁଶ୍ଚିନ୍ତା କେତେ ମାତ୍ରାରେ ମାନସିକ ଅଶାନ୍ତି ସୃଷ୍ଟି କରିବ। ଶାରୀରିକ ଅସୁସ୍ଥତା କେତେକ କାମକୁ ବିଳମ୍ବିତ କରିବାର ସୂଚନା ରହିଛି। ଆପଣଙ୍କ ଖର୍ଚ୍ଚ ପରିମାଣ ବଢ଼ିଯିବା ସାଙ୍ଗକୁ ମନରେ ଆଶଙ୍କା ଓ ଅସ୍ଥିରତା ଲାଗି ରହିବ। କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ।
କନ୍ୟା
ଆଜି ଆପଣ ଗୋଟିଏ ସ୍ଥାନରେ ଜିନିଷ କିମ୍ବା କାଗଜପତ୍ର ରଖିଦେଇ ବ୍ୟସ୍ତ ହେବେ। ପୁଣି ମାଂସପେଶୀରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମାଲିମକଦ୍ଦମା କ୍ଷେତ୍ରରେ କିମ୍ବା ବିବାଦୀୟ ଘଟଣାରେ ଆପଣଙ୍କ ବିଜୟଲାଭ ଅବଶ୍ୟମ୍ଭାବୀ। କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବାରେ ସଫଳ ହେବେ।
ତୁଳା
ତୁଳା
ଆଜିର ପ୍ରତ୍ୟୁଷ ଯାତ୍ରା, ପ୍ରତିଯୋଗିତା, ପରିବାର ଓ କର୍ମକ୍ଷେତ୍ର ସକାଶେ ଦିନଟି ବହୁତ ଭଲ। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ଆଧ୍ୟାତ୍ମିକ ସଭା ସମିତିରେ ପ୍ରଶଂସିତ ହେବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ପାରିବାରିକ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହୋଇପାରେ।
ବିଛା
ବିଛା
ଆର୍ଥିକ ଅଭିବୃଦ୍ଧି ଓ ସମ୍ମାନ, ପ୍ରତିଷ୍ଠା, ମାନସିକ ସ୍ଥିତିକୁ ରୁଦ୍ଧିମନ୍ତ କରିବ। ଶିଳ୍ପ, ବାଣିଜ୍ୟ ତଥା ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଅଫିସ୍‌ କ୍ଷେତ୍ରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ସନ୍ତାନହେତୁକ ଚିନ୍ତା ଦୂର ହେବ। ପାଖ ଲୋକଟିର କାର୍ଯ୍ୟକଳାପ ସନ୍ଦେହଜନକ ହୋଇପାରେ।
ଧନୁ
ଧନୁ
ଆଜି ସମସ୍ୟା ସମାଧାନର ରାସ୍ତା ଖୋଜିବାରେ ସମର୍ଥ ହେବେ। ଯାହା ଭାବୁଛନ୍ତି ଶୀଘ୍ର କରନ୍ତୁ, ପୁଣି ସହକର୍ମୀଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇବେ। ଶାରୀରିକ ଅବସ୍ଥାରେ ଉନ୍ନତି ସାଙ୍ଗକୁ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ। ପରିବାରରେ ମନୋଭାବକୁ ହଠାତ୍‌ ପ୍ରକାଶ କରିବା ଠିକ୍‌ ନ ହୋଇପାରେ।
ମକର
ମକର
ସମସ୍ୟା ଲାଗି ରହୁଥିବାରୁ ଆପଣଙ୍କର ସହଜରେ କାମ ହାସଲ ହେବା କଷ୍ଟକର ହେବ। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ତଥା ବିଭିନ୍ନ ପ୍ରକାରର ଝାମେଲା ହେତୁ ବ୍ୟସ୍ତ ରହିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ନିର୍ମାଣାଧୀନ ଅସମ୍ପୂର୍ଣ୍ଣ କାର୍ଯ୍ୟକ ସମ୍ପୂର୍ଣ୍ଣ କରିବାରେ ସମର୍ଥ ହେବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ବିବଦମାନ ସ୍ଥିତିରୁ ମୁକ୍ତି ମିଳିବ, କିନ୍ତୁ ଶାନ୍ତି ଓ ସନ୍ତୋଷ ପାଇବେ ନାହିଁ। ନିର୍ମାଣାଧୀନ କାର୍ଯ୍ୟ କିମ୍ବା ନୂଆ ଯୋଜନାର ପରିକଳ୍ପନାକୁ ଗୁରୁତ୍ୱ ଦେବେ। ପ୍ରବାସୀ ବନ୍ଧୁ ନିଃସଙ୍ଗତା ବୋଧ କରିପାରନ୍ତି ଓ ଘର କଥା ମନକୁ ଆଲୋଡ଼ିତ କରିବ। ନୀଚ ସଂସର୍ଗରୁ ଦୂରେଇ ରହନ୍ତୁ, ଅନ୍ୟଥା ବିବଦମାନ ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ।
ମୀନମୀନ
ପାରିବାରିକ ସ୍ଥିରତା ସାଙ୍ଗକୁ ସ୍ବାସ୍ଥ୍ୟରେ ଉନ୍ନତି ମନକୁ ସାନ୍ତ୍ୱନା ଦେବାରେ ସହାୟକ ହେବ। ସମାଧାନର ରାସ୍ତା ଖୋଜି ପାଉନଥିବେ ଏହିଭଳି ଏକ ପରିସ୍ଥିତିର ସମ୍ମୁଖୀନ ହୋଇ ଅଶାନ୍ତିରେ ରହିପାରନ୍ତି। ଆଜି ହଠାତ୍‌ କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ସମ୍ପର୍କୀୟଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ ପ୍ରତ୍ୟେକ କାମ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। କିନ୍ତୁ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବାକୁ ପଡ଼ିପାରେ।…

ରାଶିଫଳ: ମଙ୍ଗଳବାର, ମେ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ପାରିବାରିକ…

ରାଶିଫଳ: ସୋମବାର, ମେ ୧୧ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ବନ୍ଧୁଙ୍କୁ ସୁହାଇଲା ଭଳି ମଉଜିଆ କଥା କହି ପରିସ୍ଥିତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri