Posted inRasifala

ରାଶିଫଳ: ବୁଧବାର, ଜୁନ୍ ୧୪ ତାରିଖ – Daily Horoscope

ମେଷ
ଆଜି ପୂର୍ବ ସମସ୍ୟାର ସମାଧାନ, ଆର୍ଥିକ ଉନ୍ନତି, ପାରିବାରିକ ସୌଖ୍ୟ ଲାଭ ଯୋଗ ରହିଛି। ସମ୍ପର୍କୀୟ ଜଣେ ବନ୍ଧୁ ଘରୋଇ ସମସ୍ୟା ସମାଧାନରେ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରେ ସଫଳତା ହାସଲ କରିବେ। ଧାତୁ, ଅଳଙ୍କାର କିମ୍ବା ମୂଲ୍ୟବାନ ଗୃହୋପକରଣ କ୍ରୟ କରିପାରନ୍ତି।
ବୃଷ
ବୃଷ
ପ୍ରତ୍ୟେକ ପ୍ରକାରର ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ଶତ୍ରୁତା ମନୋଭାବ ପୋଷଣ କରି କର୍ମକ୍ଷେତ୍ରରେ କେହି ପ୍ରତିବାଦର ସ୍ବର ଉତ୍ତୋଳନ କରିପାରନ୍ତି। ସଭା ସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସିବେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବାର ସାମୟିକ ଆଶ୍ୱସ୍ତି ଅନୁଭବ କରିବେ।
ମିଥୁନ
ମିଥୁନ
ଆଜି କାର୍ଯ୍ୟ ହାସଲ କାରଣରୁ ଖୁସି ଅନୁଭବ କରିବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ ପ୍ରତିଦାନରେ ସମାଲୋଚନା ବ୍ୟତୀତ କିଛି ପାଇ ପାରିବେ ନାହିଁ। ପାରିବାରିକ ସମସ୍ୟା ବିଷୟରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡ଼ିପାରେ।
କର୍କଟ
କର୍କଟ
ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ। ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ ଓ କଚେରି ମାମଲା ସପକ୍ଷରେ ଯିବ। ସଭାସମିତିରେ ଆପଣଙ୍କ ଯୁକ୍ତିକୁ ଅନ୍ୟମାନେ ଗ୍ରହଣ କରିବାକୁ ବାଧ୍ୟ ହେବେ। ଅର୍ଥ ସମ୍ପର୍କ ଓ ପ୍ରଶାସନିକ ସ୍ତରରେ ସଫଳତା ଅର୍ଜନ କରିବେ।
ସି˚ହ
ସି˚ହ
ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ପ୍ରଥମାବସ୍ଥାରେ ବ୍ୟସ୍ତତା ଅନୁଭବ କରିବେ କିନ୍ତୁ ପରକ୍ଷଣରେ ସବୁ ଠିକ୍‌ ହୋଇଯିବ। ସାଙ୍ଗଠନିକ କାର୍ଯ୍ୟ, ରାଜନୀତି, ପ୍ରଶାସନ ପାଇଁ ଦିନଟି ଭଲ। କର୍ମକ୍ଷେତ୍ରର ଅବସର ସମୟ ମଧ୍ୟରେ ଆଳାପ ଆଲୋଚନାରେ ସମୟ କଟାଇବେ।
କନ୍ୟା
ପୂର୍ବ ନିର୍ଦ୍ଧାରିତ କୌଣସି ନୂତନ କର୍ମାରମ୍ଭ ସକାଶେ ମନ ବଳାଇବେ। ବନ୍ଧୁ୍‌ଙ୍କ କାମରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ପ୍ରତିରୋଧ ବୃଦ୍ଧି ପାଇବା ହେତୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ। ଶତ୍ରୁମାନେ ପିଛା କରୁଥିବାରୁ କର୍ମକ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ।
ତୁଳା
ତୁଳା
ଆଜି ନିଜର ଦକ୍ଷତା କାରଣରୁ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। କର୍ମକ୍ଷେତ୍ରରେ ପରିସ୍ଥିତିକୁ ଲକ୍ଷ୍ୟ କରି ମନର ଭାବ ପ୍ରକାଶ କରିବାରେ ପଛେଇଯିବେ। ସାମାଜିକ ସ୍ତରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରାୟୋଜିତ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ଯାତ୍ରା, ପ୍ରଶାସନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
ବିଛା
ବିଛା
ଆଜି ଚିନ୍ତା କରିଥିବା କଥା ହାସଲ ନ ହେବା ପର୍ଯ୍ୟନ୍ତ ଅନ୍ୟ କାହା ସମ୍ମୁଖରେ ପ୍ରକାଶ କରିବା ଠିକ୍‌ ହେବ ନାହିଁ। ବନ୍ଧୁଟି ପ୍ରତି ସୁସମ୍ପର୍କ ରଖନ୍ତୁ , ଯେ କି ଆପଣଙ୍କ ପ୍ରତ୍ୟେକ କାମରେ ସହାୟକ ହୋଇପାରିବ। ସମସ୍ୟା ଲାଗି ରହୁଥିଲେ ମଧ୍ୟ ସ୍ବାସ୍ଥ୍ୟ ପ୍ରତି ହେଳା କରିବା ଠିକ୍‌ ହେବ ନାହିଁ। ଜମିଜମା, ପ୍ରଶାସନ, ସାମ୍ବାଦିକତାରେ ଦୁଶ୍ଚିନ୍ତା ଆସିବ।
ଧନୁ
ଧନୁ
ଆଜି ବନ୍ଧୁମାନଙ୍କ ସାହାଯ୍ୟରେ ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ହୋଇଯିବ। ବିବାଦୀୟ ପରିସ୍ଥିତି ସାମୟିକ ମନକୁ ପ୍ରଭାବିତ କରିପାରେ। କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡ଼ିବ। ନିର୍ମାଣ, ପରିବହନ ଓ ପ୍ରଶାସନ ତଥା ପ୍ରକାଶନ ସ୍ତରରେ ସୁଫଳ ମିଳିବ।
ମକର
ମକର
ଆଜି ବିବାଦୀୟ ଘଟଣାରେ କାହା କଥା ନ ଶୁଣି ଠିକ୍‌ ବିଚାର କରନ୍ତୁ। ପୂର୍ବ ସମସ୍ୟାର ସମାଧାନ ହେବାରେ ପଡ଼ୋଶୀ ସାହାଯ୍ୟ କରିବେ। ପାଖରେ ଥିବା ଜିନିଷ ପରକୁ ଦେଇ ଖୋଜିଲା ସମୟରେ ନ ପାଇ ଅପଦସ୍ଥ ହୋଇପାରନ୍ତି। ଜମିଜମା କାରବାର, ନିର୍ମାଣାଧୀନ କାର୍ଯ୍ୟ, ବାଣିଜ୍ୟ ଓ ଆନୁଷ୍ଠାନିକ କାମଶେଷ ପର୍ଯ୍ୟାୟରେ ପହଞ୍ଚିବ।
କୁମ୍ଭ
କୁମ୍ଭ
ଆଜି ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ଚଳିବା ଭଲ ନତୁବା କୌଣସି ସମସ୍ୟା ଆସିପାରେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ଚିନ୍ତା କରି ପାରନ୍ତି। ମୋଟା ଅଙ୍କର ଅର୍ଥ ସଂଗ୍ରହ ସକାଶେ ସରକାରୀ ସ୍ତରରୁ ଋଣକରିପାରନ୍ତି। ପାରିବାରିକ ସ୍ତରରେ ଭୁଲ୍‌ ବୁଝାମଣାଜନିତ ଅଶାନ୍ତି ଘନେଇବ।
ମୀନମୀନ
ଅସଫଳତାର କାରଣ ଖୋଜିବାକୁ ଯାଇ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ କଳା ସାହିତ୍ୟ,ଆଲୋଚନା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବନ୍ଧୁଙ୍କ ସହ ଆଳାପ ଆଲୋଚନା ଅନ୍ୟମାନଙ୍କ ଚକ୍ଷୁଶୂଳର କାରଣ ହେବ। ପରିବାରର ଅଭିଯୋଗ ପ୍ରତି ଧ୍ୟାନ ନ ଦେବା ମନାନ୍ତର ବୃଦ୍ଧି କରିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

ରାଶିଫଳ: ଶନିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଟେନସନ୍‍ କିଛି ମାତ୍ରାରେ କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ପାଇପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ…

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?