Posted inRasifala

ରାଶିଫଳ: ସୋମବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ
ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କିତ ବାଦାନୁବାଦ ହେତୁ ମନ ବିରକ୍ତିକର ଲାଗିବ। କର୍ମକ୍ଷେତ୍ରରେ ବହୁତ ଦିନରୁ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହୋଇଯିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ଶିଳ୍ପ, ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଶିଥିଳତା ଦେଖାଦେବ।
ବୃଷ
ବୃଷ
କୌଣସି କାମରେ ଅସଫଳତା ହେତୁ ନିଜ ଲୋକଙ୍କ ଉପରେ ଲଘୁକ୍ରୋଧ ସୃଷ୍ଟି ହୋଇପାରେ। ପରିବାରରେ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ପୁରୁଣା ଗୃହ, ଜମିଜମା, ଗାଡ଼ିମୋଟର କ୍ରୟ ବିକ୍ରୟରୁ ଭଲ ଲାଭ ପାଇବେ। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ।
ମିଥୁନ
ମିଥୁନ
ସାଧାରଣ ଘଟଣାରେ ଝଗଡ଼ା ଲାଗି ମାନସିକ ସ୍ଥିତି ବିଗିଡ଼ି ଯାଇପାରେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିପାରନ୍ତି। ବହୁ ବିଳମ୍ବରେ ହେଲେ ମଧ୍ୟ କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବ। ପରିବାରରେ ହାତପାହାନ୍ତାରେ ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ।
କର୍କଟ
କର୍କଟ
ଆଜି ଦିନଟିରେ ଯାହା କରିବେ ସଫଳତା ନିଶ୍ଚିତ ପାଇବେ। ଦୂରଯାତ୍ରା ଓ ବନ୍ଧୁମିଳନରୁ ସାମୟିକ ଆନନ୍ଦ ଅନୁଭବ କରିବେ। ଦୀର୍ଘଦିନର ଆଶା ଫଳବତୀ ହେବ କିନ୍ତୁ ଏଥି ସକାଶେ ଆପଣଙ୍କୁ କିଛି ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ବ୍ୟବସାୟ,ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି।
ସି˚ହ
ସି˚ହ
ସୁଚିନ୍ତିତ ଯୋଜନାକୁ ବାସ୍ତବରୂପ ଦେବା ଦିଗରେ ଚେଷ୍ଟା କରି ସଫଳ ହେବେ। ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମ ଅଟକିବ ନାହିଁ। ବନ୍ଧୁଗହଣରେ ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ସହକର୍ମୀମାନେ ଆବଶ୍ୟକ ସହଯୋଗ କରି ଆନୁଷ୍ଠାନିକ କାମକୁ ବଢ଼ାଇ ନେବେ।
କନ୍ୟା
ନିଜର ବନ୍ଧୁମାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇପାରନ୍ତି। କଳା, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର ଓ ସାହିତ୍ୟ, ସାମ୍ବାଦିକତାରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ରୋଗ,ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତତା ବୃଦ୍ଧି ପାଇବ।
ତୁଳା
ତୁଳା
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ହେତୁ ସାମୟିକ ଖୁସି ଅନୁଭବ କରିବେ। ଚେଷ୍ଟା କରୁଥିବା ଆନୁଷ୍ଠାନିକ କାର୍ଯ୍ୟରେ ସଫଳତା ମିଳିବ। ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡ଼ିପାରେ। ଆବଶ୍ୟକ ଅର୍ଥ ସକାଶେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ବିଛା
ବିଛା
ସ୍ବାସ୍ଥ୍ୟହାନି କାରଣରୁ କୌଣସି କାମକୁ ଦୃଢ଼ତାର ସହ କରିବାକୁ ପଶ୍ଚାପତ୍ଦ ହୋଇପାରନ୍ତି। ପୂର୍ବର କୌଣସି ସମସ୍ୟା ସମାଧାନ ହେତୁ ଆଶ୍ୱସ୍ତି ଅନୁଭବ କରିବେ। ଗସ୍ତ ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ଗୃହସୀମା ଓ ଜମିଜମା କାରବାର ସମ୍ପର୍କିତ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ଧନୁ
ଧନୁ
ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ପାରିବାରିକ ସମସ୍ୟାର ସମଧାନ ହେବାରେ ସ୍ଥାନୀୟ ଲୋକେ ସହଯୋଗ କରିବେ। ବନ୍ଧୁ ଗହଣରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବାରେ ଅସୁବିଧା ହେବନାହିଁ। ଅର୍ଥାଭାବ ଯୋଗୁ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ।
ମକର
ମକର
ଆକସ୍ମିକ ବିଭିନ୍ନ ପ୍ରକାରର ମିଥ୍ୟା ଅଭିଯୋଗ ଆପଣଙ୍କ ଉପରକୁ ଆସିପାରେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ଆଶଙ୍କା ରହିଛି। ଆଜିର ଅଧିକାଂଶ ସମୟ ବନ୍ଧୁଙ୍କ ଗହଣରେ ଆଳାପ ଆଲୋଚନାରେ କଟାଇବେ। ଆତ୍ମୀୟମାନେ ସ୍ବାର୍ଥସାଧନ ମାନସରେ କିଛି ଅଘଟଣ ଘଟାଇ ପାରନ୍ତି।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କାମରେ କିଛି ଅଭାବ ଅସୁବିଧା ରହି ଯାଉଥିବାର ଅନୁଭବ କରିବେ। କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ନୀଚ ମନୋଭାବର ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ବନ୍ଧୁଙ୍କ ଅନୁରୋଧକ୍ରମେ ଭ୍ରମଣ ସୁଯୋଗ ଜୁଟିବ।
ମୀନମୀନ
ବନ୍ଧୁଙ୍କ ପରାମର୍ଶ ଅନୁସାରେ ସମସ୍ୟା ସମାଧାନ ଦିଗରେ ଚେଷ୍ଟା କରିପାରନ୍ତି। ନିଜ ଲୋକଙ୍କ ଈର୍ଷାପରାୟଣତା କାରଣରୁ ହଠାତ୍‌ ବିରାଧୀ ପକ୍ଷ ସକ୍ରିୟ ହୋଇଉଠିବେ। ଖଳ ଲୋକଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବାରୁ ସାମୟିକ ଆନନ୍ଦ ଅନୁଭବ କରିପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଅଗଷ୍ଟ ୧୨ ତାରିଖ – Daily Horoscope

ମେଷ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ପାରିବାରିକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ବନ୍ଧୁଙ୍କ ଅନୁରୋଧବଶତଃ…

ରାଶିଫଳ: ମଙ୍ଗଳବାର , ଅଗଷ୍ଟ ୧୦ ତାରିଖ – Daily Horoscope

ମେଷ ଆଜି ବନ୍ଧୁବାନ୍ଧବ,ସହକର୍ମୀ,ଧାରକରଜ,ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହ ଆଶଙ୍କା। ସ୍ୱାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଜଣେ…

ରାଶିଫଳ: ସୋମବାର, ଅଗଷ୍ଟ ୧୦ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ଥିଲେ ମଧ୍ୟ ନୂତନ ଯୋଜନା ଆରମ୍ଭ ସକାଶେ ମନ ବଳାଇବେ। ଗୁରୁଜନଙ୍କ…

ରାଶିଫଳ: ରବିବାର, ଅଗଷ୍ଟ ୯ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ହେଉ କିମ୍ବା ପାରିବାରିକ କ୍ଷେତ୍ର ସମସ୍ୟାକୁ ସୁଧାରି ନେବାର ପ୍ରଯନତ୍ କରିବେ। ଆବଶ୍ୟକତା ପୂରଣ ସକାଶେ କରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri