Posted inRasifala

ରାଶିଫଳ: ଶନିବାର, ମେ ୧୪ ତାରିଖ – Daily Horoscope

ମେଷ
 ଆଜି ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମାନସିକ ଶାନ୍ତି ହରାଇବେ। ବନ୍ଧୁଙ୍କ ପରାମର୍ଶରେ ସଫଳତା ଯୋଗୁ କେତେକାଂଶରେ ମନକୁ ବୁଝାଇବାରେ ସମର୍ଥ ହେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଦୂରଯାତ୍ରା କରିବାକୁ ପଡ଼ିପାରେ ।
ବୃଷ
ବୃଷ
ଆପଣ ଯେତେ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବିଭିନ୍ନ ସମସ୍ୟା ନେଇ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ଦୁଶ୍ଚିନ୍ତାକୁ ବଢ଼ାଇ ଦେଇପାରେ। ତଥାପି ପ୍ରିୟ ବନ୍ଧୁଙ୍କଠାରୁ ସାହାଯ୍ୟ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ।
ମିଥୁନ
ମିଥୁନ
ଋଣ ପରିଶୋଧ ସକାଶେ ବ୍ୟଗ୍ରତା ପ୍ରକାଶ ପାଇବ। ଜଣେ ବନ୍ଧୁ ଆଜି ମାର୍ଗଦର୍ଶକ ସାଜି ପାରନ୍ତି। କର୍ମକ୍ଷେତ୍ରରେ,ବ୍ୟବସାୟରେ, ପାରିବାରିକ ସମସ୍ୟା ସମାଧାନରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣକଲେ ମନ୍ଦ ହେବନି। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ, କିନ୍ତୁ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।
କର୍କଟ
କର୍କଟ
କାର୍ଯ୍ୟବ୍ୟସ୍ତତା କାରଣରୁ କୌଣସି ସ୍ଥାନରେ ସ୍ଥିର ଭାବେ ରହି ପାରିବେ ନାହିଁ। ଘର କଥା ଓ ଆର୍ଥିକ ସମସ୍ୟା ନେଇ ମନରେ ବିଭିନ୍ନ ପ୍ରକାର ଦୁର୍ଭାବନା ସୃଷ୍ଟି ହେବ। କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀମାନେ କଳହର ମାତ୍ରାକୁ ବଢ଼ାଇବେ। ଅନ୍ୟକୁ ଆପଣାର କରିବାରେ ପ୍ରଲୋଭନ ଓ କୌଶଳ ସାହାଯ୍ୟ କରିବ।
ସି˚ହ
ସି˚ହ
ସମସ୍ୟା ଲାଗି ରହିଥିଲେ ମଧ୍ୟ ମନରେ ସାହସ ବାନ୍ଧି କୌଣସି କାମ କଲେ ସଫଳତା ପାଇବେ। ବନ୍ଧୁଙ୍କ ପାଇଁ ଆପଣ ଯତେପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ତାଙ୍କୁ ସନ୍ତୁଷ୍ଟ କରିପାରିବେ ନାହିଁ। ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ଏକାସାଙ୍ଗରେ ବହୁତ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି।
କନ୍ୟା
ସହକର୍ମୀଙ୍କ ସହ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ଆଶଙ୍କା ରହିଛି। ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଚ୍ଛା ମନକୁ ଭାରାକ୍ରାନ୍ତ କରିବ। ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। ଗୃହ ସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡିବାରେ ମନୋନିବେଶ କରିପାରନ୍ତି ।
ତୁଳା
ତୁଳା
ଅଧିକାଂଶ ସମୟ ମନ ଅସ୍ଥିର ରହିବ । ଛୋଟ ଛୋଟ କଥାକୁ ନେଇ ଅନ୍ୟମାନଙ୍କ ସହ କଳହ କରିପାରନ୍ତି। ବିବାଦୀୟ ଘଟଣାଟି ଆଲୋଚନା ଦ୍ୱାରା ସମାଧାନ ହୋଇଯିବ। ଘରର ବରାଦ ଅନୁସାରେ ଫେରିବା ବାଟରୁ ମୂଲ୍ୟବାନ ଦ୍ରବ୍ୟ ଆଣିପାରନ୍ତି। ସାମାଜିକ ସ୍ତରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ବିଛା
ବିଛା
ଆଜି ଘର କାମ ସାଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଳିଯିବ। ଅନ୍ୟମାନଙ୍କ କଥାରେ ଭାସି ନ ଯାଇ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ । କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ, କିନ୍ତୁ କିଛି ଅସୁବିଧା ହେବନି । ପରିବହନ ଓ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଭିତର ଦେଇ ଚଳିବା ପାଇଁ ବାଧ୍ୟ ହେବେ। ମନ ଭଲ ନ ଥିବା କାରଣରୁ କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ଆମଦାନୀ କାରବାର କ୍ଷେତ୍ର ବେଶ୍‌ ଭଲ ରହିବ। କର୍ମକ୍ଷେତ୍ରରେ ପ୍ରାୟୋଜିତ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
ମକର
ମକର
ଯାହା କରିବା ସକାଶେ ମନସ୍ଥ କରିଛନ୍ତି ସେଥିପାଇଁ ବନ୍ଧୁଙ୍କ କଥା ମାନି କାମ କଲେ ବହୁତ ଭଲ ହେବ। ଏପରିକି କର୍ମକ୍ଷେତ୍ରରେ ମଧ୍ୟ ସମସ୍ୟାରୁ ମୁକୁଳି ଯାଇପାରନ୍ତି । ସାୟାହ୍ନରେ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ ହେବେ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ସବୁ କାମ ଘାତପ୍ରତିଘାତ ମଧ୍ୟ ଦେଇ ସମ୍ପନ୍ନ ହେବ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ପରିବହନ ଓ ବ୍ୟବସାୟିକ ସ୍ଥିତି ମାନ୍ଦା ହେବନାହିଁ ।
ମୀନମୀନ
ଆଜିର କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ। ଈର୍ଷାପରାୟଣ ନିଜ ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି। ଯାତ୍ରା, ବାଣିଜ୍ୟ,ବ୍ୟବସାୟ ଓ ଜମିଜମା କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। ବନ୍ଧୁଙ୍କ ପରାମର୍ଶରେ ତୀର୍ଥାଟନ କରିବା ସକାଶେ ମନ ବଳାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri