Posted inRasifala

ରାଶିଫଳ: ଶନିବାର, ମେ ୧୪ ତାରିଖ – Daily Horoscope

ମେଷ
 ଆଜି ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମାନସିକ ଶାନ୍ତି ହରାଇବେ। ବନ୍ଧୁଙ୍କ ପରାମର୍ଶରେ ସଫଳତା ଯୋଗୁ କେତେକାଂଶରେ ମନକୁ ବୁଝାଇବାରେ ସମର୍ଥ ହେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଦୂରଯାତ୍ରା କରିବାକୁ ପଡ଼ିପାରେ ।
ବୃଷ
ବୃଷ
ଆପଣ ଯେତେ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବିଭିନ୍ନ ସମସ୍ୟା ନେଇ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ଦୁଶ୍ଚିନ୍ତାକୁ ବଢ଼ାଇ ଦେଇପାରେ। ତଥାପି ପ୍ରିୟ ବନ୍ଧୁଙ୍କଠାରୁ ସାହାଯ୍ୟ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ।
ମିଥୁନ
ମିଥୁନ
ଋଣ ପରିଶୋଧ ସକାଶେ ବ୍ୟଗ୍ରତା ପ୍ରକାଶ ପାଇବ। ଜଣେ ବନ୍ଧୁ ଆଜି ମାର୍ଗଦର୍ଶକ ସାଜି ପାରନ୍ତି। କର୍ମକ୍ଷେତ୍ରରେ,ବ୍ୟବସାୟରେ, ପାରିବାରିକ ସମସ୍ୟା ସମାଧାନରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣକଲେ ମନ୍ଦ ହେବନି। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ, କିନ୍ତୁ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।
କର୍କଟ
କର୍କଟ
କାର୍ଯ୍ୟବ୍ୟସ୍ତତା କାରଣରୁ କୌଣସି ସ୍ଥାନରେ ସ୍ଥିର ଭାବେ ରହି ପାରିବେ ନାହିଁ। ଘର କଥା ଓ ଆର୍ଥିକ ସମସ୍ୟା ନେଇ ମନରେ ବିଭିନ୍ନ ପ୍ରକାର ଦୁର୍ଭାବନା ସୃଷ୍ଟି ହେବ। କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀମାନେ କଳହର ମାତ୍ରାକୁ ବଢ଼ାଇବେ। ଅନ୍ୟକୁ ଆପଣାର କରିବାରେ ପ୍ରଲୋଭନ ଓ କୌଶଳ ସାହାଯ୍ୟ କରିବ।
ସି˚ହ
ସି˚ହ
ସମସ୍ୟା ଲାଗି ରହିଥିଲେ ମଧ୍ୟ ମନରେ ସାହସ ବାନ୍ଧି କୌଣସି କାମ କଲେ ସଫଳତା ପାଇବେ। ବନ୍ଧୁଙ୍କ ପାଇଁ ଆପଣ ଯତେପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ତାଙ୍କୁ ସନ୍ତୁଷ୍ଟ କରିପାରିବେ ନାହିଁ। ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ଏକାସାଙ୍ଗରେ ବହୁତ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି।
କନ୍ୟା
ସହକର୍ମୀଙ୍କ ସହ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ଆଶଙ୍କା ରହିଛି। ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଚ୍ଛା ମନକୁ ଭାରାକ୍ରାନ୍ତ କରିବ। ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। ଗୃହ ସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡିବାରେ ମନୋନିବେଶ କରିପାରନ୍ତି ।
ତୁଳା
ତୁଳା
ଅଧିକାଂଶ ସମୟ ମନ ଅସ୍ଥିର ରହିବ । ଛୋଟ ଛୋଟ କଥାକୁ ନେଇ ଅନ୍ୟମାନଙ୍କ ସହ କଳହ କରିପାରନ୍ତି। ବିବାଦୀୟ ଘଟଣାଟି ଆଲୋଚନା ଦ୍ୱାରା ସମାଧାନ ହୋଇଯିବ। ଘରର ବରାଦ ଅନୁସାରେ ଫେରିବା ବାଟରୁ ମୂଲ୍ୟବାନ ଦ୍ରବ୍ୟ ଆଣିପାରନ୍ତି। ସାମାଜିକ ସ୍ତରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ବିଛା
ବିଛା
ଆଜି ଘର କାମ ସାଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଳିଯିବ। ଅନ୍ୟମାନଙ୍କ କଥାରେ ଭାସି ନ ଯାଇ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ । କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ, କିନ୍ତୁ କିଛି ଅସୁବିଧା ହେବନି । ପରିବହନ ଓ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଭିତର ଦେଇ ଚଳିବା ପାଇଁ ବାଧ୍ୟ ହେବେ। ମନ ଭଲ ନ ଥିବା କାରଣରୁ କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ଆମଦାନୀ କାରବାର କ୍ଷେତ୍ର ବେଶ୍‌ ଭଲ ରହିବ। କର୍ମକ୍ଷେତ୍ରରେ ପ୍ରାୟୋଜିତ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
ମକର
ମକର
ଯାହା କରିବା ସକାଶେ ମନସ୍ଥ କରିଛନ୍ତି ସେଥିପାଇଁ ବନ୍ଧୁଙ୍କ କଥା ମାନି କାମ କଲେ ବହୁତ ଭଲ ହେବ। ଏପରିକି କର୍ମକ୍ଷେତ୍ରରେ ମଧ୍ୟ ସମସ୍ୟାରୁ ମୁକୁଳି ଯାଇପାରନ୍ତି । ସାୟାହ୍ନରେ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ ହେବେ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ସବୁ କାମ ଘାତପ୍ରତିଘାତ ମଧ୍ୟ ଦେଇ ସମ୍ପନ୍ନ ହେବ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ପରିବହନ ଓ ବ୍ୟବସାୟିକ ସ୍ଥିତି ମାନ୍ଦା ହେବନାହିଁ ।
ମୀନମୀନ
ଆଜିର କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ। ଈର୍ଷାପରାୟଣ ନିଜ ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି। ଯାତ୍ରା, ବାଣିଜ୍ୟ,ବ୍ୟବସାୟ ଓ ଜମିଜମା କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। ବନ୍ଧୁଙ୍କ ପରାମର୍ଶରେ ତୀର୍ଥାଟନ କରିବା ସକାଶେ ମନ ବଳାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri