Posted inRasifala

ରାଶିଫଳ: ରବିବାର, ମେ ୧୪ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ରଯୁକ୍ତ ଶନିଜନିତ ଦୂରଦର୍ଶିତା ଅଭାବରୁ କେତେକ ଭୁଲ୍‌ କାମକୁ ପ୍ରଶ୍ରୟ ଦେଇପାରନ୍ତି। ବନ୍ଧୁଙ୍କ ଭୁଲ୍‌ ବୁଝାମଣା କାରଣରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହେବାର ସୂଚନା ରହିଛି। ଦ୍ୱିଜା ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଯୋଗୁ ମନକୁ ବୁଝାଇବାରେ ସମର୍ଥ ହେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଉଚିତ।
ବୃଷ
ବୃଷ
ଧନ ସ୍ଥାନରେ ଶୁକ୍ର ହେତୁ ଅର୍ଥ ପାଇବା ସହ ବନ୍ଧୁଙ୍କ ସ୍ନେହ, ଶ୍ରଦ୍ଧା ଲାଭ କରିପାରନ୍ତି। ସାମାଜିକ ସ୍ତରରେ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ମୃଗଶିରା ନକ୍ଷତ୍ରର ବିଭିନ୍ନ ସମସ୍ୟା ମଧ୍ୟରେ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ। ଅବଶ୍ୟ ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି।
ମିଥୁନ
ମିଥୁନ
ଧନ ଓ ଭାଗ୍ୟାଧିପ ଏକତ୍ର ନବମସ୍ଥ ହେତୁ କାର୍ଯ୍ୟସିଦ୍ଧି ସହ ଅଭିଳାଷ ପୂରଣ ହେବ। ଋଣ ପରିଶୋଧ ସକାଶେ ବ୍ୟଗ୍ରତା ପ୍ରକାଶ ପାଇପାରେ। ଜଣେ ବନ୍ଧୁ ଆଜି ମାର୍ଗଦର୍ଶକ ସାଜି ପାରନ୍ତି। କର୍ମକ୍ଷେତ୍ରରେ, ବ୍ୟବସାୟରେ, ପାରିବାରିକ ସମସ୍ୟା ସମାଧାନରେ ସଫଳତା ପାଇବେ।
କର୍କଟ
କର୍କଟ
ଭାବପ୍ରବଣତା ସହ ସ୍ବାଭିମାନୀ ଯୋଗୁ କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ଼ ଆକାରରେ ଗ୍ରହଣକରି ଚିନ୍ତାଗ୍ରସ୍ତ ହେବେ। ପରକ୍ଷଣରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ଆପଣଙ୍କ ଯଶ ଓ ପ୍ରତିଷ୍ଠା ଅନ୍ୟମାନଙ୍କ ଗାତ୍ରଦାହ ଜନିତ ପରୋକ୍ଷଶତ୍ରୁତା ବୃଦ୍ଧି ପାଇବ। ଅନ୍ୟକୁ ଆପଣାର କରିବାରେ କୌଶଳ ଅବଲମ୍ବନ କରିପାରନ୍ତି।
ସି˚ହ
ସି˚ହ
ଶନିଙ୍କ ଦୃଷ୍ଟିରେ ରବି ଯୋଗୁ ସମସ୍ୟା ଲାଗି ରହିଥିଲେ ମଧ୍ୟ ସଫଳତା ପାଇବେ। ଅନ୍ୟମାନଙ୍କୁ ସନ୍ତୁଷ୍ଟ କରିପାରିବେ ନାହିଁ। ସାହାଯ୍ୟ ସହଯୋଗ ଲାଭ କରିବାରେ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ଏକା ସଙ୍ଗରେ ଅନେକ କାମ ହାତକୁ ନେଇ ବିବ୍ରତ ହୋଇ ପାରନ୍ତି। ଘରେ ବନ୍ଧୁ ମିଳନଜନିତ ସୁନ୍ଦର ପରିବେଶ ସୃଷ୍ଟି ସୂଚନା ରହିଛି।
କନ୍ୟା
ଅଷ୍ଟମସ୍ଥ ଏକାଧିକ ଗ୍ରହ ହେତୁ ବିଭିନ୍ନ ସମସ୍ୟା ଭିତର ଦେଇ ଗତି କରିବାକୁ ପଡ଼ିବ। ଅଫିସରେ ସାଧାରଣ କଥାରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ଆଶଙ୍କା ରହିଛି। ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଚ୍ଛା ମନକୁ ଭାରାକ୍ରାନ୍ତ କରିପାରେ। ଦୂରସ୍ଥ ସନ୍ତାନଙ୍କ ଖୁସିରେ ଖୁସୀ ହେବେ।
ତୁଳା
ତୁଳା
ରାଶି ପ୍ରତି ଏକାଧିକ ଗ୍ରହଙ୍କ ସମ୍ପର୍କ ପ୍ରତ୍ୟେକ କ୍ଷେତ୍ରରେ ଗୋଳମାଳିଆ ପରିସ୍ଥିତି ସୃଷ୍ଟି କରିପାରନ୍ତି। ପରିବାର ଭିତରେ ସାଧାରଣ କଥାକୁ କେନ୍ଦ୍ରକରି ଝଡ଼ ଉଠିପାରେ। ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବାର ଆଶା ରହିଛି। ଘରର ବରାଦ ଅନୁସାରେ ଫେରିବା ବାଟରୁ ମୂଲ୍ୟବାନ୍‌ ଦ୍ରବ୍ୟ ଆଣିପାରନ୍ତି।
ବିଛା
ବିଛା
ଦ୍ୱାଦଶ ଭାବକୁ ଗ୍ରହମାନଙ୍କ ଦୃଷ୍ଟି ପ୍ରଭାବରେ କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ରହିପାରିବେ ନାହିଁ। ଘର କାମ ସାଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଳିଯିବ। ଅଭାବ ଦୂରେଇବାର ପ୍ରୟାସ କଲେ ଧାରକରଜ କରିବାକୁ ବାଧ୍ୟ ହୋଇପାରନ୍ତି। କ୍ରୀଡ଼ା, କଳା, ସାହିତ୍ୟ, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ, କିନ୍ତୁ କିଛି ଅସୁବିଧା ହେବନି।
ଧନୁ
ଧନୁ
ଅଷ୍ଟମସ୍ଥ ମଙ୍ଗଳ ହେତୁ ବିଭିନ୍ନ ସମସ୍ୟା ଓ ପ୍ରତିବନ୍ଧକ ଭିତରେ ଚଳିବା ପାଇଁ ବାଧ୍ୟ ହେବେ। ମନ ଭଲ ନଥିବା କାରଣରୁ କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ପରିବାରରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଅବଶ୍ୟ ପରିବହନ, ଆମଦାନୀ କାରବାର କ୍ଷେତ୍ରରେ ସ୍ବ ସ୍ବ ସ୍ଥାନରେ ଖୁସି ରହିବେ।
ମକର
ମକର
ଆଜି ଦିନରେ ଯାହା କରିବା ସକାଶେ ମନସ୍ଥ କରିଛନ୍ତି, ତାହା ନିର୍ବିଘ୍ନରେ ସମାପନ କରିପାରିବେ। କର୍ମ ସ୍ଥାନକୁ ଗ୍ରହମାନଙ୍କ ଦୃଷ୍ଟି ହେତୁ ସମସ୍ୟା ଆସିଲେ ମଧ୍ୟ ସେଥିରୁ ମୁକୁଳି ଯାଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ୍‌ ହେବେ। ଆକସ୍ମିକ ପରିଜନଙ୍କ ସହ ଦୂରଯାତ୍ରା କରିବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ଏକାଧିକ ଗ୍ରହ ଭାଗ୍ୟସ୍ଥାନକୁ ଦେଖୁଥିବାରୁ ଆଜି ଯେଉଁ କାମରେ ହାତ ଦିଅନ୍ତୁ, ସବୁ ସୁବିଧାରେ ସମ୍ପନ୍ନ ହେବ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବିଶେଷକିଛି ଅସୁବିଧା ନ ଥିଲେ ସୁଦ୍ଧା ମାନସିକ ସ୍ତରରେ ଅଶାନ୍ତ ଅନୁଭବ କରିପାରନ୍ତି।
ମୀନମୀନ
ଖର୍ଚ୍ଚ ବୃଦ୍ଧି ପାଇବାରୁ ଆର୍ଥିକ ଦୁରବସ୍ଥା ଭୋଗିବାକୁ ପଡ଼ିପାରେ। ଆଜିର କର୍ମକ୍ଷେତ୍ରରେ ସହକର୍ମୀ ସହ ବିବାଦ ସୂଚନା ରହିଛି। ସ୍ବାସ୍ଥ୍ୟ ମଧ୍ୟ ବିଶେଷ ଭଲ ରହି ନପାରେ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମା, ସଙ୍ଗଠନ, ଲେଖାପଢ଼ା ଓ ଜମିଜମା କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri