Posted inRasifala

ରାଶିଫଳ: ରବିବାର, ନଭେମ୍ବର ୧୪ ତାରିଖ – Daily Horoscope

ମେଷ
ବହୁତ ଦିନରୁ ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ସମସ୍ୟା ଲାଗି ରହିବା କାରଣରୁ ଗୃହ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଆଜିର ପ୍ରତ୍ୟୁଷ ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
ବୃଷ
ବୃଷ
ଆଜି ସବୁଠି ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହୋଇପାରନ୍ତି। ବ୍ୟବସାୟ, ବାଣିଜ୍ୟ, ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା,ଏଜେନ୍‌ଶିପ୍‌, ପ୍ରଶାସନ ଓ ପରିବହନରେ ସମସ୍ୟା ଦୂର ହେବ।
ମିଥୁନ
ମିଥୁନ
ଆଜି ଆନୁଷ୍ଠାନିକ କାମରେ, ବ୍ୟବସାୟିକ ସ୍ଥିତିରେ, ପରିବହନରେ, ସଭା ସମିତିରେ ପ୍ରଶଂସା ସହ ସୁବିଧା ଓ ସୁଯୋଗ ଲାଭ କରିବେ। ପଡ଼ୋଶୀଙ୍କ ସହିତ ସାଧାରଣ କଥାରେ ଯୁକ୍ତିତର୍କ କରି କଳହକୁ ନିମନ୍ତ୍ରଣ କରିପାରନ୍ତି। ଅନ୍ୟ ଦ୍ୱାରା ପ୍ରେରିତ ହୋଇ ଦୁରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ଆଇନ ଅଦାଲତ ଓ ଶିଳ୍ପ ବାଣିଜ୍ୟରେ କାର୍ଯ୍ୟ ସାଧିତ ହେବ।
କର୍କଟ
କର୍କଟ
ସାମାନ୍ୟ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ବହୁତ ଦିନରୁ ରହି ଆସିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବନ୍ଧୁଙ୍କ ବ୍ୟବହାରରେ ବିପରୀତ ପ୍ରତିକ୍ରିୟା ପରିଲକ୍ଷିତ ହେବ, ଯାହାକି ମାନସିକ ଚିନ୍ତାକୁ ବଢ଼ାଇପାରେ। ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ଏବଂ ଆମଦାନୀ କାରବାର ବୃଦ୍ଧି ପାଇବ।
ସି˚ହ
ସି˚ହ
ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବାରୁ ସାମୟିକ ସାନ୍ତ୍ୱନା ମିଳିବ। ଚାକିରି କ୍ଷେତ୍ରରେ ବହୁତ ଦିନରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ଅଫିସରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ଜମିଜମା, ନୂତନ ଗୃହ, ଯାନବାହନ କ୍ରୟ ବିକ୍ରୟ କ୍ଷେତ୍ରରେ ଉନ୍ନତି ଘଟିବ। ସନ୍ତାନହେତୁକ ଚିନ୍ତା ଦୂରହେବ।
କନ୍ୟା
କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକାମିରେ ପଡ଼ିବେ। ଜମିଜମା କାରବାରକୁ ନେଇ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଷ୍ଟେସନାରି ଜିନିଷ, ଧାତୁ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କୌଣସି ଶୁଭ କାମରେ ଯୋଗ ଦେଇ ବନ୍ଧୁଗହଣରେ ଖୁସି ମନେଇବେ।
ତୁଳା
ତୁଳା
ଆଜିର ଛୋଟ କଥାକୁ କେନ୍ଦ୍ର କରି ଘରେ ସାଧାରଣ କଥାରେ ଝଗଡ଼ା ହେବାର ସମ୍ଭାବନା ରହିଛି। ଆସନ୍ତାକାଲିର କାର୍ଯ୍ୟକ୍ରମ ସକାଶେ ସକାଳୁ ସକାଳୁ କର୍ମବ୍ୟସ୍ତତା ବଢ଼ିଯିବ। କିଣାବିକା କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ ଏବଂ ଶତ୍ରୁ ଉପଦ୍ରବ କେତେକାଂଶରେ କମିଯାଇପାରେ।
ବିଛା
ବିଛା
ପୂର୍ବରୁ ଆଲୋଚନା କରି ଆଜି ବନ୍ଧୁଙ୍କଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ଯାତ୍ରା କାଳରେ ମିତ୍ରତା ସୃଷ୍ଟି କରିପାରନ୍ତି, ଯାହାକି ଆଗାମୀ ସମୟରେ ତାହା କାମକୁ ଆସିପାରେ। ମାଲିମକଦ୍ଦମାରେ ସମସ୍ୟା ସୁଧୁରିଯିବାରୁ ମନ ଖୁସି ହୋଇଯିବ।
ଧନୁ
ଧନୁ
ବାଦାନୁବାଦର ପରିସମାପ୍ତି ଘଟିବା ସହିତ ଆନୁଷ୍ଠାନିକ କାମରେ ସମସ୍ୟାର ସମାଧାନ ହୋଇପାରିବ। ମୂଲ୍ୟବାନ୍‌ ଜିନିଷ, ଗୃହ, ଜମିଜମା, ପ୍ଲଟ କାରବାର, ଏଜେନ୍‌ଶିପ୍‌ ସମ୍ପର୍କୀୟ ଚିନ୍ତା କରିପାରନ୍ତି। ଆର୍ଥିକ ପରିସ୍ଥିତି ବଦଳିଯିବାରୁ ଧାରକରଜ କରି ଆବଶ୍ୟକତା ଚଳାଇ ନେବେ। କଳା, ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ାରେ ପ୍ରଶଂସା ମିଳିବ।
ମକର
ମକର
ଆଜି ପ୍ରତ୍ୟୁଷ ଯାତ୍ରା, ସ୍ତ୍ରୀ ସମ୍ପର୍କ, ବାଣିଜ୍ୟ, ବ୍ୟବସାୟ, ପ୍ରତିଦ୍ୱନ୍ଦ୍ୱିତା ସମ୍ବନ୍ଧୀୟ ଚିନ୍ତାରେ ଅଧିକାଂଶ ସମୟ ବିତିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରିକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବା ସହିତ ପ୍ରଶଂସିତ ହେବେ। ଏହା ସହିତ ପ୍ରିୟ ବନ୍ଧୁମାନଙ୍କଠାରୁ ଆଦର ଅଭ୍ୟର୍ଥନା ମିଳିବ।
କୁମ୍ଭ
କୁମ୍ଭ
ବିଭିନ୍ନ ସମସ୍ୟା କାରଣରୁ ସବୁ କିଛି ଠିକ୍‌ ଥିଲେ ମଧ୍ୟ ମନରେ ସରସତା ରହିବ ନାହିଁ। କିନ୍ତୁ ଆର୍ଥିକ ଅନଟନ, କାଯ୍ୟହାନି, ବିଭିନ୍ନ ପ୍ରକାରର ସମସ୍ୟା ମନକୁ ଆନ୍ଦୋଳିତ କରିବ। କର୍ମକ୍ଷେତ୍ରରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ କର୍ମଜଞ୍ଜାଳ ବ୍ୟସ୍ତତାର କାରଣ ହୋଇପାରେ। ମାଲି ମକଦ୍ଦମାରେ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ।
ମୀନମୀନ
କୌଣସି ପୂର୍ବରାଗକୁ ସ୍ମରଣ କରି ନିକଟ ସମ୍ପର୍କୀୟ କ୍ରମଶଃ ଦୂରେଇ ଯିବାରେ ଲାଗିପାରନ୍ତି। ଦୀର୍ଘଦିନର ବାଦବିବାଦରେ ଆପୋସ ସମାଧାନ ଘଟିବ। ପରିବାରରେ ଲାଗି ରହିଥିବା ଦୀର୍ଘ ଦିନର ଅଶାନ୍ତି ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ। ପଦସ୍ଥ ବ୍ୟକ୍ତିଙ୍କ ଦ୍ୱାରା ଆହୂତ ସଭାସମିତିକୁ ନିମନ୍ତ୍ରିତ ହେବାର ସମ୍ଭାବନା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଜୁଲାଇ ୧୩ ତାରିଖ – Daily Horoscope

ମେଷ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଅଟକି ରହିଥିବା କାମ ତ୍ୱରାନ୍ବିତ ହେବ। ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳତା ହାସଲ…

ରାଶିଫଳ: ରବିବାର, ଜୁଲାଇ ୧୨ ତାରିଖ – Daily Horoscope

ମେଷ ଆଜିର ନୂତନ କର୍ମାରମ୍ଭ, ଆନୁଷ୍ଠାନିକ କର୍ମ ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହେବ। ହିତୈଷୀମାନଙ୍କ ସହୃଦୟତାରୁ ଆପଣ ଯାହା ଚାହୁଁଛନ୍ତି, ତାହା ପାଇବାରେ କୌଣସି ଅସୁବିଧା…

ରାଶିଫଳ: ଶନିବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭିନ୍ନ ପ୍ରକାର ହେତୁ ଅନ୍ୟମାନେ ଭୁଲ୍‍ ବୁଝିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ। ଦୀର୍ଘ ଦିନରୁ ରହିଯାଇଥିବା…

ରାଶିଫଳ: ଶୁକ୍ରବାର , ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟରୁ ଅର୍ଥଲାଭ ହେବା ସାଙ୍ଗକୁ ପ୍ରିୟଜନଙ୍କ ଦେଖାସାକ୍ଷାତ୍‍ରୁ ଖୁସି ରହିବେ। ମତପାର୍ଥକ୍ୟ କାରଣରୁ ବନ୍ଧୁ କିମ୍ବା ପରିବାର ସହ ମନୋମାଳିନ୍ୟ ସୃଷ୍ଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri