Posted inRasifala

ରାଶିଫଳ: ଗୁରୁବାର, ନଭେମ୍ବର ୧୪ ତାରିଖ – Daily Horoscope

ମେଷ
 ଆଜି ସକାଳୁ ସକାଳୁ ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ରହିବ। ଚନ୍ଦ୍ରଙ୍କ ସ୍ବସ୍ଥାନ ପ୍ରତି ଦୃଷ୍ଟିକୋଣରୁ ସାମାଜିକ ସ୍ତରରେ ପ୍ରତିଷ୍ଠାଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର ପରିଶ୍ରମଜନିତ କାରଣରୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି।
ବୃଷ
ବୃଷ
ରାଶି ପ୍ରତି ଶୁଭଦୃଷ୍ଟିଜନିତ ସମସ୍ୟାର ସମାଧାନ କରି ଲକ୍ଷ୍ୟ ହାସଲ କରିପାରିବେ। ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗିରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବେ। ବନ୍ଧୁଙ୍କ ସହାନୁଭୂତି ଲାଭକରି ଆର୍ଥିକ ସମସ୍ୟାର ସମାଧାନ କରିପାରିବେ। କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେକରୁଛନ୍ତି ସେପରି କିଛି ହେବନି।
ମିଥୁନ
ମିଥୁନ
ଦ୍ୱିତୀୟ ସ୍ଥାନରେ ପାପଗ୍ରହ ଆପଣଙ୍କ ସକାଶେ ଅର୍ଥ ସମସ୍ୟା ସୃଷ୍ଟି କରିପାରେ। ନିଜ ଫାଇଦା ପାଇଁ ବନ୍ଧୁମାନେ ମନଲୋଭା କଥା କହିପାରନ୍ତି। ମୃଗଶିରା ନକ୍ଷତ୍ର ସକାଶେ ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହେବ। ଶିଳ୍ପ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସହ ପରୋକ୍ଷ ଶତ୍ରୁତା କର୍ମକ୍ଷେତ୍ରକୁ ବ୍ୟସ୍ତବହୁଳ କରିବ।
କର୍କଟ
କର୍କଟ
ଅଶ୍ଳେଷା ନକ୍ଷତ୍ର କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟାକୁ ସାମନା କରି ବ୍ୟସ୍ତତା ବୃଦ୍ଧି ପାଇବ। ଅବଶ୍ୟ ଆତ୍ମୀୟ ସ୍ବଜନଙ୍କ ସାହାଯ୍ୟର ପ୍ରତିଶ୍ରୁତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିପାରେ। ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ।
ସି˚ହ
ସି˚ହ
କୋଣଭାବସ୍ଥ ଶୁକ୍ର ପ୍ରଭାବରେ ଯାତ୍ରା, ବାଣିଜ୍ୟ, ଚେଷ୍ଟା କରୁଥିବା କାମ, ଅର୍ଥ ସମ୍ପର୍କ ପ୍ରଭୃତି ପ୍ରତ୍ୟେକ ଦିଗରୁ ଶୁଭଫଳ ପାଇବେ। ଭାଙ୍ଗିପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। କାର୍ଯ୍ୟବ୍ୟସ୍ତ ଯୋଗୁ ମିଶିବାକୁ ଆସିଥିବା ବନ୍ଧୁଙ୍କ ସହ ଆଲୋଚନାର ଅବସର ପାଇବେ ନାହିଁ। ବ୍ୟବସାୟରେ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
କନ୍ୟା
ମୁଖାଧିପତିଙ୍କ କେନ୍ଦ୍ରାଧିପତିତ୍ୱ ହେତୁ ଲାଳିତ୍ୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ସଜାଡି ନେବେ। ଶିକ୍ଷା ଓ ଆଲୋଚନା କ୍ଷେତ୍ରରେ ବ୍ୟତିକ୍ରମର ସୂଚନା ରହିଛି। ଉତ୍ତରା ଫାଲଗୁନୀ ନକ୍ଷତ୍ର ସକାଶେ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କଳା, ସାହିତ୍ୟ, ସାମ୍ବାଦିକତା ତଥା ଆଧ୍ୟାତ୍ମିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ଅସୁବିଧାରେ ପଡ଼ିବେ। କୌଣସି କାର୍ଯ୍ୟ ସମ୍ପନ୍ନ କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିବେ। କର୍ମକ୍ଷେତ୍ରରେ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବାର ଅନୁଭବ କରିବେ। ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ।
ବିଛା
ବିଛା
ବଳହୀନ ମଙ୍ଗଳ ହେତୁ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗି ରହିବ। ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବାରୁ ବ୍ୟବସାୟରେ ମନାନ୍ତର ଦେଖାଦେବ। ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ସାଙ୍ଗକୁ ପୁରସ୍କୃତ ମଧ୍ୟ ହେବେ। ଜମିଜମା କାରଣକୁ ନେଇ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ।
ଧନୁ
ଧନୁ
ଶନିଙ୍କ ପ୍ରଭାବଜନିତ ଆପଣଙ୍କ କଥା ଓ କାମରେ ତାଳମେଳ ରହିବ ନାହିଁ। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବ ପରି ରହିବା ହେତୁ ସାମୟିକ ଚିନ୍ତା କରିବେ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି। ହାତକୁ ନେଇଥିବା ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି।
ମକର
ମକର
ରାଶିକୁ ଚନ୍ଦ୍ର ପ୍ରଭାବିତ କରୁଥିବାରୁ ଯେଉଁ କାମରେ ହାତ ଦେବେ ସଫଳତା ପାଇବେ। କର୍ମକ୍ଷେତ୍ରରେ ହାତ ପାହାନ୍ତାକୁ ସୁଯୋଗ ଆସିଯିବା ହେତୁ ଅଟକି ରହିଥିବା କାମ ତ୍ୱରାନ୍ବିତ ହେବ। ଘରେ ଆମୋଦ ପ୍ରମୋଦର ବାତାବରଣ ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ ଏବଂ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ।
କୁମ୍ଭ
କୁମ୍ଭ
ତୃତୀୟ ଚନ୍ଦ୍ରଜନିତ ବନ୍ଧୁମାନଙ୍କ ସାହାଯ୍ୟ ପାଇଁ ପଥ ପରିଷ୍କାର କରିପାରେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଆଜି ସଭାସମିତି, ସତ୍‌ସଙ୍ଗ, ଆଧ୍ୟାତ୍ମିକତା, ରାଜନୀତି, ପ୍ରଶାସନ ପାଇଁ ଭଲ।
ମୀନମୀନ

ରାଶିରେ ରାହୁ ଥିବାରୁ ଛୋଟବଡ଼ କେତୋଟି ଘଟଣାକୁ ବାଦ୍‌ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ। କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ଅନ୍ୟମାନଙ୍କ କଥାକୁ ଗୁରୁତ୍ୱ ନ ଦେଇ କେତେକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ ଆଜି ଖର୍ଚ୍ଚ ପରିମାଣ ବୃଦ୍ଧି ପାଇଲେ ମଧ୍ୟ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ବହୁତ ଭଲ। ଆଲୋଚନା କ୍ରମରେ ଘରର କେତେକ କାମକୁ କରିବା…

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ଅବସ୍ଥାନ କରି ଶାରୀରିକ ଓ ମାନସିକ ସୁସ୍ଥତା ଅକ୍ଷୁଣ୍ଣ ରଖିବେ । କର୍ମକ୍ଷେତ୍ରରେ ଅଗ୍ରଗତି କରିବେ, କିନ୍ତୁ କିଛିଟା ପ୍ରତିରୋଧର…

ରାଶିଫଳ: ସୋମବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପରାମର୍ଶରେ ବହୁତ ଦିନରୁ ସ୍ଥଗିତ କାମଟିକୁ ହଠାତ୍‌ ଆରମ୍ଭ କରିବା ସକାଶେ ମନ ବଳାଇବେ। କୃତିକା ନକ୍ଷତ୍ର ଆଜି ଯେଉଁ କାମରେ ଯାତ୍ରା କରୁଛନ୍ତି…

ରାଶିଫଳ: ରବିବାର , ଜୁଲାଇ ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହ ସ୍ଥିତି ପ୍ରଭାବରେ ଅଭିଳଷିତ କାର୍ଯ୍ୟ ହାସଲ କରିପାରିବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିବା ସହ ପାରିବାରିକ ଜୀବନରେ ସ୍ନେହ, ସହାନୁଭୂତିର ଅଭାବ ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri