Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୧୪ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ନୈରାଶ୍ୟ ଦୂରେଇଯିବ ଓ ପ୍ରତିଷ୍ଠା ଲାଭ କରିବେ । ଆପଣଙ୍କ ଉପସ୍ଥିତ ବୁଦ୍ଧି ଓ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟକୁ ଆପଣାର କରିବାରେ ସାହାଯ୍ୟ କରିପାରେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟରେ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ବହୁବିଧ ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ଭାଙ୍ଗିଲାଭଳି ଅନୁଭବ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ର ଭଲରେ ଚାଲିବ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ପରୋକ୍ଷ ଶତ୍ରୁତା ଦୈନିକ ଜୀବନଚର୍ଯ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ।
ମିଥୁନ
ମିଥୁନ
ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ଉଦ୍ୟମକୁ ସାକାର କରିବ। ଛୋଟ କଥାକୁ ନେଇ ପରିବାର ଭିତରେ ସମ୍ପର୍କ ହାନି ହୋଇପାରେ। କର୍ମକ୍ଷେତ୍ରରେ କମ୍‌ ପରିଶ୍ରମରେ ବେଶି ସଫଳତା ପାଇବେ। ବ୍ୟବସାୟୀମାନେ ଅଧିକ ପରିଶ୍ରମ କଲେ ମଧ୍ୟ ସଂଯମତାର ଅଭାବ ଓ ଧନହାନି ଦୁଶ୍ଚିନ୍ତାର କାରଣ ହୋଇପାରେ।
କର୍କଟ
କର୍କଟ
ହାତକୁ ନେଇଥିବା କାମଟି ସୁରୁଖୁରୁରେ ହୋଇଯିବ। ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବାରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିବେ। ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ବନ୍ଧୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା ହେତୁ ସାମୟିକ ଖୁସି ରହିପାରନ୍ତି ।
ସି˚ହ
ସି˚ହ
ଆଜି କର୍ମକ୍ଷେତ୍ର ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ରସାଣିତ କରିବ। ଆଲୋଚନା କାଳରେ ସତକଥା କହି ବିବାଦ ଘେରରେ ପଡ଼ିପାରନ୍ତି। ସାମାଜିକ ସ୍ତରରେ ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
କନ୍ୟା
ପୂର୍ବଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ କୌଣସି ଗୁଜବ ମନକୁ ଚହଲାଇ ଦେବ। ପାରିବାରିକ କ୍ଷେତ୍ରରେ ଅର୍ଥ କିମ୍ବା ଅଳଙ୍କାର ଦେବାନେବାକୁ କେନ୍ଦ୍ରକରି ଝଗଡ଼ା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି।
ତୁଳା
ତୁଳା
ଆଜିର ଯାତ୍ରା, କର୍ମାରମ୍ଭ, ସରକାରୀ କାମ, ଚୁକ୍ତିପତ୍ର ସକାଶେ ଶୁଭଫଳ ପାଇବେ। କର୍ମକ୍ଷେତ୍ରରେ ଛୋଟବଡ଼ ସମସ୍ୟାର ସରଳ ସମାଧାନ କରି ଆନନ୍ଦ ଅନୁଭବ କରିବେ। ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। ପିଲାଙ୍କ ଆଚରଣରୁ ମନେ ମନେ ବିରକ୍ତ ହୋଇପାରନ୍ତି।
ବିଛା
ବିଛା
କର୍ମକ୍ଷେତ୍ରରେ ଅବ୍ୟବସ୍ଥା ଲାଗି ରହିଥିବାରୁ ମାନସିକ ସ୍ଥିରତା ରହି ନ ପାରେ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ୟ ଚର୍ଚ୍ଚା, ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ। ସାଧାରଣ କଥାକୁ କେନ୍ଦ୍ରକରି ଅପରାହ୍ନରେ ଟେନସନ୍‌ ବଢ଼ିପାରେ।
ଧନୁ
ଧନୁ
ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବା ସକାଶେ ମନ ବଳାଇ ପାରନ୍ତି। ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇପଡ଼ିବେ। ପଡ଼ୋଶୀଙ୍କ ଶ୍ଳେଷାତ୍ମକ କଥାକୁ ଠିକ୍‌ ଭାବେ ବୁଝିବା କଷ୍ଟକର ହୋଇପାରେ। ନୂତନ ସ୍ଥାନ ପରିଭ୍ରମଣ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।
ମକର
ମକର
କୌଣସି ଜିନିଷ ପାଇବାକୁ କେନ୍ଦ୍ରକରି ସମସ୍ୟା ଭିତରକୁ ଟାଣିହୋଇ ପାରନ୍ତି। ପରିବାରର ପରିସ୍ଥିତିକୁ ଆଖି ଆଗରେ ରଖି ଧାର କରଜ କରି କାମ ତୁଲାଇବେ। ସମ୍ପର୍କୀୟମାନେ କାଳେ ଦେବାକୁ ପଡ଼ିବ,ଏହି କାରଣରୁ ପାଖ ମାଡ଼ିବେ ନାହିଁ। ପରିହାସଯୁକ୍ତ କଥା କର୍ମକ୍ଷେତ୍ରରେ ସମସ୍ୟା ସୃଷ୍ଟି କରିପାରେ।
କୁମ୍ଭ
କୁମ୍ଭ
ଆଜି ଆପଣ ଅର୍ଥ ପାଇବା ସାଙ୍ଗକୁ ଅଧାପନ୍ତରିଆ କାର୍ଯ୍ୟଟିକୁ ପୂର୍ଣ୍ଣାଙ୍ଗ କରିପାରିବେ। ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳିବ ଓ ପାଇବେ। ପରିବାର ମଧ୍ୟରେ ଛୋଟ କଥାକୁ ଧରିବସିଲେ ଅଶାନ୍ତି କମିବା ବଦଳରେ ବଢ଼ିଯିବ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ ନତୁବା ହରାଇପାରନ୍ତି।
ମୀନମୀନ
କର୍ମକ୍ଷେତ୍ରରୁ ଫେରିବା ବେଳକୁ ଘରର ଅଶାନ୍ତ ପରିବେଶ କେତେକାଂଶରେ ଶାନ୍ତ ପଡ଼ିଯାଇଥିବ। ବାଟରେ ବନ୍ଧୁଙ୍କୁ ଭେଟି ଆଗାମୀ ଯୋଜନା ପ୍ରସ୍ତୁତ କରି ପାରନ୍ତି। ଆଦୌ ଦେଉ ନ ଥିବା ବ୍ୟକ୍ତିଙ୍କ ନିକଟରୁ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବନ୍ଧୁଙ୍କ ମଧ୍ୟରେ ବୁଝାମଣା ସମ୍ପର୍କରେ ଉନ୍ନତି ଘଟିବା ହେତୁ ବିବାଦୀୟ ସ୍ଥିତି ଦୂର ହେବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ ପ୍ରତ୍ୟେକ କାମ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। କିନ୍ତୁ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବାକୁ ପଡ଼ିପାରେ।…

ରାଶିଫଳ: ମଙ୍ଗଳବାର, ମେ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ପାରିବାରିକ…

ରାଶିଫଳ: ସୋମବାର, ମେ ୧୧ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ବନ୍ଧୁଙ୍କୁ ସୁହାଇଲା ଭଳି ମଉଜିଆ କଥା କହି ପରିସ୍ଥିତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri